୧୨ ଦିନର ଲୀଳାଖେଳା ସାରି ରତ୍ନବେଦୀକୁ ଫେରିଲେ ଚତୁର୍ଦ୍ଧାମୂର୍ତ୍ତି

The Sakala Picture
Published On

ପୁରୀ: ଘୋଷଯାତ୍ରାର ଅନ୍ତିମ ପର୍ବ ହେଉଛି ‘ନୀଳାଦ୍ରିବିଜେ’। ଶ୍ରୀଗୁଣ୍ଡିଚା ମନ୍ଦିରରେ ରହଣି ପରେ ବାହୁଡ଼ା ଦଶମୀ ଦିନ ଠାକୁରମାନେ ଶ୍ରୀମନ୍ଦିର ସିଂହଦ୍ବାରକୁ ଫେରିଛନ୍ତି। ୧୨ ଦିନର ଲୀଳାଖେଳା ସାରି ଆଜି ରତ୍ନସିଂହାସନକୁ ଫେରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି।  ପ୍ରଥମେ ବଡଭାଇ ବଳଦେବ ବଡ ଦେଉଳକୁ ଯାଇଥିଲେ। ପରେ ସେବାୟତଙ୍କ କାନ୍ଧରେ ହଲିଝୁଲି  ସୁନାମୁହିଁ ଭଉଣୀ ସୁଭଦ୍ରା ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ। ସଭା ଶେଷରେ ରତ୍ନବେଦୀକୁ ଫେରିଥିଲେ ପ୍ରଭୁ ଜଗନ୍ନାଥ। ରଥଯାତ୍ରାରେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନ ନେଇ ପ୍ରଭୁ ଜଗନ୍ନାଥ, ଭାଇ […]

ପୁରୀ: ଘୋଷଯାତ୍ରାର ଅନ୍ତିମ ପର୍ବ ହେଉଛି ‘ନୀଳାଦ୍ରିବିଜେ’। ଶ୍ରୀଗୁଣ୍ଡିଚା ମନ୍ଦିରରେ ରହଣି ପରେ ବାହୁଡ଼ା ଦଶମୀ ଦିନ ଠାକୁରମାନେ ଶ୍ରୀମନ୍ଦିର ସିଂହଦ୍ବାରକୁ ଫେରିଛନ୍ତି। ୧୨ ଦିନର ଲୀଳାଖେଳା ସାରି ଆଜି ରତ୍ନସିଂହାସନକୁ ଫେରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି।  ପ୍ରଥମେ ବଡଭାଇ ବଳଦେବ ବଡ ଦେଉଳକୁ ଯାଇଥିଲେ। ପରେ ସେବାୟତଙ୍କ କାନ୍ଧରେ ହଲିଝୁଲି  ସୁନାମୁହିଁ ଭଉଣୀ ସୁଭଦ୍ରା ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ। ସଭା ଶେଷରେ ରତ୍ନବେଦୀକୁ ଫେରିଥିଲେ ପ୍ରଭୁ ଜଗନ୍ନାଥ।

ଆହୁରି ପଢ଼ନ୍ତୁ: ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି ବେଦାନ୍ତ ଆଲୁମିନିୟମ

ରଥଯାତ୍ରାରେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନ ନେଇ ପ୍ରଭୁ ଜଗନ୍ନାଥ, ଭାଇ ଓ ଭଉଣୀଙ୍କ ସହ ଗୁଣ୍ଡିଚା ମନ୍ଦିରକୁ ଚାଲିଯାଇଥିଲେ। ଯାହାକୁ ନେଇ ମା’ ଲକ୍ଷ୍ମୀ କାଳିଆ ଠାକୁରଙ୍କ ଉପରେ ଅଭିମାନ କରିଥିଲେ । ଜଗନ୍ନାଥ ବଡ଼ଦେଉଳକୁ ଫେରୁଥିବା ଜାଣି ମା’ ଲକ୍ଷ୍ମୀ ଠାକୁରାଣୀ ଅଭିମାନରେ ଜୟବିଜୟ ଦ୍ୱାର ବନ୍ଦ କରି ଦେଇଥିଲେ। ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବା ଲାଗି ମହାପ୍ରଭୁଙ୍କ ପକ୍ଷରୁ ରସଗୋଲା ଅର୍ପଣ କରାଯାଇଥିଲା।  ନୀଳାଦ୍ରୀ ବିଜେ ଅବସରରେ ବଡ଼ଦାଣ୍ଡ ଉଛୁଳିପଡୁଛି। ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କର ଭିଡ଼ ଲାଗି ରହିଛି। ଭକ୍ତମାନେ ଆଜି ମହାପ୍ରଭୁଙ୍କୁ ରସଗୋଲା ଭୋଗ ଅର୍ପଣ କରି ନିଜକୁ ଧନ୍ୟ ମଣୁଛନ୍ତି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର