ଭିଜିଲାନ୍ସ ଜାଲରେ ନିମାପଡ଼ା OSWCର ଗୋଦାମ ଅଧିକ୍ଷକ, ୨ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜବତ

The Sakala Picture
Published On

ନିମାପଡା: ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଲାଞ୍ଚ ଟଙ୍କା ଧରି ବସ୍‌କୁ ଅପେକ୍ଷା କରିଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ ବିଭାଗ । ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଓଏସଡବ୍ଲୁସିର ପୁରୀ ଜିଲ୍ଲା ନିମାପଡ଼ା ଗୋଦାମ ଅଧିକ୍ଷକ ଦେବୀପ୍ରସାଦ ମହାନ୍ତି। ନିମାପଡ଼ାରେ ବସ୍ ପାଇଁ ଅପେକ୍ଷା କରିଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଅଟକାଇ ୨ ଲକ୍ଷ ୧୪ ହଜାର ଟଙ୍କା ତାଙ୍କଠାରୁ ପାଇଥିଲା । ଧରାପଡିବା ପରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ସନ୍ଦେହରେ ଦେବୀପ୍ରସାଦଙ୍କ ୩ଟି […]

ନିମାପଡା: ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଲାଞ୍ଚ ଟଙ୍କା ଧରି ବସ୍‌କୁ ଅପେକ୍ଷା କରିଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ ବିଭାଗ । ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଓଏସଡବ୍ଲୁସିର ପୁରୀ ଜିଲ୍ଲା ନିମାପଡ଼ା ଗୋଦାମ ଅଧିକ୍ଷକ ଦେବୀପ୍ରସାଦ ମହାନ୍ତି। ନିମାପଡ଼ାରେ ବସ୍ ପାଇଁ ଅପେକ୍ଷା କରିଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଅଟକାଇ ୨ ଲକ୍ଷ ୧୪ ହଜାର ଟଙ୍କା ତାଙ୍କଠାରୁ ପାଇଥିଲା । ଧରାପଡିବା ପରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ସନ୍ଦେହରେ ଦେବୀପ୍ରସାଦଙ୍କ ୩ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ ।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

ଚଢାଉ ବେଳେ ତାଙ୍କ ନିକଟରୁ ଆଉ ୫୯ ହଜାର ୬୧୦ ଟଙ୍କା ଏବଂ ଭୁବନେଶ୍ବର ୟୁନିଟ-୮ସ୍ଥିତ ସରକାରୀ ବାସଭବନରୁ ୧ ଲକ୍ଷ ୮୦ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ବର୍ତ୍ତମାନ ସୁଦ୍ଧା ମୋଟ୍ ୪ ଲକ୍ଷ ୫୩ ହଜାର ୬୧୦ ଟଙ୍କା ଜବତ କରିଛି ଭିଜିଲାନ୍ସ । ଏସବୁ ଟଙ୍କାର ଉତ୍ସ ବାବଦରେ ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ ଦେବୀପ୍ରସାଦ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

08 Sep 2023 By The Sakala

ଭିଜିଲାନ୍ସ ଜାଲରେ ନିମାପଡ଼ା OSWCର ଗୋଦାମ ଅଧିକ୍ଷକ, ୨ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜବତ

ନିମାପଡା: ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଲାଞ୍ଚ ଟଙ୍କା ଧରି ବସ୍‌କୁ ଅପେକ୍ଷା କରିଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ ବିଭାଗ । ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଓଏସଡବ୍ଲୁସିର ପୁରୀ ଜିଲ୍ଲା ନିମାପଡ଼ା ଗୋଦାମ ଅଧିକ୍ଷକ ଦେବୀପ୍ରସାଦ ମହାନ୍ତି। ନିମାପଡ଼ାରେ ବସ୍ ପାଇଁ ଅପେକ୍ଷା କରିଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଅଟକାଇ ୨ ଲକ୍ଷ ୧୪ ହଜାର ଟଙ୍କା ତାଙ୍କଠାରୁ ପାଇଥିଲା । ଧରାପଡିବା ପରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ସନ୍ଦେହରେ ଦେବୀପ୍ରସାଦଙ୍କ ୩ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ ।

ଚଢାଉ ବେଳେ ତାଙ୍କ ନିକଟରୁ ଆଉ ୫୯ ହଜାର ୬୧୦ ଟଙ୍କା ଏବଂ ଭୁବନେଶ୍ବର ୟୁନିଟ-୮ସ୍ଥିତ ସରକାରୀ ବାସଭବନରୁ ୧ ଲକ୍ଷ ୮୦ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ବର୍ତ୍ତମାନ ସୁଦ୍ଧା ମୋଟ୍ ୪ ଲକ୍ଷ ୫୩ ହଜାର ୬୧୦ ଟଙ୍କା ଜବତ କରିଛି ଭିଜିଲାନ୍ସ । ଏସବୁ ଟଙ୍କାର ଉତ୍ସ ବାବଦରେ ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ ଦେବୀପ୍ରସାଦ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର