ଟିକା ଆସିବାରେ କୌଣସି ସମସ୍ୟା ନ ହେଲେ ରାଜ୍ଯରେ ୪ ମାସ ମଧ୍ୟରେ ଟିକାକରଣ ଶେଷ ହେବ- ବିଜୟ ପାଣିଗ୍ରାହୀ

The Sakala Picture
Published On

ଭୁବନେଶ୍ୱର: କରୋନାକୁ ହରାଇବା  ପାଇଁ ରାଜ୍ୟରେ ଜାରି ରହିଛି ଟିକାକରଣ। ଡିସେମ୍ବର ମାସ ସୁଦ୍ଧା ରାଜ୍ୟରେ ସରିବ ସରିବ କରୋନା ଟିକାକରଣ। ତେବେ ଆଗକୁ ଟିକା ଆସିବାରେ କୌଣସି ସମସ୍ୟା ନ ହେଲେ ୪ ମାସ ମଧ୍ୟରେ ଟିକାକରଣ ଶେଷ ହେବ। ଯଦି ଦେଖିବା ବର୍ତ୍ତମାନ ପ୍ରର୍ଯ୍ଯନ୍ତ ଟିକାକରଣରେ କିଛି ସମସ୍ୟା ନାହିଁ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ୨ କୋଟି ୨୦ ଲକ୍ଷ ଡୋଜ୍‌ ଟିକା ଦିଆସରିଛି। ପ୍ରଥମ […]

ଭୁବନେଶ୍ୱର: କରୋନାକୁ ହରାଇବା  ପାଇଁ ରାଜ୍ୟରେ ଜାରି ରହିଛି ଟିକାକରଣ। ଡିସେମ୍ବର ମାସ ସୁଦ୍ଧା ରାଜ୍ୟରେ ସରିବ ସରିବ କରୋନା ଟିକାକରଣ। ତେବେ ଆଗକୁ ଟିକା ଆସିବାରେ କୌଣସି ସମସ୍ୟା ନ ହେଲେ ୪ ମାସ ମଧ୍ୟରେ ଟିକାକରଣ ଶେଷ ହେବ। ଯଦି ଦେଖିବା ବର୍ତ୍ତମାନ ପ୍ରର୍ଯ୍ଯନ୍ତ ଟିକାକରଣରେ କିଛି ସମସ୍ୟା ନାହିଁ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ୨ କୋଟି ୨୦ ଲକ୍ଷ ଡୋଜ୍‌ ଟିକା ଦିଆସରିଛି।

ଆହୁରି ପଢ଼ନ୍ତୁ: ଛାତ୍ର ସଂସଦ ନିର୍ବାଚନ ୨୦୨୬: କ୍ୟାମ୍ପସରେ ହିଂସା ଓ ବାହାର ଲୋକଙ୍କ ପ୍ରବେଶକୁ ନେଇ ଡିଜିପିଙ୍କ କଡ଼ା ଚେତାବନୀ

ପ୍ରଥମ ଡୋଜ ୧ କୋଟି ୬୬ ଲକ୍ଷ ଓ ଦ୍ୱିତୀୟ ଡୋଜ୍‌ ୫୩ ଲକ୍ଷ ଲୋକ ନେଇ ସାରିଛନ୍ତି। ମୋଟ ୫୪ ପ୍ରତିଶତ ପ୍ରଥମ ଡୋଜ ଦିଆଯାଇଛି। ଏବେ କୋଭିସିଲ୍‌ଡ ଟିକା ୨୮ ଲକ୍ଷ ୫୪ ହଜାର ଓ କୋଭାକ୍ସିନ ଟିକା ୪ ଲକ୍ଷ ୫୪ ହଜାର ମହଜୁଦ ଅଛି। ଯେଉଁମାନଙ୍କର ଦିତୀୟ ଡୋଜ ଟିକା ନେବାର ଅଛି, ପ୍ରାଥମିକତା ଭିତ୍ତିରେ ଦେବା ପାଇଁ ଜିଲ୍ଲା କର୍ତ୍ତୃପକ୍ଷଙ୍କୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷକ ଓ ଦ୍ୱିତୀୟ ଡୋଜ ନେବାକୁ ଥିବା ଲୋକଙ୍କୁ ପ୍ରାଧାନ୍ୟ ଦିଆଯାଉଛି। କେତେ ଶିକ୍ଷକ ଟିକା ନେବେ, ଜିଲ୍ଲାକୁ ତଥ୍ୟ ମଗାଯାଇଛି।

ଆହୁରି ପଢ଼ନ୍ତୁ: ମଝି ଚିଲିକାରେ ଅଟକିଲା ଯାତ୍ରୀବାହୀ ଡଙ୍ଗା, ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଭୟଭୀତ

ସେପ୍ଟେମ୍ବର ୫ ସୁଦ୍ଧା ଶିକ୍ଷକଙ୍କ ଟିକାକରଣ ଶେଷ ହେବ। କେବଳ ଶିକ୍ଷକଙ୍କୁ ଟିକା ଦେବା ପାଇଁ କିଛି ସ୍ୱତନ୍ତ୍ର କେନ୍ଦ୍ର କରାଯାଇଛି। ଆଜି ୧୪ ଶହ କେନ୍ଦ୍ରରେ ଟିକାକରଣ ଚାଲିଛି। ୧ ଲକ୍ଷ ଗର୍ଭବତୀ ମହିଳାଙ୍କୁ ଦିଆଯାଇଛି ଟିକା। ପ୍ରଥମ ଲହରରେ ୮ ପ୍ରତିଶତ ଶିଶୁ ସଂକ୍ରମିତ ହୋଇଥିଲେ। ଦିତୀୟ ଲହରେରେ ଜୁଲାଇ ସୁଦ୍ଧା ୧୦ ପ୍ରତିଶତ ଶିଶୁ ସଂକ୍ରମିତ ହୋଇଥିଲେ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଲାଞ୍ଚ ନେଉଥିବା ବେଳେ ଏକଲବ୍ୟ ମଡେଲ ସ୍କୁଲ ଅଧ୍ୟକ୍ଷଙ୍କୁ ଧରିଲା ସିବିଆଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର