ପୁରୀରେ ପହଞ୍ଚିଲେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ, ମହାପ୍ରଭୁଙ୍କୁ କରିବେ ଦର୍ଶନ

The Sakala Picture
Published On

ଭୁବନେଶ୍ବର: ପୁରୀରେ ପହଞ୍ଚିଛନ୍ତି ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ପୁରୁଷୋତ୍ତମ ଏକ୍ସପ୍ରେସରେ ଆସି ଭୋରରେ ପୁରୀରେ ପହଞ୍ଚିଛନ୍ତି। ଆସନ୍ତା ୩୧ ତାରିଖରେ (ମଙ୍ଗଳବାର) ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ। ଏଥିପାଇଁ ଓଡ଼ିଶା ରାଜଭବନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ରଘୁବର ଦାସ ପୁରୀ ରାଜଭବନକୁ ଯାଇଛନ୍ତି। ସେଠାରୁ ପୂର୍ବାହ୍ନ ୯ଟାରେ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଶ୍ରୀ ମନ୍ଦିର ଯିବାର କାର୍ଯ୍ୟକ୍ରମ ରହିଛି। ମନ୍ଦିରରେ ପ୍ରାୟ ୧ଘଣ୍ଟା ପୂଜାର୍ଚ୍ଚନା କରି […]

ଭୁବନେଶ୍ବର: ପୁରୀରେ ପହଞ୍ଚିଛନ୍ତି ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ପୁରୁଷୋତ୍ତମ ଏକ୍ସପ୍ରେସରେ ଆସି ଭୋରରେ ପୁରୀରେ ପହଞ୍ଚିଛନ୍ତି। ଆସନ୍ତା ୩୧ ତାରିଖରେ (ମଙ୍ଗଳବାର) ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ। ଏଥିପାଇଁ ଓଡ଼ିଶା ରାଜଭବନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ରଘୁବର ଦାସ ପୁରୀ ରାଜଭବନକୁ ଯାଇଛନ୍ତି। ସେଠାରୁ ପୂର୍ବାହ୍ନ ୯ଟାରେ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଶ୍ରୀ ମନ୍ଦିର ଯିବାର କାର୍ଯ୍ୟକ୍ରମ ରହିଛି। ମନ୍ଦିରରେ ପ୍ରାୟ ୧ଘଣ୍ଟା ପୂଜାର୍ଚ୍ଚନା କରି ପୁଣି ପୁରୀ ରାଜଭବନ ଅଭିମୁଖେ ଯିବେ। ସେଠାରୁ ୧୨ଟା ୧୫ରେ ଭୁବନେଶ୍ବରସ୍ଥିତ ରାଜଭବନ ଅଭିମୁଖେ ଆସିବେ। ଏଠାରେ ସୋମବାର ରାତ୍ରିଯାପନ କରିବେ।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ମଙ୍ଗଳବାର ସକାଳ ୮ଟା ୪୫ରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯିବେ। ସେଠାରେ ବି ପ୍ରାୟ ୧ଘଣ୍ଟା କାଳ ପୂଜାର୍ଚ୍ଚନା କରିବା ପରେ ରାଜଭବନ ଅଭିମୁଖେ ଫେରିବେ। ଏହାପରେ ପୂର୍ବାହ୍ନ ୧୧ଟା ୪୫ରେ ରାଜଭବନର ନୂଆ ହଲ୍‌ରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନୂଆ ରାଜ୍ୟପାଳ ତାଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସାଙ୍ଗରେ ପ୍ରାୟ ୮୦ଜଣ ବନ୍ଧୁ ଓ ପରିବାରବର୍ଗଙ୍କୁ ଆଣୁଛନ୍ତି। ସମସ୍ତେ ଟ୍ରେନ୍‌ରେ ଏକସଙ୍ଗେ ଝାଡ଼ଖଣ୍ଡରୁ ପୁରୀ ଆସିବେ। ରାଜ୍ୟପାଳଙ୍କୁ ଜେଡ୍‌+ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଇଛି।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର