‘ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି’
ଭୁବନେଶ୍ବର: ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି । ଏ ନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ସରକାର ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ସମ୍ପୂର୍ଣ୍ଣ ଓଡ଼ିଶାରେ ଚଢ଼ାଉକୁ ଜୋରଦାର କରାଯାଇଛି । ଅକ୍ଟୋବର ୨ ଅର୍ଥାତ ଗାନ୍ଧୀ ଜୟନ୍ତୀରୁ ସଚେତନତା କାର୍ଯ୍ୟକ୍ରମ ‘ନିଶା ନୁହେଁ ଜୀବନ’ ମାସେ ବ୍ୟାପି ଚାଲିବ । ସେହିପରି, ଅନ୍ୟ ରାଜ୍ୟଗୁଡ଼ିକ ଭ୍ରମଣ କରିଛନ୍ତି ଅବକାରୀ ଅଧିକାରୀ। ଦୁଇ […]
ଭୁବନେଶ୍ବର: ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି । ଏ ନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ସରକାର ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ସମ୍ପୂର୍ଣ୍ଣ ଓଡ଼ିଶାରେ ଚଢ଼ାଉକୁ ଜୋରଦାର କରାଯାଇଛି । ଅକ୍ଟୋବର ୨ ଅର୍ଥାତ ଗାନ୍ଧୀ ଜୟନ୍ତୀରୁ ସଚେତନତା କାର୍ଯ୍ୟକ୍ରମ ‘ନିଶା ନୁହେଁ ଜୀବନ’ ମାସେ ବ୍ୟାପି ଚାଲିବ ।
ଆହୁରି ପଢ଼ନ୍ତୁ: କୋଟିଆ ବିବାଦ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ଭକ୍ତ ଦାସ, ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ଦାବି
ସେହିପରି, ଅନ୍ୟ ରାଜ୍ୟଗୁଡ଼ିକ ଭ୍ରମଣ କରିଛନ୍ତି ଅବକାରୀ ଅଧିକାରୀ। ଦୁଇ ରାଜ୍ୟକୁ ଗସ୍ତ କରି ଫେରିଛନ୍ତି ପ୍ରତିନିଧି ଦଳ। ଦିନେ କି ଦୁଇ ଦିନ ଭିତରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ନୀତି ଉପରେ ଆଲୋଚନା କରାଯାଇ ସମସ୍ତ ତଥ୍ୟ ଦିଆଯିବ । ଚଳିତ ମାସରେ ନୂଆ ଅବକାରୀ ନୀତି କାର୍ଯ୍ୟ ଶେଷ ହେବ । ବର୍ତ୍ତମାନ ପୁରୁଣା ଅବକାରୀ ନୀତି ବଳବତ୍ତର ରହିଛି । ନୂଆ ନୀତିରେ ଚୋରା ମାଦକ ଦ୍ରବ୍ୟ ବିକ୍ରି ଉପରେ ରୋକ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ।






