ଶ୍ରୀମନ୍ଦିର ଐତିହ୍ୟ କରିଡର ପାଇଁ ଏନଓସି ପ୍ରଦାନ କଲା NMA; ନିଷିଦ୍ଧାଞ୍ଚଳରେ ହେବ ଶୌଚାଳୟ, କ୍ଲକ୍ ରୁମ୍ ଏବଂ ସେଲଟର ପାଭିଲିଅନ୍

The Sakala Picture
Published On

ପୁରୀ: ଶ୍ରୀମନ୍ଦିର ଐତିହ୍ୟ କରିଡର ପାଇଁ ପ୍ରଦାନ ହେଲା ଏନଓସି । ଏନଓସି ପ୍ରଦାନ କଲା NMA । NMAର ଏନଓସି ଅନୁସାରେ ନିଷିଦ୍ଧାଞ୍ଚଳରେ ମହିଳା ଓ ପୁରୁଷଙ୍କ ପାଇଁ ଶୌଚାଳୟ, କ୍ଲକ୍ ରୁମ, ମିନି କ୍ଲକ୍ ରୁମ, ସେଲଟର ପାଭିଲିଅନ, ସେବାୟତଙ୍କ ପାଇଁ ଶୌଚାଳୟ, ଇଲେକ୍ଟ୍ରିକାଲ ରୁମ ନିର୍ମାଣ କରାଯିବ । ସେହିପରି ପଶ୍ଚିମ ଦ୍ୱାର ନିକଟରେ ସେବାୟତଙ୍କ ପାଇଁ ଅତିରିକ୍ତ ଶୌଚାଳୟ ଓ କ୍ଲକ୍ ରୁମ ଆଦି ନିର୍ମାଣ ପାଇଁ ମଧ୍ୟ ଏନଏମଏ ଅନୁମତି […]

ପୁରୀ: ଶ୍ରୀମନ୍ଦିର ଐତିହ୍ୟ କରିଡର ପାଇଁ ପ୍ରଦାନ ହେଲା ଏନଓସି । ଏନଓସି ପ୍ରଦାନ କଲା NMA । NMAର ଏନଓସି ଅନୁସାରେ ନିଷିଦ୍ଧାଞ୍ଚଳରେ ମହିଳା ଓ ପୁରୁଷଙ୍କ ପାଇଁ ଶୌଚାଳୟ, କ୍ଲକ୍ ରୁମ, ମିନି କ୍ଲକ୍ ରୁମ, ସେଲଟର ପାଭିଲିଅନ, ସେବାୟତଙ୍କ ପାଇଁ ଶୌଚାଳୟ, ଇଲେକ୍ଟ୍ରିକାଲ ରୁମ ନିର୍ମାଣ କରାଯିବ । ସେହିପରି ପଶ୍ଚିମ ଦ୍ୱାର ନିକଟରେ ସେବାୟତଙ୍କ ପାଇଁ ଅତିରିକ୍ତ ଶୌଚାଳୟ ଓ କ୍ଲକ୍ ରୁମ ଆଦି ନିର୍ମାଣ ପାଇଁ ମଧ୍ୟ ଏନଏମଏ ଅନୁମତି ଦେଇଛି । ରାଜ୍ୟ ସରକାରଙ୍କ ପ୍ରସ୍ତାବ ଅନୁସାରେ ଶହେ ମିଟର ବାହାରେ ରିସେପ୍ସନ ସେଣ୍ଟର ନିର୍ମାଣ କରିବା ପାଇଁ ଏନଏମଏ ଏନଓସିରେ ଉଲ୍ଲେଖ କରିଛି । ରିସେପ୍ସନ ସେଣ୍ଟର ଦୁଇ ମହଲା ବିଶିଷ୍ଟ ଓ ଏହାର ଉଚ୍ଚତା ୭.୫ମିଟର ମଧ୍ୟରେ ରହିବ ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ସେହିପରି ମନ୍ଦିର କାର୍ଯ୍ୟାଳୟର ନିର୍ମାଣ ନେଇ ମଧ୍ୟ NOC ପ୍ରଦାନ କରାଯାଇଛି । ଏହାର ଉଚ୍ଚତା ମଧ୍ୟ ୭.୫ ମିଟର ମଧ୍ୟରେ ରଖାଯିବାକୁ ଲେଖାଯାଇଛି । ଏଥିସହ ବଡ଼ ଛତା ମଠ ଓ ଛାଉଣୀ ମଠର ଉନ୍ନତିକରଣ କାର୍ଯ୍ୟ କରାଯିବ । ତେବେ ବର୍ଦ୍ଧିତ କିମ୍ବା ନିର୍ମାଣ କରାଯାଇପାରିବ ନାହିଁ । ସେହିପରି ଇନ୍ଫର୍ମେସନ, ଡୋନେସନ ସେଲ, ଫାଷ୍ଟ ଏଡ୍ ସେଣ୍ଟର, ପୋଲିସ ସର୍ଭିସ ସେଣ୍ଟର ଓ ଏଟିଏମ୍ ନିର୍ମାଣ ଏହାର ସୁରକ୍ଷା ଓ ରକ୍ଷଣାବେକ୍ଷଣକୁ ଦୃଷ୍ଟିରେ ରଖି ରେଗୁଲେଟେଡ୍ ଅଞ୍ଚଳରେ କରାଯିବ ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

20 Sep 2022 By The Sakala

ଶ୍ରୀମନ୍ଦିର ଐତିହ୍ୟ କରିଡର ପାଇଁ ଏନଓସି ପ୍ରଦାନ କଲା NMA; ନିଷିଦ୍ଧାଞ୍ଚଳରେ ହେବ ଶୌଚାଳୟ, କ୍ଲକ୍ ରୁମ୍ ଏବଂ ସେଲଟର ପାଭିଲିଅନ୍

ପୁରୀ: ଶ୍ରୀମନ୍ଦିର ଐତିହ୍ୟ କରିଡର ପାଇଁ ପ୍ରଦାନ ହେଲା ଏନଓସି । ଏନଓସି ପ୍ରଦାନ କଲା NMA । NMAର ଏନଓସି ଅନୁସାରେ ନିଷିଦ୍ଧାଞ୍ଚଳରେ ମହିଳା ଓ ପୁରୁଷଙ୍କ ପାଇଁ ଶୌଚାଳୟ, କ୍ଲକ୍ ରୁମ, ମିନି କ୍ଲକ୍ ରୁମ, ସେଲଟର ପାଭିଲିଅନ, ସେବାୟତଙ୍କ ପାଇଁ ଶୌଚାଳୟ, ଇଲେକ୍ଟ୍ରିକାଲ ରୁମ ନିର୍ମାଣ କରାଯିବ । ସେହିପରି ପଶ୍ଚିମ ଦ୍ୱାର ନିକଟରେ ସେବାୟତଙ୍କ ପାଇଁ ଅତିରିକ୍ତ ଶୌଚାଳୟ ଓ କ୍ଲକ୍ ରୁମ ଆଦି ନିର୍ମାଣ ପାଇଁ ମଧ୍ୟ ଏନଏମଏ ଅନୁମତି ଦେଇଛି । ରାଜ୍ୟ ସରକାରଙ୍କ ପ୍ରସ୍ତାବ ଅନୁସାରେ ଶହେ ମିଟର ବାହାରେ ରିସେପ୍ସନ ସେଣ୍ଟର ନିର୍ମାଣ କରିବା ପାଇଁ ଏନଏମଏ ଏନଓସିରେ ଉଲ୍ଲେଖ କରିଛି । ରିସେପ୍ସନ ସେଣ୍ଟର ଦୁଇ ମହଲା ବିଶିଷ୍ଟ ଓ ଏହାର ଉଚ୍ଚତା ୭.୫ମିଟର ମଧ୍ୟରେ ରହିବ ।

ସେହିପରି ମନ୍ଦିର କାର୍ଯ୍ୟାଳୟର ନିର୍ମାଣ ନେଇ ମଧ୍ୟ NOC ପ୍ରଦାନ କରାଯାଇଛି । ଏହାର ଉଚ୍ଚତା ମଧ୍ୟ ୭.୫ ମିଟର ମଧ୍ୟରେ ରଖାଯିବାକୁ ଲେଖାଯାଇଛି । ଏଥିସହ ବଡ଼ ଛତା ମଠ ଓ ଛାଉଣୀ ମଠର ଉନ୍ନତିକରଣ କାର୍ଯ୍ୟ କରାଯିବ । ତେବେ ବର୍ଦ୍ଧିତ କିମ୍ବା ନିର୍ମାଣ କରାଯାଇପାରିବ ନାହିଁ । ସେହିପରି ଇନ୍ଫର୍ମେସନ, ଡୋନେସନ ସେଲ, ଫାଷ୍ଟ ଏଡ୍ ସେଣ୍ଟର, ପୋଲିସ ସର୍ଭିସ ସେଣ୍ଟର ଓ ଏଟିଏମ୍ ନିର୍ମାଣ ଏହାର ସୁରକ୍ଷା ଓ ରକ୍ଷଣାବେକ୍ଷଣକୁ ଦୃଷ୍ଟିରେ ରଖି ରେଗୁଲେଟେଡ୍ ଅଞ୍ଚଳରେ କରାଯିବ ।

https://www.thesakala.in/latest-odisha-news/nma-give-noc-to-the-heritage-corridor-of-srimandira/article-15118
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର