ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଲାଗୁ ହେବ ନୂଆ ନିୟମ: ଶାଳୀନତା ପୂର୍ଣ୍ଣ ପୋଷାକ ପରିଧାନକୁ ଗୁରୁତ୍ବ, ସମ୍ପୂର୍ଣ୍ଣ ବନ୍ଦ ହେବ ପାନ ଓ ଗୁଟୁଖା

The Sakala Picture
Published On

ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ନୀତି ସବ୍‌କମିଟି ବୈଠକ ଶେଷ ହୋଇଛି ।‌ ପହିଲି ଭୋଗ, ଧନୁ ସଂକ୍ରାନ୍ତି ନୀତି ଚୂଡ଼ାନ୍ତ ହୋଇଛି । ରାତ୍ର ୨ଟାରେ ଫିଟିବ ଦ୍ବାର । ୧୬ ତାରିଖ ରାତି ଓ ୩୧ ତାରିଖ ରାତିରେ ଆବଶ୍ୟକ ପଡ଼ିଲେ ରାତ୍ର ପହୁଡ଼ ହେବ ନାହିଁ । ଜାନୁଆରୀ ୧ ତାରିଖରୁ ଶ୍ରୀମନ୍ଦିରରେ ପାନ, ଗୁଟଖା ସମ୍ପୂର୍ଣ୍ଣ ବନ୍ଦ ହେବ । ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନିୟମକୁ କଡାକଡି ଲାଗୁ କରାଯିବ। ଦିବ୍ୟାଙ୍ଗ ଭକ୍ତଙ୍କ […]

ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ନୀତି ସବ୍‌କମିଟି ବୈଠକ ଶେଷ ହୋଇଛି ।‌ ପହିଲି ଭୋଗ, ଧନୁ ସଂକ୍ରାନ୍ତି ନୀତି ଚୂଡ଼ାନ୍ତ ହୋଇଛି । ରାତ୍ର ୨ଟାରେ ଫିଟିବ ଦ୍ବାର । ୧୬ ତାରିଖ ରାତି ଓ ୩୧ ତାରିଖ ରାତିରେ ଆବଶ୍ୟକ ପଡ଼ିଲେ ରାତ୍ର ପହୁଡ଼ ହେବ ନାହିଁ । ଜାନୁଆରୀ ୧ ତାରିଖରୁ ଶ୍ରୀମନ୍ଦିରରେ ପାନ, ଗୁଟଖା ସମ୍ପୂର୍ଣ୍ଣ ବନ୍ଦ ହେବ । ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନିୟମକୁ କଡାକଡି ଲାଗୁ କରାଯିବ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ପାଇଁ ଉତ୍ତର ଦ୍ଵାରର ରାମ୍ପ୍ ବ୍ୟବସ୍ଥା କରାଯିବ । ୧୭ ତାରିଖ ଯାତ୍ରୀ ପରିକ୍ରମା ଲୋକାର୍ପଣ ପାଇଁ ଦ୍ଵାଦଶ ଜ୍ୟୋତିର୍ଲିଙ୍ଗ, ଚାରି ଧାମ ଓ ଭାରତବର୍ଷର ପ୍ରମୁଖ ତୀର୍ଥ ଓ ଧର୍ମ ସ୍ଥାନରୁ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି । ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର