ଆଗାମୀ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ, ସନ୍ଧ୍ୟାରେ ମୁଣ୍ଡଳୀରେ ସର୍ବାଧିକ ବନ୍ୟାଜଳ ପ୍ରବାହିତ ହେବା ଆକଳନ- ଏସଆରସି

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ ବିଭିନ୍ନ ସ୍ଥାନରେ ବନ୍ୟା ସ୍ଥିତି ଗମ୍ଭୀର ରହିଛି। ଏଭଳି ସ୍ଥିତିରେ ଅନେକ ସ୍ଥାନରେ ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି । କିଛି ସ୍ଥାନରେ ଘରେ ଘରେ ପଶିଛି ବନ୍ୟାଜଳ । ବନ୍ୟା ସ୍ଥିତିକୁ ନେଇ ଏସଆରସି ସମୀକ୍ଷା କରିଛନ୍ତି। ସେ କହିଛନ୍ତି ଯେ, ରାଜ୍ଯରେ ଉଚ୍ଚ ଓ ମଧ୍ୟମ ଧରଣର ବନ୍ୟା ହୋଇଥିବା କହିପାରିବା। ଆଗାମୀ ୪୮ ଘଣ୍ଟା ଗୁରୁତ୍ବପୂର୍ଣ୍ଣ ରହିଛି। ସନ୍ଧ୍ୟାରେ ମୁଣ୍ଡଳୀରେ ସର୍ବାଧିକ ବନ୍ୟାଜଳ ପାସ କରିବା ଆକଳନ କରାଯାଉଛି। ପାଣି […]

ଭୁବନେଶ୍ବର: ରାଜ୍ଯରେ ବିଭିନ୍ନ ସ୍ଥାନରେ ବନ୍ୟା ସ୍ଥିତି ଗମ୍ଭୀର ରହିଛି। ଏଭଳି ସ୍ଥିତିରେ ଅନେକ ସ୍ଥାନରେ ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି । କିଛି ସ୍ଥାନରେ ଘରେ ଘରେ ପଶିଛି ବନ୍ୟାଜଳ । ବନ୍ୟା ସ୍ଥିତିକୁ ନେଇ ଏସଆରସି ସମୀକ୍ଷା କରିଛନ୍ତି। ସେ କହିଛନ୍ତି ଯେ, ରାଜ୍ଯରେ ଉଚ୍ଚ ଓ ମଧ୍ୟମ ଧରଣର ବନ୍ୟା ହୋଇଥିବା କହିପାରିବା। ଆଗାମୀ ୪୮ ଘଣ୍ଟା ଗୁରୁତ୍ବପୂର୍ଣ୍ଣ ରହିଛି। ସନ୍ଧ୍ୟାରେ ମୁଣ୍ଡଳୀରେ ସର୍ବାଧିକ ବନ୍ୟାଜଳ ପାସ କରିବା ଆକଳନ କରାଯାଉଛି। ପାଣି ଘେରରେ ଗାଁଗୁଡିକରେ ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟାସ୍ଥିତ ଦେଖି ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ମୁକାବିଲାରେ ଦାୟିତ୍ବରେ ସରକାରୀ କର୍ମଚାରୀ ନିୟୋଜିତ ହେବେ। ବର୍ତ୍ତମାନ ହୀରାକୁଦରେ ୨୬ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ପରେ ଗେଟ ଖୋଲିବ । ଆବଶ୍ଯକସ୍ଥଳେ ଲୋକଙ୍କୁ ସ୍ଥାନାନ୍ତର ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

ବିଭିନ୍ନ ସ୍ଥାନରେ ଘାଇ ସୃଷ୍ଟି ହୋଇଛି। ସେଥିପାଇଁ ସତର୍କ ରହିବାକୁ କୁହାଯାଇଛି। ଆଗାମୀ ୩ଦିନ ପର୍ଯ୍ଯନ୍ତ ଲୋକମାନେ ସହଯୋଗ କରନ୍ତୁ। ସୁରକ୍ଷା ପାଇଁ ଆବଶ୍ଯକସ୍ଥଳେ ବିଦ୍ଯୁତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କେନ୍ଦ୍ରାପଡ଼ା, ଯାଜପୁର, ପୁରୀ ଓ ଖୋର୍ଦ୍ଧା ଜିଲ୍ଲା ବନ୍ୟାରେ ବିଶେଷ ପ୍ରଭାବିତ ହୋଇଛି ବୋଲି ଏସଆରସି କହିଛନ୍ତି।

ଆହୁରି ପଢ଼ନ୍ତୁ: ମହଙ୍ଗା ପଡ଼ିଲା ମଦ୍ୟପାନ; ସ୍କୁଲ୍ ପରିସରରେ ମଦ ପିଇ ପ୍ରଧାନ ଶିକ୍ଷକ ନିଲମ୍ବିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର