ଭୁବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉକ୍ତ ଜିଲ୍ଲାଗୁଡ଼ିକ ହେଉଛି ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦବେଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବରା।
ଅନ୍ୟପକ୍ଷରେ, ଆସନ୍ତା ୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ନେଇ ଆଜି ପାଣିପାଗ ବିଭାଗ ଟ୍ବିଟ କରି ସୂଚନା ଦେଇଛି। ଆସନ୍ତା ୫ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାରି ପ୍ରଭବାରେ ବର୍ଷାର ପରିମାଣ ମଧ୍ୟ ବଢିବାର ସମ୍ଭାବନା ରହିଛି।