ଖୁବ ଶୀଘ୍ର ଆରମ୍ଭ ହେବ ତାଳଚେରରେ ନୂଆ ତାପଜ ୟୁନିଟ୍ – ମୁଖ୍ୟ ଶାସନ ସଚିବ

The Sakala Picture
Published On

ଭୁବନେଶ୍ୱର: ତାଳଚେର ତାପଜ ବିଦ୍ୟୁତ୍ କେନ୍ଦ୍ର ଚାଲୁ ରଖିବା ପାଇଁ ରାଜ୍ୟ ସରକାର ଏବଂ ଏନଟିପିସି ମଧ୍ୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଲେଖିଥିବା ଚିଠି ଅନୁସାରେ ବୈଠକ ବସିଥିଲା । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ତାଳଚେରରେ ଥିବା ପୁରୁଣା ତାପଜ ବିଦ୍ୟୁତ୍ କେନ୍ଦ୍ର ଚଳାଇବା ଏବଂ ନୂଆ ୟୁନିଟ୍ ପ୍ରତିଷ୍ଠା ବିଷୟରେ ଆଲୋଚନା ହୋଇଛି । ତାଳଚେରରେ […]

ଭୁବନେଶ୍ୱର: ତାଳଚେର ତାପଜ ବିଦ୍ୟୁତ୍ କେନ୍ଦ୍ର ଚାଲୁ ରଖିବା ପାଇଁ ରାଜ୍ୟ ସରକାର ଏବଂ ଏନଟିପିସି ମଧ୍ୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଲେଖିଥିବା ଚିଠି ଅନୁସାରେ ବୈଠକ ବସିଥିଲା । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ତାଳଚେରରେ ଥିବା ପୁରୁଣା ତାପଜ ବିଦ୍ୟୁତ୍ କେନ୍ଦ୍ର ଚଳାଇବା ଏବଂ ନୂଆ ୟୁନିଟ୍ ପ୍ରତିଷ୍ଠା ବିଷୟରେ ଆଲୋଚନା ହୋଇଛି ।

ଆହୁରି ପଢ଼ନ୍ତୁ: ନିଖିଲ ହତ୍ୟାକାଣ୍ଡକୁ କେନ୍ଦ୍ର କରି ରାୟଗଡ଼ାରେ ପୁଣି ଉତ୍ତେଜନା: ଥାନା ଆଗରେ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର

ତାଳଚେରରେ ରାଜ୍ୟର ବିଦ୍ୟୁତ୍ ଚାହିଦା ଅନୁସାରେ ଗୋଟିଏ କିମ୍ବା ଦୁଇଟି ଅଲଟ୍ରା-ମେଗା ପାୱାର ୟୁନିଟ୍ ପ୍ରତିଷ୍ଠା ନିମନ୍ତେ ନିଷ୍ପତ୍ତି ହୋଇଛି । ନୂଆ ୟୁନିଟର ପ୍ରତିଷ୍ଠା, ଉତ୍ପାଦିତ ବିଦ୍ୟୁତର ବିପଣୀ ଓ କାରବାର ସମ୍ବନ୍ଧରେ ଗ୍ରୀଡକୋ ଏବଂ ଏନଟିପିସି ମିଳିତ ଭାବେ କାର୍ୟ୍ୟପନ୍ଥା ନିର୍ଦ୍ଧାରଣ କରିବେ ବୋଲି ସ୍ଥିର ହୋଇଥିଲା । ଏ ବିଷୟରେ ଖୁବଶୀଘ୍ର ରାଜ୍ୟ ସରକାରଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯିବ ବୋଲି ଏନଟିପିସି ଅଧ୍ୟକ୍ଷ ଗୁରୁଦୀପ ସିଂ କହିଥିଲେ ।

ଆହୁରି ପଢ଼ନ୍ତୁ: ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୬ ଜୀବନ, ଜଣେ ଗୁରୁତର

ତାଳଚେରର ନୂଆ ୟୁନିଟ୍ କାର୍ଯ୍ଯକ୍ଷମ ହେବା ପର୍ଯ୍ଯନ୍ତ ପୁରୁଣା ୟୁନିଟକୁ ଚଳାଇ ରଖିବା ଉପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଗୁରୁତ୍ୱାରୋପ କରିଥିଲେ । ଏହି ପ୍ଲାଣ୍ଟ ସହ ଅନେକ ଲୋକଙ୍କର ଜୀବିକା ଜଡ଼ିତ ଥିବାରୁ ଏହା ଚଳାଇ ରଖିବା ଏକାନ୍ତ ଆବଶ୍ୟକ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଇନ୍ଫୋଭ୍ୟାଲି ନିକଟ କାଜୁ ବଣ ଭିତରେ ଯୁବକଙ୍କ ମୃତଦେହ ମିଳିବା ଘଟଣା: 'ମୁହଁରେ ଲାଗିଥିବା ବାଲି ଦେଲା ହତ୍ୟାର ସୁରାକ...'

ତାଳଚେର ତାପଜ କେନ୍ଦ୍ର ଏନଟିପିସିର ଉତ୍କୃଷ୍ଟ କେନ୍ଦ୍ରଭାବେ ଜାତୀୟ ସ୍ତରରେ ପୁରସ୍କୃତ ହୋଇଛି । କିଛି ପୁଞ୍ଜି ବିନିଯୋଗ ସହ ଏହି ପ୍ଲାଣ୍ଟର ନବୀକରଣ କରି ଏହାକୁ ପୁନଃ ଚଳାଇବା ଉଚିତ୍ ହେବ ବୋଲି ମଧ୍ୟ ମୁଖ୍ୟ ଶାସନ ସଚିବ କହିଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ସମ୍ବନ୍ଧିତ କିଛି ପଦକ୍ଷେପ ସହ ଏହି ପ୍ଲାଣ୍ଟ ଚଳାଯାଇ ପାରିବ ବୋଲି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସମ୍ପାଦକ ଡ. କେ.ମୁରୁଗେସନ୍ କହିଛନ୍ତି । ପ୍ଲାଣ୍ଟର ନିରାପତ୍ତା ଅଡିଟ୍ କରି ଏହି ପ୍ଲାଣ୍ଟକୁ ପୁନଃ ଚଳାଇବା ନିମନ୍ତେ ସମସ୍ତ ସମ୍ଭାବନାର ଅନୁଧ୍ୟାନ କରିବା ପାଇଁ ଏନଟିପିସି ଅଧ୍ୟକ୍ଷ ବୈଠକରେ ଉପସ୍ଥିତ ଯନ୍ତ୍ରୀ ଓ ବିଶେଷଜ୍ଞମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଇତି ମଧ୍ୟରେ ନୂତନ ୟୁନିଟ୍ ପ୍ରତିଷ୍ଠା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କର୍ତ୍ତୃପକ୍ଷ କମିଟି ଅନୁମୋଦନ କରିଛନ୍ତି । ପ୍ରାରମ୍ଭିକ ଆକଳନ ଅନୁସାରେ ଏଥିରେ ପ୍ରାୟ ୭,୭୦୦ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ ହେବ । ଏହି ୟୁନିଟ୍ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ଜମି, ଜଳ ଏବଂ ଅନ୍ୟାନ୍ୟ ଭିତ୍ତିଭୂମି ସୁବିଧା ଏନଟିପିସିକୁ ଯୋଗାଇ ଦେଇଛନ୍ତି । ଖୁବଶୀଘ୍ର ଏହାର ନିର୍ମାଣ କାର୍ୟ୍ୟ ଆରମ୍ଭ ହେବ ବୋଲି ଜଣାଇଛନ୍ତି ଏନଟିପିସି ଅଧ୍ୟକ୍ଷ ।

05 Apr 2021 By The Sakala

ଖୁବ ଶୀଘ୍ର ଆରମ୍ଭ ହେବ ତାଳଚେରରେ ନୂଆ ତାପଜ ୟୁନିଟ୍ – ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ତାଳଚେର ତାପଜ ବିଦ୍ୟୁତ୍ କେନ୍ଦ୍ର ଚାଲୁ ରଖିବା ପାଇଁ ରାଜ୍ୟ ସରକାର ଏବଂ ଏନଟିପିସି ମଧ୍ୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଲେଖିଥିବା ଚିଠି ଅନୁସାରେ ବୈଠକ ବସିଥିଲା । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ତାଳଚେରରେ ଥିବା ପୁରୁଣା ତାପଜ ବିଦ୍ୟୁତ୍ କେନ୍ଦ୍ର ଚଳାଇବା ଏବଂ ନୂଆ ୟୁନିଟ୍ ପ୍ରତିଷ୍ଠା ବିଷୟରେ ଆଲୋଚନା ହୋଇଛି ।

ତାଳଚେରରେ ରାଜ୍ୟର ବିଦ୍ୟୁତ୍ ଚାହିଦା ଅନୁସାରେ ଗୋଟିଏ କିମ୍ବା ଦୁଇଟି ଅଲଟ୍ରା-ମେଗା ପାୱାର ୟୁନିଟ୍ ପ୍ରତିଷ୍ଠା ନିମନ୍ତେ ନିଷ୍ପତ୍ତି ହୋଇଛି । ନୂଆ ୟୁନିଟର ପ୍ରତିଷ୍ଠା, ଉତ୍ପାଦିତ ବିଦ୍ୟୁତର ବିପଣୀ ଓ କାରବାର ସମ୍ବନ୍ଧରେ ଗ୍ରୀଡକୋ ଏବଂ ଏନଟିପିସି ମିଳିତ ଭାବେ କାର୍ୟ୍ୟପନ୍ଥା ନିର୍ଦ୍ଧାରଣ କରିବେ ବୋଲି ସ୍ଥିର ହୋଇଥିଲା । ଏ ବିଷୟରେ ଖୁବଶୀଘ୍ର ରାଜ୍ୟ ସରକାରଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯିବ ବୋଲି ଏନଟିପିସି ଅଧ୍ୟକ୍ଷ ଗୁରୁଦୀପ ସିଂ କହିଥିଲେ ।

ତାଳଚେରର ନୂଆ ୟୁନିଟ୍ କାର୍ଯ୍ଯକ୍ଷମ ହେବା ପର୍ଯ୍ଯନ୍ତ ପୁରୁଣା ୟୁନିଟକୁ ଚଳାଇ ରଖିବା ଉପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଗୁରୁତ୍ୱାରୋପ କରିଥିଲେ । ଏହି ପ୍ଲାଣ୍ଟ ସହ ଅନେକ ଲୋକଙ୍କର ଜୀବିକା ଜଡ଼ିତ ଥିବାରୁ ଏହା ଚଳାଇ ରଖିବା ଏକାନ୍ତ ଆବଶ୍ୟକ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି ।

ତାଳଚେର ତାପଜ କେନ୍ଦ୍ର ଏନଟିପିସିର ଉତ୍କୃଷ୍ଟ କେନ୍ଦ୍ରଭାବେ ଜାତୀୟ ସ୍ତରରେ ପୁରସ୍କୃତ ହୋଇଛି । କିଛି ପୁଞ୍ଜି ବିନିଯୋଗ ସହ ଏହି ପ୍ଲାଣ୍ଟର ନବୀକରଣ କରି ଏହାକୁ ପୁନଃ ଚଳାଇବା ଉଚିତ୍ ହେବ ବୋଲି ମଧ୍ୟ ମୁଖ୍ୟ ଶାସନ ସଚିବ କହିଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ସମ୍ବନ୍ଧିତ କିଛି ପଦକ୍ଷେପ ସହ ଏହି ପ୍ଲାଣ୍ଟ ଚଳାଯାଇ ପାରିବ ବୋଲି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସମ୍ପାଦକ ଡ. କେ.ମୁରୁଗେସନ୍ କହିଛନ୍ତି । ପ୍ଲାଣ୍ଟର ନିରାପତ୍ତା ଅଡିଟ୍ କରି ଏହି ପ୍ଲାଣ୍ଟକୁ ପୁନଃ ଚଳାଇବା ନିମନ୍ତେ ସମସ୍ତ ସମ୍ଭାବନାର ଅନୁଧ୍ୟାନ କରିବା ପାଇଁ ଏନଟିପିସି ଅଧ୍ୟକ୍ଷ ବୈଠକରେ ଉପସ୍ଥିତ ଯନ୍ତ୍ରୀ ଓ ବିଶେଷଜ୍ଞମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଇତି ମଧ୍ୟରେ ନୂତନ ୟୁନିଟ୍ ପ୍ରତିଷ୍ଠା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କର୍ତ୍ତୃପକ୍ଷ କମିଟି ଅନୁମୋଦନ କରିଛନ୍ତି । ପ୍ରାରମ୍ଭିକ ଆକଳନ ଅନୁସାରେ ଏଥିରେ ପ୍ରାୟ ୭,୭୦୦ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ ହେବ । ଏହି ୟୁନିଟ୍ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ଜମି, ଜଳ ଏବଂ ଅନ୍ୟାନ୍ୟ ଭିତ୍ତିଭୂମି ସୁବିଧା ଏନଟିପିସିକୁ ଯୋଗାଇ ଦେଇଛନ୍ତି । ଖୁବଶୀଘ୍ର ଏହାର ନିର୍ମାଣ କାର୍ୟ୍ୟ ଆରମ୍ଭ ହେବ ବୋଲି ଜଣାଇଛନ୍ତି ଏନଟିପିସି ଅଧ୍ୟକ୍ଷ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର