ଖସୁଛି ରାତି ତାପମାତ୍ରା, ରାଜ୍ୟରେ ପୁଣି ବଢ଼ିଲା ଶୀତ; ଅନେକ ସ୍ଥାନରେ କୁହୁଡି ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ରାତିରେ କମୁଛି ପାରଦ । କଲବଲ କରୁଛି ଶୀତ । ଅସହ୍ୟ ଜାଡରେ ଅସ୍ତବ୍ୟସ୍ତ ଜନଜୀବନ । ସ୍ବାଭାବିକ ତାପମାତ୍ରା ଠାରୁ ରାତିରେ ଦୁଇରୁ ତିନି ଡିଗ୍ରୀ କମୁଛି ପାରା । ଫଳରେ ପ୍ରବଳ ଶୀତ ଅନୁଭୂତ ହେଉଛି । ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାର ପାତ ଲାଗି ରହିଥିବା ନେଇ ଖବର ଆସିଛି । ଶିମିଳିପାଳ ଅଞ୍ଚଳର ଉପର ବାରାହାକାମୁଡ଼ାରେ ଆଜି ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଚହଳ […]

ଭୁବନେଶ୍ୱର: ରାତିରେ କମୁଛି ପାରଦ । କଲବଲ କରୁଛି ଶୀତ । ଅସହ୍ୟ ଜାଡରେ ଅସ୍ତବ୍ୟସ୍ତ ଜନଜୀବନ । ସ୍ବାଭାବିକ ତାପମାତ୍ରା ଠାରୁ ରାତିରେ ଦୁଇରୁ ତିନି ଡିଗ୍ରୀ କମୁଛି ପାରା । ଫଳରେ ପ୍ରବଳ ଶୀତ ଅନୁଭୂତ ହେଉଛି । ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାର ପାତ ଲାଗି ରହିଥିବା ନେଇ ଖବର ଆସିଛି ।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ଶିମିଳିପାଳ ଅଞ୍ଚଳର ଉପର ବାରାହାକାମୁଡ଼ାରେ ଆଜି ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଚହଳ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ରହିଛି । ଉପକୂଳ ଓଡ଼ିଶାର ଅଧିକାଂଶ ସହରର ସର୍ବନିମ୍ନ ତାପମାତ୍ରା ପୁଣି ଥରେ ୧୫ ଡିଗ୍ରୀ ଭିତରେ ରହିବା ଅନୁମାନ କରାଯାଉଛି । ସେହିଭଳି ଦକ୍ଷିଣ ଓ ଅଭ୍ୟନ୍ତରୀଣ ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ଭିତରେ ରହିବ । ‌ତେବେ ଶୀତ ବଢ଼ିବା ସହ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ପରିଲକ୍ଷିତ ହେବ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, କନ୍ଧମାଳ, କଟକ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼, କେଦନ୍ଦୁଝର, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ଲାଗି ରହିବ ।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର