ମହିଳା ସଶକ୍ତିକରଣ ବିନା କୌଣସି ରାଜ୍ୟ କି ସମାଜ ବା ଦେଶ ଆଗକୁ ବଢିପାରିବ ନାହିଁ: ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ମହିଳା ସଶକ୍ତିକରଣ ବିନା କୌଣସି ରାଜ୍ୟ କି ସମାଜ ବା ଦେଶ ଆଗକୁ ବଢିପାରିବ ନାହିଁ । ମହିଳା ସଶକ୍ତିକରଣ ଏକ ସ୍ଲୋଗାନ ନୁହେଁ, ଆମ ପ୍ରଗତିର ମନ୍ତ୍ର । ବିଜୁ ମହିଳା ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀରେ ଏହି ଗୁରୁମନ୍ତ୍ର ଦେଇଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ନବୀନ କହିଛନ୍ତି କି, ମହିଳା ସଶକ୍ତିକରଣ ମୋ ପାଇଁ ସବୁବେଳେ ପ୍ରାଥମିକତା ରହି ଆସିଛି । ଆମ ରାଜ୍ୟ ଓଡିଶାରେ […]

ଭୁବନେଶ୍ୱର: ମହିଳା ସଶକ୍ତିକରଣ ବିନା କୌଣସି ରାଜ୍ୟ କି ସମାଜ ବା ଦେଶ ଆଗକୁ ବଢିପାରିବ ନାହିଁ । ମହିଳା ସଶକ୍ତିକରଣ ଏକ ସ୍ଲୋଗାନ ନୁହେଁ, ଆମ ପ୍ରଗତିର ମନ୍ତ୍ର । ବିଜୁ ମହିଳା ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀରେ ଏହି ଗୁରୁମନ୍ତ୍ର ଦେଇଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ନବୀନ କହିଛନ୍ତି କି, ମହିଳା ସଶକ୍ତିକରଣ ମୋ ପାଇଁ ସବୁବେଳେ ପ୍ରାଥମିକତା ରହି ଆସିଛି ।

ଆହୁରି ପଢ଼ନ୍ତୁ: ବିଜେଡି ସାଂସଦଙ୍କ କଡ଼ା ସମାଲୋଚନା: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାରିତ କରିବାରେ କେନ୍ଦ୍ର ସରକାର ବିଫଳ

ଆମ ରାଜ୍ୟ ଓଡିଶାରେ ମାଆମାନେ ସଶକ୍ତ ହୋଇଛନ୍ତି । ବିକାଶର ସବୁ କ୍ଷେତ୍ରରେ ସେମାନଙ୍କ ଭୂମିକା ରହିଛି । ସେମାନେ ଏବେ ଓଡ଼ିଶାର ବିକାଶରେ ସମାନ ସହଯୋଗୀ ଓ ଭାଗୀଦାର । ମାଆମାନେ ଏବେ ଗାଁ ଗାଁ ରେ ନେତୃତ୍ବ ନେଇଛନ୍ତି । ପଞ୍ଚାୟତରେ ବିକାଶ କଥା ବୁଝୁଛନ୍ତି। ମିଶନ ଶକ୍ତି ମାଆମାନଙ୍କର ଶକ୍ତିକେନ୍ଦ୍ର ହୋଇପାରିଛି । ଧାନ ସଂଗ୍ରହ ହେଉ ବା ସହରରେ ଆହାର କେନ୍ଦ୍ର ପରିଚାଳନା ବା ବିଦ୍ୟୁତ୍ ମିଟର ରିଡିଂ, ଜଳସାଥୀ ବା 5Tରେ ରୂପାନ୍ତରିତ ସ୍କୁଲଗୁଡ଼ିକର ତଦାରଖ କରିବା ପରି ଦାୟିତ୍ବ ନେଉଛନ୍ତି ମାଆ । ଗାଁ ପୋଖରୀରେ ମାଛଚାଷ କରୁଛନ୍ତି । ମିଶନ ଶକ୍ତି କାଫେ ଏବେ ସାରା ରାଜ୍ୟରେ ନ୍ୟୁଟ୍ରିସନର ବାର୍ତ୍ତା ଦେଉଛି । ମାଆମାନଙ୍କୁ ଗତ ବର୍ଷ ୧୧ ହଜାର କୋଟି ଟଙ୍କାର ଋଣ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ସ୍କୁଲରେ ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେବା ଘଟଣା: ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କଲେ ବିଇଓ

ଏବେ ମାଆମାନଙ୍କ ସୁବିଧା ପାଇଁ ଆମ ସ୍କୁଟର ଯୋଜନା ଆରମ୍ଭ ହେବ । ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯିବ ବିନା ସୁଧରେ। ମିଶନଶକ୍ତିକୁ ପରବର୍ତ୍ତୀ ସ୍ତରକୁ ନେବା ପାଇଁ କାମ ଆରମ୍ଭ ହୋଇଛି । ମାଆମାନଙ୍କୁ ଉଦ୍ୟୋଗୀ କରିବାକୁ କାମ ଆରମ୍ଭ ହୋଇଛି ବୋଲି ବିଜୁ ଜନତା ଦଳର କାର୍ଯ୍ୟକାରିଣୀରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ଆହୁରି ପଢ଼ନ୍ତୁ: ନାବାଳିକାକୁ ପ୍ରେମ ବିବାହ କରିଥିଲେ, ପୋଲିସ ଗିରଫ ଭୟରେ ରଶିରେ ଝୁଲିପଡିଲେ ଯୁବକ !

22 Jul 2023 By The Sakala

ମହିଳା ସଶକ୍ତିକରଣ ବିନା କୌଣସି ରାଜ୍ୟ କି ସମାଜ ବା ଦେଶ ଆଗକୁ ବଢିପାରିବ ନାହିଁ: ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମହିଳା ସଶକ୍ତିକରଣ ବିନା କୌଣସି ରାଜ୍ୟ କି ସମାଜ ବା ଦେଶ ଆଗକୁ ବଢିପାରିବ ନାହିଁ । ମହିଳା ସଶକ୍ତିକରଣ ଏକ ସ୍ଲୋଗାନ ନୁହେଁ, ଆମ ପ୍ରଗତିର ମନ୍ତ୍ର । ବିଜୁ ମହିଳା ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀରେ ଏହି ଗୁରୁମନ୍ତ୍ର ଦେଇଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ନବୀନ କହିଛନ୍ତି କି, ମହିଳା ସଶକ୍ତିକରଣ ମୋ ପାଇଁ ସବୁବେଳେ ପ୍ରାଥମିକତା ରହି ଆସିଛି ।

ଆମ ରାଜ୍ୟ ଓଡିଶାରେ ମାଆମାନେ ସଶକ୍ତ ହୋଇଛନ୍ତି । ବିକାଶର ସବୁ କ୍ଷେତ୍ରରେ ସେମାନଙ୍କ ଭୂମିକା ରହିଛି । ସେମାନେ ଏବେ ଓଡ଼ିଶାର ବିକାଶରେ ସମାନ ସହଯୋଗୀ ଓ ଭାଗୀଦାର । ମାଆମାନେ ଏବେ ଗାଁ ଗାଁ ରେ ନେତୃତ୍ବ ନେଇଛନ୍ତି । ପଞ୍ଚାୟତରେ ବିକାଶ କଥା ବୁଝୁଛନ୍ତି। ମିଶନ ଶକ୍ତି ମାଆମାନଙ୍କର ଶକ୍ତିକେନ୍ଦ୍ର ହୋଇପାରିଛି । ଧାନ ସଂଗ୍ରହ ହେଉ ବା ସହରରେ ଆହାର କେନ୍ଦ୍ର ପରିଚାଳନା ବା ବିଦ୍ୟୁତ୍ ମିଟର ରିଡିଂ, ଜଳସାଥୀ ବା 5Tରେ ରୂପାନ୍ତରିତ ସ୍କୁଲଗୁଡ଼ିକର ତଦାରଖ କରିବା ପରି ଦାୟିତ୍ବ ନେଉଛନ୍ତି ମାଆ । ଗାଁ ପୋଖରୀରେ ମାଛଚାଷ କରୁଛନ୍ତି । ମିଶନ ଶକ୍ତି କାଫେ ଏବେ ସାରା ରାଜ୍ୟରେ ନ୍ୟୁଟ୍ରିସନର ବାର୍ତ୍ତା ଦେଉଛି । ମାଆମାନଙ୍କୁ ଗତ ବର୍ଷ ୧୧ ହଜାର କୋଟି ଟଙ୍କାର ଋଣ ଦିଆଯାଇଛି।

ଏବେ ମାଆମାନଙ୍କ ସୁବିଧା ପାଇଁ ଆମ ସ୍କୁଟର ଯୋଜନା ଆରମ୍ଭ ହେବ । ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯିବ ବିନା ସୁଧରେ। ମିଶନଶକ୍ତିକୁ ପରବର୍ତ୍ତୀ ସ୍ତରକୁ ନେବା ପାଇଁ କାମ ଆରମ୍ଭ ହୋଇଛି । ମାଆମାନଙ୍କୁ ଉଦ୍ୟୋଗୀ କରିବାକୁ କାମ ଆରମ୍ଭ ହୋଇଛି ବୋଲି ବିଜୁ ଜନତା ଦଳର କାର୍ଯ୍ୟକାରିଣୀରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର