ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ, ବିଧାନସଭାରେ ମନ୍ତ୍ରୀଙ୍କ ସୂଚନା

The Sakala Picture
Published On

ଭୁବନେଶ୍ବର : ରାଜ୍ୟର ହିତାଧିକାରୀଙ୍କୁ ସେପ୍ଟେମ୍ବର ସୁଦ୍ଧା ନୂଆ ରାସନ କାର୍ଡ ଦିଆଯିବ। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଆଜି ବିଧାନସଭାରେ ମନ୍ତ୍ରୀ କହିଛନ୍ତି ରାଜ୍ୟରେ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କ ତଥ୍ୟାବଳୀକୁ ସ୍ୱଚ୍ଛ ଓ ପାରଦର୍ଶୀ କରିବା ଉଦ୍ଦେଶ୍ୟରେ ଆଧାରଭିତ୍ତିକ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଚାଲିଛି। ଏଥି ସହିତ ନୂଆ କାର୍ଡ ପାଇଁ ଆବେଦନ ମଧ୍ୟ ଜାରି ରହିଛି। ଏହି ପ୍ରକ୍ରିୟା ଶେଷ […]

ଭୁବନେଶ୍ବର : ରାଜ୍ୟର ହିତାଧିକାରୀଙ୍କୁ ସେପ୍ଟେମ୍ବର ସୁଦ୍ଧା ନୂଆ ରାସନ କାର୍ଡ ଦିଆଯିବ। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଆଜି ବିଧାନସଭାରେ ମନ୍ତ୍ରୀ କହିଛନ୍ତି ରାଜ୍ୟରେ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କ ତଥ୍ୟାବଳୀକୁ ସ୍ୱଚ୍ଛ ଓ ପାରଦର୍ଶୀ କରିବା ଉଦ୍ଦେଶ୍ୟରେ ଆଧାରଭିତ୍ତିକ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଚାଲିଛି। ଏଥି ସହିତ ନୂଆ କାର୍ଡ ପାଇଁ ଆବେଦନ ମଧ୍ୟ ଜାରି ରହିଛି। ଏହି ପ୍ରକ୍ରିୟା ଶେଷ ହେବାପରେ ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ସୂଚନାଯୋଗ୍ୟ ବର୍ତ୍ତମାନ ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧିନରେ ୯୨.୬୬ଲକ୍ଷ ପରିବାରର ୩ କୋଟି ୨୫ଲକ୍ଷ ୯୩ହଜାର ୮୭୫ଜଣ ହିତାଧିକାରୀ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୩.୧୫ଲକ୍ଷ ପରିବାରର ୧୦.୦୨ଲକ୍ଷ ହିତାଧିକାରୀ ଉପକୃତ ହେଉଛନ୍ତି । ଏବେ ଏହି ଦୁଇଟି ଯୋଜନାରେ ସାମିଲ ହେବା ପାଇଁ ଆହୁରି ୯ ଲକ୍ଷ ଆବେଦନ ହୋଇଛି। ନୂଆ ହିତାଧିକାରୀ ଚୟନ ପାଇଁ ସରକାର ୧୨ଟି ମାନଦଣ୍ଡ ଓ ଅଯୋଗ୍ୟଙ୍କୁ ବାଦ୍ ଦେବା ପାଇଁ ୧୦ଟି ମାନଦଣ୍ଡ ନିର୍ଦ୍ଧାରଣ କରିଛନ୍ତି । ଜିଲ୍ଲାସ୍ତରରେ ବିଭାଗୀୟ କର୍ମଚାରୀମାନଙ୍କ ଦ୍ୱାରା ଏହାର ଉପଯୁକ୍ତ ତଦନ୍ତ କରାଯାଇ ଯୋଗ୍ୟ ବିବେଚିତ ଆବେଦନକାରୀଙ୍କୁ ଏଥିରେ ସାମିଲ କରାଯାଉଛି।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

04 Sep 2024 By The Sakala

ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ, ବିଧାନସଭାରେ ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ବର : ରାଜ୍ୟର ହିତାଧିକାରୀଙ୍କୁ ସେପ୍ଟେମ୍ବର ସୁଦ୍ଧା ନୂଆ ରାସନ କାର୍ଡ ଦିଆଯିବ। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଆଜି ବିଧାନସଭାରେ ମନ୍ତ୍ରୀ କହିଛନ୍ତି ରାଜ୍ୟରେ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କ ତଥ୍ୟାବଳୀକୁ ସ୍ୱଚ୍ଛ ଓ ପାରଦର୍ଶୀ କରିବା ଉଦ୍ଦେଶ୍ୟରେ ଆଧାରଭିତ୍ତିକ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଚାଲିଛି। ଏଥି ସହିତ ନୂଆ କାର୍ଡ ପାଇଁ ଆବେଦନ ମଧ୍ୟ ଜାରି ରହିଛି। ଏହି ପ୍ରକ୍ରିୟା ଶେଷ ହେବାପରେ ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ।

ସୂଚନାଯୋଗ୍ୟ ବର୍ତ୍ତମାନ ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧିନରେ ୯୨.୬୬ଲକ୍ଷ ପରିବାରର ୩ କୋଟି ୨୫ଲକ୍ଷ ୯୩ହଜାର ୮୭୫ଜଣ ହିତାଧିକାରୀ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୩.୧୫ଲକ୍ଷ ପରିବାରର ୧୦.୦୨ଲକ୍ଷ ହିତାଧିକାରୀ ଉପକୃତ ହେଉଛନ୍ତି । ଏବେ ଏହି ଦୁଇଟି ଯୋଜନାରେ ସାମିଲ ହେବା ପାଇଁ ଆହୁରି ୯ ଲକ୍ଷ ଆବେଦନ ହୋଇଛି। ନୂଆ ହିତାଧିକାରୀ ଚୟନ ପାଇଁ ସରକାର ୧୨ଟି ମାନଦଣ୍ଡ ଓ ଅଯୋଗ୍ୟଙ୍କୁ ବାଦ୍ ଦେବା ପାଇଁ ୧୦ଟି ମାନଦଣ୍ଡ ନିର୍ଦ୍ଧାରଣ କରିଛନ୍ତି । ଜିଲ୍ଲାସ୍ତରରେ ବିଭାଗୀୟ କର୍ମଚାରୀମାନଙ୍କ ଦ୍ୱାରା ଏହାର ଉପଯୁକ୍ତ ତଦନ୍ତ କରାଯାଇ ଯୋଗ୍ୟ ବିବେଚିତ ଆବେଦନକାରୀଙ୍କୁ ଏଥିରେ ସାମିଲ କରାଯାଉଛି।

https://www.thesakala.in/latest-odisha-news/new-ration-cards-will-be-issued-to-the-beneficiaries-by-september/article-34920
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର