ଡିମାର୍କସେନ ପାଇଁ ଦୌଡିବାକୁ ପଡ଼ିବନି ତହସିଲ ଅଫିସ, ଏଣିକି ଅନଲାଇନରେ ଆବେଦନ କଲେ ମିଳିବ ତାରିଖ....

Deviprasad Mohanty Picture
Published On

ଭୁବନେଶ୍ବର: ଡିମାର୍କସେନ ପାଇଁ ଆଉ ବାରମ୍ବାର ତହସିଲ ଅଫିସ ଦୌଡିବାକୁ ପଡ଼ିବନି, କି କାହାକୁ ହାତଗୁଞ୍ଜା ଦେବାକୁ ପଡିବନି। ଆଉ ମାସ ମାସ ସମୟ ଗଡିବନି। ଏଣିକି ଜମି ଡିମାର୍କସେନ ପାଇଁ ଅନଲାଇନରେ ଆବେଦନ କଲେ ମିଳିବ ତାରିଖ। ସେହିଦିନ ତହସିଲ ଅଧିକାରୀ ଅମିନ ଏବଂ ପୋଲିସ ଆସି କରିବେ ଆପଣଙ୍କ ଜମିର ଡିମାର୍କସେନ। ପ୍ରଥମେ ରାଜସ୍ବ ବିଭାଗର ଅନଲାଇନ ସାଇଟକୁ ଯିବାକୁ ପଡିବ। ସେଥିରେ ମୋବାଇଲ ନମ୍ବର ପଞ୍ଜିକରଣ କରି ଡିମାର୍କସେନ ପାଇଁ ଆବେଦନ କରିବାକୁ ହେବ। ପରେ ଆବଶ୍ୟକୀୟ ଜମି କାଗଜ ପତ୍ର ସହ ଫି ଦେବାକୁ ପଡିବ। ଆବେଦନ ସବମିଟ କରିବା ପରେ ତହସିଲଦାର ଆପଣଙ୍କ ଆବେଦନ ଯାଞ୍ଚ କରି ଆପଣଙ୍କ ମୋବାଇଲ ନମ୍ବରକୁ ତାରିଖ ଏସଏମଏସ ଭାବେ ଆସିଯିବ। ସେହିଦିନ ତହସିଲ ଅଧିକାରୀ ଏବଂ ଅମିନ ଆସି ଆପଣଙ୍କ ଜମିର ଡିମାର୍କସେନ କରିବେ।

ଆହୁରି ପଢ଼ନ୍ତୁ: ୧୩ରେ ଲଘୁଚାପ, ୧୬ ତାରିଖରୁ ରାଜ୍ୟରେ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର