ହଷ୍ଟେଲ ଛାତରୁ ଖସିପଡ଼ି ନାଇଜର ଛାତ୍ରଙ୍କ ଶୋଚନୀୟ ମୃତ୍ୟୁ

Madhusudan Das Picture
Published On

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ନାଇଜର) କ୍ୟାମ୍ପସରେ ଏକ ଅଭାବନୀୟ ଘଟଣା ଘଟିଛି। ହଷ୍ଟେଲ ଛାତରୁ ଖସିପଡ଼ି ଜଣେ ଛାତ୍ରଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣକ ହେଉଛନ୍ତି ବିନୟ ସନ୍ୟାସୀ ଭେଙ୍କଟ। ସେ ନାଇଜରରେ ତୃତୀୟ ବର୍ଷ ଇଣ୍ଟିଗ୍ରେଟେଡ୍ ଏମ୍‌ଏସ୍‌ସି ପଢ଼ୁଥିଲେ। ବିନୟ ମହାରାଷ୍ଟ୍ରର ନାଗପୁର ଅଞ୍ଚଳର ବାସିନ୍ଦା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଭାଇକୁ ବଞ୍ଚାଇବାକୁ ଯାଇ ପାଣି ସୁଅରେ ଭାସିଗଲେ ଦିବ୍ୟାଙ୍ଗ ଭଉଣୀ: କେନାଲରେ ବୁଡ଼ି ଉଭୟଙ୍କ ମୃତ୍ୟୁ

ମିଳିଥିବା ସୂଚନା ଅନୁଯାୟୀ, ଗତ ବିଳମ୍ବିତ ରାତିରେ ସେ ଭାଗୀରଥି ହଷ୍ଟେଲ ଛାତ ଉପରୁ କୌଣସି କାରଣରୁ ତଳକୁ ଖସି ପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଭୁବନେଶ୍ୱର ଏମ୍ସ ଠାରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ଡିଜେ ନିଷେଧ ସତ୍ତ୍ବେ ରାଜରାସ୍ତାରେ ଶବ୍ଦର ତାଣ୍ଡବ; ହାତ ଟେକି ଦେଇଛି ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ

ଘଟଣା ସମ୍ପର୍କରେ ଖବର ପାଇ ଜଟଣୀ ପୋଲିସ ତୁରନ୍ତ ଏମ୍ସ ଡାକ୍ତରଖାନା ଏବଂ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଥିଲା। ବର୍ତ୍ତମାନ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ଏବଂ ପୋଲିସ ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଦୁଃଖଦ ଘଟଣା ପରେ ସମଗ୍ର ନାଇଜର କ୍ୟାମ୍ପସରେ ଶୋକର ଛାୟା ଖେଳିଯାଇଛି।

ଆହୁରି ପଢ଼ନ୍ତୁ: ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସ୍ ଚିନ୍ତା: ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ପାର୍, ସ୍ଥିତି ଉପରେ ସ୍ୱାସ୍ଥ୍ୟ ବିଭାଗର ନଜର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର