ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ସରିଲା ଅଧରପଣା ନୀତି; ଆଜି ନୀଳାଦ୍ରିବିଜେ, ରତ୍ନସିଂହାସନକୁ ଫେରିବେ ମହାବାହୁ

The Sakala Picture
Published On

ପୁରୀ : ଆଜି ମହାବାହୁଙ୍କ ଘୋଷଯାତ୍ରାର ଅନ୍ତିମ ପର୍ଯ୍ୟାୟ । ଆଜି ସରିବ ମହାପ୍ରଭୁଙ୍କ ଜନ୍ମବେଦି ଲୀଳା । ରତ୍ନସିଂହାସନକୁ ଫେରିବେ ମହାବାହୁ । ଅପରାହ୍ନ ତିନିଟାରେ ପହଣ୍ଡି ହେବା ନେଇ ବ୍ୟବସ୍ଥା ରହିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏନେଇ ଦଇତାପତିମାନଙ୍କ ସହ ଆଲୋଚନା କରିଛନ୍ତି । ଗୋଟି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରିବେ । ମଦନମୋହନ, ରାମକୃଷ୍ଣ, ସୁଦର୍ଶନ, ବଡ଼ଭାଇ ବଳଭଦ୍ର, ଦେବୀ ସୁଭଦ୍ରା ଶ୍ରୀମନ୍ଦିର ବିଜେ କରିବା ପରେ […]

ପୁରୀ : ଆଜି ମହାବାହୁଙ୍କ ଘୋଷଯାତ୍ରାର ଅନ୍ତିମ ପର୍ଯ୍ୟାୟ । ଆଜି ସରିବ ମହାପ୍ରଭୁଙ୍କ ଜନ୍ମବେଦି ଲୀଳା । ରତ୍ନସିଂହାସନକୁ ଫେରିବେ ମହାବାହୁ । ଅପରାହ୍ନ ତିନିଟାରେ ପହଣ୍ଡି ହେବା ନେଇ ବ୍ୟବସ୍ଥା ରହିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏନେଇ ଦଇତାପତିମାନଙ୍କ ସହ ଆଲୋଚନା କରିଛନ୍ତି । ଗୋଟି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରିବେ । ମଦନମୋହନ, ରାମକୃଷ୍ଣ, ସୁଦର୍ଶନ, ବଡ଼ଭାଇ ବଳଭଦ୍ର, ଦେବୀ ସୁଭଦ୍ରା ଶ୍ରୀମନ୍ଦିର ବିଜେ କରିବା ପରେ ଗୋଟି ପହଣ୍ଡିରେ ଯିବେ ଜଗତ ଠାକୁର । ରସଗୋଲା ଦେଇ ମାତା ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାବାହୁ । ଭଉଣୀ ଓ ଭାଇଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଯାଇଥିଲେ ଶ୍ରୀଜଗନ୍ନାଥ । ତେବେ ମହାପ୍ରଭୁଙ୍କ ଆସିବାରେ ବିଳମ୍ବ ହେବାରୁ ହେରା ପଞ୍ଚମୀ ଦିନ ଲକ୍ଷ୍ମୀ ଠାକୁରାଣୀ ଶ୍ରୀଗୁଣ୍ଡିଚା ଅଭିମୂଖେ ଯାଇଥିଲେ । ପ୍ରଭୁଙ୍କ ଦର୍ଶନ ନପାଇ ରାଗରେ ନନ୍ଦିଘୋଷ ଭାଙ୍ଗି ଫେରିଥିଲେ ଠାକୁରାଣୀ । ତେଣୁ ଅଭିମାନିନୀ ମାଆ ଲକ୍ଷ୍ମୀଙ୍କ ମାନ ଭାଙ୍ଗିବାକୁ ଶ୍ରୀଜଗନ୍ନାଥ ରସଗୋଲା ସାଥିରେ ଆଣିଛନ୍ତି । ପତି-ପତ୍ନୀଙ୍କ ଏହି ମଧୂର ସମ୍ପର୍କକୁ ଶେଷ ଦିନରେ ପ୍ରତିପାଦନ କରିବେ ମହାପ୍ରଭୁ । ଲକ୍ଷ୍ମୀଙ୍କ ମାନ ଭଞ୍ଜନ ପରେ ରତ୍ନ ସିଂହାସନକୁ ଫେରିବେ ନୀଳାଦ୍ରିନାଥ ।

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

23 Jul 2021 By The Sakala

ସରିଲା ଅଧରପଣା ନୀତି; ଆଜି ନୀଳାଦ୍ରିବିଜେ, ରତ୍ନସିଂହାସନକୁ ଫେରିବେ ମହାବାହୁ

ପୁରୀ : ଆଜି ମହାବାହୁଙ୍କ ଘୋଷଯାତ୍ରାର ଅନ୍ତିମ ପର୍ଯ୍ୟାୟ । ଆଜି ସରିବ ମହାପ୍ରଭୁଙ୍କ ଜନ୍ମବେଦି ଲୀଳା । ରତ୍ନସିଂହାସନକୁ ଫେରିବେ ମହାବାହୁ । ଅପରାହ୍ନ ତିନିଟାରେ ପହଣ୍ଡି ହେବା ନେଇ ବ୍ୟବସ୍ଥା ରହିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏନେଇ ଦଇତାପତିମାନଙ୍କ ସହ ଆଲୋଚନା କରିଛନ୍ତି । ଗୋଟି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରିବେ । ମଦନମୋହନ, ରାମକୃଷ୍ଣ, ସୁଦର୍ଶନ, ବଡ଼ଭାଇ ବଳଭଦ୍ର, ଦେବୀ ସୁଭଦ୍ରା ଶ୍ରୀମନ୍ଦିର ବିଜେ କରିବା ପରେ ଗୋଟି ପହଣ୍ଡିରେ ଯିବେ ଜଗତ ଠାକୁର । ରସଗୋଲା ଦେଇ ମାତା ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାବାହୁ । ଭଉଣୀ ଓ ଭାଇଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଯାଇଥିଲେ ଶ୍ରୀଜଗନ୍ନାଥ । ତେବେ ମହାପ୍ରଭୁଙ୍କ ଆସିବାରେ ବିଳମ୍ବ ହେବାରୁ ହେରା ପଞ୍ଚମୀ ଦିନ ଲକ୍ଷ୍ମୀ ଠାକୁରାଣୀ ଶ୍ରୀଗୁଣ୍ଡିଚା ଅଭିମୂଖେ ଯାଇଥିଲେ । ପ୍ରଭୁଙ୍କ ଦର୍ଶନ ନପାଇ ରାଗରେ ନନ୍ଦିଘୋଷ ଭାଙ୍ଗି ଫେରିଥିଲେ ଠାକୁରାଣୀ । ତେଣୁ ଅଭିମାନିନୀ ମାଆ ଲକ୍ଷ୍ମୀଙ୍କ ମାନ ଭାଙ୍ଗିବାକୁ ଶ୍ରୀଜଗନ୍ନାଥ ରସଗୋଲା ସାଥିରେ ଆଣିଛନ୍ତି । ପତି-ପତ୍ନୀଙ୍କ ଏହି ମଧୂର ସମ୍ପର୍କକୁ ଶେଷ ଦିନରେ ପ୍ରତିପାଦନ କରିବେ ମହାପ୍ରଭୁ । ଲକ୍ଷ୍ମୀଙ୍କ ମାନ ଭଞ୍ଜନ ପରେ ରତ୍ନ ସିଂହାସନକୁ ଫେରିବେ ନୀଳାଦ୍ରିନାଥ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର