ରାଜ୍ୟରେ ହେଉନି ପାୱାର କଟ୍, ଓଭର ଲୋଡିଂ ପାଇଁ ଟ୍ରିପ କରି ଯାଉଛି ପାୱାର ଲାଇନ – ଶକ୍ତି ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଇଲେକ୍ଟ୍ରିସିଟ ସପ୍ଲାଏର କୌଣସି ଅଭାବ ନାହିଁ । ଅନେକ ଜାଗାରେ ଓଭର ଲୋଡୀଂ ଦ୍ୱାରା ପାୱାର ଲାଇନ ଟ୍ରିପ ହେଇ ଯାଉଛି । ବିଶେଷ କରି ଭୁବନେଶ୍ୱର ଅଞ୍ଚଳରେ ଗୋଟେ ଥର ଲାଇନ ଟ୍ରିପ କରିଗଲେ ୬ ରୁ ୭ ଘଣ୍ଟା ଲାଗୁଛି ତାକୁ ଠିକ କରିବା ପାଇଁ । ଆଉ ଗାଁ ଗହଳିରେ ଏହି ସମୟ ଟିକିଏ ଅଧିକ ନେଉଛି। କେମିତି ନିରବଛିନ୍ନ ବିଜୁଳି ଯୋଗାଇ ଦେଇ ପାରିବୁ ଆମେ ଆମ ସମସ୍ତ […]

ଭୁବନେଶ୍ବର: ରାଜ୍ୟରେ ଇଲେକ୍ଟ୍ରିସିଟ ସପ୍ଲାଏର କୌଣସି ଅଭାବ ନାହିଁ । ଅନେକ ଜାଗାରେ ଓଭର ଲୋଡୀଂ ଦ୍ୱାରା ପାୱାର ଲାଇନ ଟ୍ରିପ ହେଇ ଯାଉଛି । ବିଶେଷ କରି ଭୁବନେଶ୍ୱର ଅଞ୍ଚଳରେ ଗୋଟେ ଥର ଲାଇନ ଟ୍ରିପ କରିଗଲେ ୬ ରୁ ୭ ଘଣ୍ଟା ଲାଗୁଛି ତାକୁ ଠିକ କରିବା ପାଇଁ । ଆଉ ଗାଁ ଗହଳିରେ ଏହି ସମୟ ଟିକିଏ ଅଧିକ ନେଉଛି। କେମିତି ନିରବଛିନ୍ନ ବିଜୁଳି ଯୋଗାଇ ଦେଇ ପାରିବୁ ଆମେ ଆମ ସମସ୍ତ ଙ୍କ ତରଫରୁ ଚେଷ୍ଟା କରୁଛୁ । ଯେଉଁଠି ଲାଇନ କଟି ଯାଇଛି, ତାର ଛିଣ୍ଡି ଯାଇଛି କି ଟ୍ରାନ୍ସଫର୍ମର ପୋଡି ଯାଇଛି ଯଦି ସେଠି ଲୋକେ କହିବା ପରେ ବି କେହି ଅଧିକାରୀ ଯାଉ ନାହାନ୍ତି ସେଥିପାଇଁ ଆମେ ଦୁଇ ଦିନ ତଳେ ସବୁ ଅଧିକାରୀଙ୍କୁ ଡାକି ତାଗିଦ କରିଛୁ । ଲୋ ଭୋଲଟେଜ ନେଇ ଯେଉଁ ଅଭିଯୋଗ ଆସୁଛି ସିଧା କଥା କହିବାକୁ ଗଲେ ଟେକ୍ନିକାଲ ତ୍ରୁଟି ରହିଛି । ଯେଉଁଠି ଲାଇନ ଦୂର ବାଟ ରେ ଅଛି , ଟ୍ରାନ୍ସମଫର କାପାସିଟ ଓଭର ଲୋଡ ଅଛି ସେଠି ଲୋ ଭୋଲଟେଜ ହେବ । ପିକ୍ ପିରିୟଡ଼ରେ ରାଜ୍ୟରେ ୫ ହଜାର ୬୦୦ ମେଗାୱାଟର ବିଜୁଳିର ଆବଶ୍ୟକତା ରହୁଛି । ଗତ ବର୍ଷ ଏହା ୫ ହଜାର ୫୦୦ ମେଗାୱାଟ ରହିଥିଲା । ଏ ନେଇ ସୂଚନା ଦେଇଛନ୍ତି ଶକ୍ତି ମନ୍ତ୍ରୀ ପ୍ରତାପ ଦେବ ।

About The Author: The Sakala