ଲିଙ୍ଗରାଜ ମନ୍ଦିରକୁ ପଲିଥିନ୍‌ କିମ୍ବା ପ୍ଲାଷ୍ଟିକ୍‌ରେ ଭୋଗ ନେବା ମନା, ନିର୍ଦ୍ଦେଶାବଳୀ ଜାରି କଲା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ

Madhusudan Das Picture
Published On

ଭୁବନେଶ୍ୱର: ମନ୍ଦିର ଭିତରକୁ ପଲିଥିନ୍‌ କିମ୍ବା ପ୍ଲାଷ୍ଟିକ୍‌ ମନା । ଜାଗର ପୂର୍ବରୁ ଲିଙ୍ଗରାଜ ମନ୍ଦିରରେ ଜାରି ହୋଇଛି ନୂଆ କଟକଣା । ପ୍ଲାଷ୍ଟିକ୍ ବଦଳରେ କେବଳ ପତ୍ର, କାଠ, କାଗଜ ସାମଗ୍ରୀ ବ୍ୟବହାର କରିବାକୁ ନିର୍ଦ୍ଦେଶ। ସେହିପରି ନୈବେଦ୍ୟ ବିସର୍ଜନ ପାଇଁ ପୋଖରୀରେ ରହିବ ଆବଦ୍ଧ ଅଞ୍ଚଳ। ପ୍ରଦୂଷଣ ନିୟନ୍ତ୍ରଣ ଲାଗି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ନିର୍ଦ୍ଦେଶାବଳୀ ଜାରି କରିଛି। ପୂଜା ସାମଗ୍ରୀ,ପ୍ରସାଦ ସେବନ କରିବା ତଥା ଖାଦ୍ୟ ସାମଗ୍ରୀ ନେବାକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ୍‌ ବ୍ୟବହାର ନ କରିବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ବିବାହ ପାଇଁ ପ୍ରେମିକା ମନା କରିବାରୁ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ନିର୍ଦ୍ଦେଶାବଳୀ ଅନୁଯାୟୀ, ଏଣିକି ଲିଙ୍ଗରାଜ ମନ୍ଦିରକୁ ଶ୍ରଦ୍ଧାଳୁ ପଲିଥିନ୍‌ କିମ୍ବା ପ୍ଲାଷ୍ଟିକ୍‌ରେ ଭୋଗ ନେଇପାରିବେ ନାହିଁ। ପୂଜା ସାମଗ୍ରୀ, ପ୍ରସାଦସେବନ ତଥା ଖାଦ୍ୟ ସାମଗ୍ରୀ ନେବାକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ୍‌ ବ୍ୟବହାର ନ କରିବା ଲାଗି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପରିବେଶ ସୁରକ୍ଷା ନିମନ୍ତେ ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ପରିଚାଳନା ନିୟମ, ୨୦୧୬ ଏବଂ ପରବର୍ତ୍ତୀ ସଂଶୋଧିତ ନିୟମ ଆଧାରରେ ଏକକ ବ୍ୟବହୃତ ପ୍ଲାଷ୍ଟିକ୍ ବ୍ୟବହାର ନିଷେଧ ହୋଇଛି।

ଆହୁରି ପଢ଼ନ୍ତୁ: ଇଞ୍ଜିନରେ ତ୍ରୁଟି ସନ୍ଦେହ, ଦିଲ୍ଲୀ ବିମାନବନ୍ଦରରେ ଇଣ୍ଡିଗୋ ବିମାନର ଜରୁରୀକାଳୀନ ଅବତରଣ

14 Feb 2026 By Madhusudan Das

ଲିଙ୍ଗରାଜ ମନ୍ଦିରକୁ ପଲିଥିନ୍‌ କିମ୍ବା ପ୍ଲାଷ୍ଟିକ୍‌ରେ ଭୋଗ ନେବା ମନା, ନିର୍ଦ୍ଦେଶାବଳୀ ଜାରି କଲା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ

ଭୁବନେଶ୍ୱର: ମନ୍ଦିର ଭିତରକୁ ପଲିଥିନ୍‌ କିମ୍ବା ପ୍ଲାଷ୍ଟିକ୍‌ ମନା । ଜାଗର ପୂର୍ବରୁ ଲିଙ୍ଗରାଜ ମନ୍ଦିରରେ ଜାରି ହୋଇଛି ନୂଆ କଟକଣା । ପ୍ଲାଷ୍ଟିକ୍ ବଦଳରେ କେବଳ ପତ୍ର, କାଠ, କାଗଜ ସାମଗ୍ରୀ ବ୍ୟବହାର କରିବାକୁ ନିର୍ଦ୍ଦେଶ। ସେହିପରି ନୈବେଦ୍ୟ ବିସର୍ଜନ ପାଇଁ ପୋଖରୀରେ ରହିବ ଆବଦ୍ଧ ଅଞ୍ଚଳ। ପ୍ରଦୂଷଣ ନିୟନ୍ତ୍ରଣ ଲାଗି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ନିର୍ଦ୍ଦେଶାବଳୀ ଜାରି କରିଛି। ପୂଜା ସାମଗ୍ରୀ,ପ୍ରସାଦ ସେବନ କରିବା ତଥା ଖାଦ୍ୟ ସାମଗ୍ରୀ ନେବାକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ୍‌ ବ୍ୟବହାର ନ କରିବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ନିର୍ଦ୍ଦେଶାବଳୀ ଅନୁଯାୟୀ, ଏଣିକି ଲିଙ୍ଗରାଜ ମନ୍ଦିରକୁ ଶ୍ରଦ୍ଧାଳୁ ପଲିଥିନ୍‌ କିମ୍ବା ପ୍ଲାଷ୍ଟିକ୍‌ରେ ଭୋଗ ନେଇପାରିବେ ନାହିଁ। ପୂଜା ସାମଗ୍ରୀ, ପ୍ରସାଦସେବନ ତଥା ଖାଦ୍ୟ ସାମଗ୍ରୀ ନେବାକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ୍‌ ବ୍ୟବହାର ନ କରିବା ଲାଗି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପରିବେଶ ସୁରକ୍ଷା ନିମନ୍ତେ ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ପରିଚାଳନା ନିୟମ, ୨୦୧୬ ଏବଂ ପରବର୍ତ୍ତୀ ସଂଶୋଧିତ ନିୟମ ଆଧାରରେ ଏକକ ବ୍ୟବହୃତ ପ୍ଲାଷ୍ଟିକ୍ ବ୍ୟବହାର ନିଷେଧ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର