ମନୋରଞ୍ଜନ

"ଭଲ ଝିଅର ଛବି ଏକ ଛଳନା..." ଦୀପିକା ପାଦୁକୋନଙ୍କୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟ ଉପରେ ସ୍ପଷ୍ଟୀକରଣ ଦେଲେ ନିର୍ଦ୍ଦେଶକ ଇମତିଆଜ୍ ଅଲୀ
ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ

ଖରାଛୁଟି ପରେ ନୂଆ ଶିକ୍ଷାବର୍ଷ, ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଓସେପା ନିର୍ଦେଶକଙ୍କ ଚିଠି

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ବିଦ୍ୟାଳୟରେ ଏବେ ଖରାଛୁଟି ଚାଲିଛି। ଖରା ଛୁଟି ପରେ କେମିତି ଚାଲିବ ପାଠପଢ଼ା । ଏନେଇ ଓସେପା ଅର୍ଥାତ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ପକ୍ଷରୁ ଜାରି କରାଗଲା ଗାଇଡଲାଇନ୍ । ଖରାଛୁଟି ସରିବା ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢ଼ାଯିବ ସେନେଇ ଓସେପା ପକ୍ଷରୁ ନିୟମାବଳୀ ଜାରି କରଯାଇଛି । ଏନେଇ ସମସ୍ତ ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା […]

ଭୁବନେଶ୍ବର : ରାଜ୍ୟରେ ବିଦ୍ୟାଳୟରେ ଏବେ ଖରାଛୁଟି ଚାଲିଛି। ଖରା ଛୁଟି ପରେ କେମିତି ଚାଲିବ ପାଠପଢ଼ା । ଏନେଇ ଓସେପା ଅର୍ଥାତ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ପକ୍ଷରୁ ଜାରି କରାଗଲା ଗାଇଡଲାଇନ୍ । ଖରାଛୁଟି ସରିବା ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢ଼ାଯିବ ସେନେଇ ଓସେପା ପକ୍ଷରୁ ନିୟମାବଳୀ ଜାରି କରଯାଇଛି ।

ଆହୁରି ପଢ଼ନ୍ତୁ: ଗଞ୍ଜାମରେ ଅଭାବନୀୟ ଘଟଣା: ୯ ବର୍ଷର ଶିଶୁପୁତ୍ରକୁ ଝୁଣି ପକାଇଲେ ବୁଲା କୁକୁର

ଏନେଇ ସମସ୍ତ ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା ଚିଠି ଲେଖିଛନ୍ତି । ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ ।ନୂଆ ଶିକ୍ଷା ବର୍ଷରେ ଯେପରି ଶତ ପ୍ରତିଶତ ପାଠ୍ୟ ଖସଡ଼ା ଶେଷ ହେବ ଓ ପିଲାଙ୍କୁ ଠିକଣା ଢଙ୍ଗରେ ଶିକ୍ଷାଦାନ ହେବ ସେଥିନିମନ୍ତେ ପ୍ରସ୍ତୁତ ହୋଇଛି ନିୟମାବଳୀ।

ଆହୁରି ପଢ଼ନ୍ତୁ: ଦେବାଶିଷ ସାମନ୍ତରାୟ ଦଳ ଛାଡିବା ବିଜେଡି ଉପରେ କୌଣସି ପ୍ରଭାବ ପଡିବ ନାହିଁ: ଲେନିନ୍ ମହାନ୍ତି

ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେଉଥିବାରୁ, କିପରି ଠିକଣା ଢଙ୍ଗରେ ଶିକ୍ଷାଦାନ ଆରମ୍ଭ କରାଯିବ ସେନେଇ ଚିଠିରେ ଉଲ୍ଲେଖ ରହିଛି । ଶତ ପ୍ରତିଶତ ସିଲାବସ୍ ସାରିବା ଦିଗରେ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠ ପଢା ସମୟ ସମ୍ବନ୍ଧରେ ଆଲୋଚନା କରିବେ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ବିନୋଦ ବେହେରାକୁ ଗିରଫ କଲା କ୍ରାଇମବ୍ରାଞ୍ଚ

କିଭଳି ଭାବେ ସଠିକ୍‌ ଭାବେ ବିଦ୍ୟାର୍ଥୀ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ । କରୋନା କାଳରେ କ୍ଷତି ଭରଣା ପାଇଁ ପ୍ରସ୍ତୁତ ହୋଇଥିବା ପୁସ୍ତକ ସହ ପାଠ୍ୟକ୍ରମର ପୁସ୍ତକ ପଠାଯିବ । ସବୁ ବିଦ୍ୟାର୍ଥୀ ଯେଭଳି ଦୁଇ ପ୍ରକାର ପୁସ୍ତକ ପାଇବେ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ । ଶ୍ରେଣୀ ଓ ବିଷୟ ଭିତ୍ତିକ ପାଠପଢା ସମୟ ସାରଣୀ ପ୍ରତି ଶ୍ରେଣୀଗୃହରେ ବିଦ୍ୟାର୍ଥୀଙ୍କ ପାଇଁ ଲଗାଯିବ । ଛାତ୍ରଛାତ୍ରୀଙ୍କ ଦକ୍ଷତା ଯାଞ୍ଚ ପରେ ଖରାପ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରୟାସ କରାଯିବ । ସେମାନଙ୍କୁ ପୃଥକ ଭାବେ ଅତିରିକ୍ତ ପାଠ ପଢାଯିବା ସହ ନିୟମିତ ପାଠ ମଧ୍ୟ ପ୍ରଦାନ କରାଯିବ ।

ଶିକ୍ଷକମାନେ ପାଠପଢ଼ାରେ ହୋଇଥିବା କ୍ଷତି ଭରଣା ପାଇଁ ସ୍ବତନ୍ତ୍ର ଯୋଜନା କରିବେ । ସିଆରସିସିମାନେ ନିଜ କ୍ଲଷ୍ଟରରେ ପାଠପଢା ଉପରେ ତୀକ୍ଷ୍ଣ ନଜର ରଖିବା ସହ ରୀତିମତ ଯାଞ୍ଚ କରିବେ । ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତାକୁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରାଥମିକତା ଦେବେ । ପ୍ରତି ପାଠ୍ୟକ୍ରମର ବିଷୟଗତ ନୋଟ୍ସ ପିଲାଙ୍କ ପ୍ରଦାନ ପୂର୍ବରୁ ପ୍ରଧାନଶିକ୍ଷକ ତାକୁ ଯାଞ୍ଚ କରିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।

11 Jun 2022 By The Sakala

ଖରାଛୁଟି ପରେ ନୂଆ ଶିକ୍ଷାବର୍ଷ, ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଓସେପା ନିର୍ଦେଶକଙ୍କ ଚିଠି

ଭୁବନେଶ୍ବର : ରାଜ୍ୟରେ ବିଦ୍ୟାଳୟରେ ଏବେ ଖରାଛୁଟି ଚାଲିଛି। ଖରା ଛୁଟି ପରେ କେମିତି ଚାଲିବ ପାଠପଢ଼ା । ଏନେଇ ଓସେପା ଅର୍ଥାତ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ପକ୍ଷରୁ ଜାରି କରାଗଲା ଗାଇଡଲାଇନ୍ । ଖରାଛୁଟି ସରିବା ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢ଼ାଯିବ ସେନେଇ ଓସେପା ପକ୍ଷରୁ ନିୟମାବଳୀ ଜାରି କରଯାଇଛି ।

ଏନେଇ ସମସ୍ତ ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା ଚିଠି ଲେଖିଛନ୍ତି । ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ ।ନୂଆ ଶିକ୍ଷା ବର୍ଷରେ ଯେପରି ଶତ ପ୍ରତିଶତ ପାଠ୍ୟ ଖସଡ଼ା ଶେଷ ହେବ ଓ ପିଲାଙ୍କୁ ଠିକଣା ଢଙ୍ଗରେ ଶିକ୍ଷାଦାନ ହେବ ସେଥିନିମନ୍ତେ ପ୍ରସ୍ତୁତ ହୋଇଛି ନିୟମାବଳୀ।

ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେଉଥିବାରୁ, କିପରି ଠିକଣା ଢଙ୍ଗରେ ଶିକ୍ଷାଦାନ ଆରମ୍ଭ କରାଯିବ ସେନେଇ ଚିଠିରେ ଉଲ୍ଲେଖ ରହିଛି । ଶତ ପ୍ରତିଶତ ସିଲାବସ୍ ସାରିବା ଦିଗରେ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠ ପଢା ସମୟ ସମ୍ବନ୍ଧରେ ଆଲୋଚନା କରିବେ।

କିଭଳି ଭାବେ ସଠିକ୍‌ ଭାବେ ବିଦ୍ୟାର୍ଥୀ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ । କରୋନା କାଳରେ କ୍ଷତି ଭରଣା ପାଇଁ ପ୍ରସ୍ତୁତ ହୋଇଥିବା ପୁସ୍ତକ ସହ ପାଠ୍ୟକ୍ରମର ପୁସ୍ତକ ପଠାଯିବ । ସବୁ ବିଦ୍ୟାର୍ଥୀ ଯେଭଳି ଦୁଇ ପ୍ରକାର ପୁସ୍ତକ ପାଇବେ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ । ଶ୍ରେଣୀ ଓ ବିଷୟ ଭିତ୍ତିକ ପାଠପଢା ସମୟ ସାରଣୀ ପ୍ରତି ଶ୍ରେଣୀଗୃହରେ ବିଦ୍ୟାର୍ଥୀଙ୍କ ପାଇଁ ଲଗାଯିବ । ଛାତ୍ରଛାତ୍ରୀଙ୍କ ଦକ୍ଷତା ଯାଞ୍ଚ ପରେ ଖରାପ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରୟାସ କରାଯିବ । ସେମାନଙ୍କୁ ପୃଥକ ଭାବେ ଅତିରିକ୍ତ ପାଠ ପଢାଯିବା ସହ ନିୟମିତ ପାଠ ମଧ୍ୟ ପ୍ରଦାନ କରାଯିବ ।

ଶିକ୍ଷକମାନେ ପାଠପଢ଼ାରେ ହୋଇଥିବା କ୍ଷତି ଭରଣା ପାଇଁ ସ୍ବତନ୍ତ୍ର ଯୋଜନା କରିବେ । ସିଆରସିସିମାନେ ନିଜ କ୍ଲଷ୍ଟରରେ ପାଠପଢା ଉପରେ ତୀକ୍ଷ୍ଣ ନଜର ରଖିବା ସହ ରୀତିମତ ଯାଞ୍ଚ କରିବେ । ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତାକୁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରାଥମିକତା ଦେବେ । ପ୍ରତି ପାଠ୍ୟକ୍ରମର ବିଷୟଗତ ନୋଟ୍ସ ପିଲାଙ୍କ ପ୍ରଦାନ ପୂର୍ବରୁ ପ୍ରଧାନଶିକ୍ଷକ ତାକୁ ଯାଞ୍ଚ କରିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର