ଏପ୍ରିଲ ୧ରୁ ଆରମ୍ଭ ହେବ ନୂଆ ସୁଭଦ୍ରା ପଞ୍ଜୀକରଣ, ୩୦ ତାରିଖ ପର୍ଯ୍ୟନ୍ତ କରିପାରିବେ ଆବେଦନ

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ । ଏପ୍ରିଲ ୧ରୁ ୩୦ ତାରିଖ ପର୍ଯ୍ୟନ୍ତ ଏକ ମାସ ପାଇଁ ‘ସୁଭଦ୍ରା ପୋର୍ଟାଲ’ରେ ନୂତନ ଆବେଦନ ଗ୍ରହଣ କରାଯିବ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ପ୍ରୟାସ । 

ସୁଭଦ୍ରା ପଞ୍ଜୀକରଣ ପାଇଁ ଆବେଦନକାରୀଙ୍କ ବୟସ ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ଯୋଗ୍ୟ ବିବେଚିତ ହିତାଧିକାରୀମାନେ ୨୦୨୬-୨୭ ଆର୍ଥିକ ବର୍ଷରୁ ଯୋଜନାର ଅବଧି ପର୍ଯ୍ୟନ୍ତ ବାର୍ଷିକ ଦୁଇଟି କିସ୍ତିରେ ମୋଟ ୧୦,୦୦୦ ଟଙ୍କାର ସହାୟତା ରାଶି ପାଇବେ । ଯେଉଁମାନେ ପୂର୍ବରୁ ଆବେଦନ କରି ନାହାନ୍ତି କେବଳ ସେମାନେ ହିଁ ପଞ୍ଜୀକରଣ କରିପାରିବେ । ପୂର୍ବରୁ ଆବେଦନ କରିଥିବା ମହିଳାଙ୍କ ଆବେଦନ ଗ୍ରହଣୀୟ ହେବ ନାହିଁ । 

ନୂତନ ଆବେଦନଗୁଡିକ ସାଧାରଣ ସେବା କେନ୍ଦ୍ର (CSC) ଏବଂ ଆମ ସେବା କେନ୍ଦ୍ର (ASK) ମାଧ୍ୟମରେ ସୁଭଦ୍ରା ପୋର୍ଟାଲ ଜରିଆରେ ପଞ୍ଜୀକୃତ କରାଯିବ। ଆବେଦନ ପାଇଁ ଫର୍ମଗୁଡ଼ିକ ସମସ୍ତ ଅଙ୍ଗନୱାଡି କେନ୍ଦ୍ର (AWC) ଏବଂ CDPO କାର୍ଯ୍ୟାଳୟରେ ସମ୍ପୂର୍ଣ୍ଣ ନିଶୁଳ୍କ ଭାବେ ଉପଲବ୍ଧ ଅଛି।

About The Author: Madhusudan Das