ଓଡ଼ିଶାରେ ଆଜିଠୁ ନାମାଙ୍କନ: ୪ ଲୋକସଭା, ୨୮ ବିଧାନସଭା ଆସନ ପାଇଁ ମେ ୧୩ରେ ମତଦାନ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ୨୦୨୪ର ତୃତୀୟ ଚରଣ ଅର୍ଥାତ୍‌ ଆସନ୍ତା ମେ ୧୩ ତାରିଖରେ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ଏହି ପର୍ଯ୍ୟାୟରେ ମୋଟ ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନରେ ଭୋଟର ନିଜ ପ୍ରତିନିଧି ବାଛିବାକୁ ଯାଉଛନ୍ତି। ଏଥିପାଇଁ ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ନିର୍ବାଚନ କମିସନ ଧାର୍ଯ୍ୟ କରିଥିବା ସମୟସୀମା ଅନୁଯାୟୀ, ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି। […]

ଭୁବନେଶ୍ୱର: ସାଧାରଣ ନିର୍ବାଚନ ୨୦୨୪ର ତୃତୀୟ ଚରଣ ଅର୍ଥାତ୍‌ ଆସନ୍ତା ମେ ୧୩ ତାରିଖରେ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ଏହି ପର୍ଯ୍ୟାୟରେ ମୋଟ ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନରେ ଭୋଟର ନିଜ ପ୍ରତିନିଧି ବାଛିବାକୁ ଯାଉଛନ୍ତି। ଏଥିପାଇଁ ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ନିର୍ବାଚନ କମିସନ ଧାର୍ଯ୍ୟ କରିଥିବା ସମୟସୀମା ଅନୁଯାୟୀ, ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାସହ ଆଜି ଠାରୁ ବିଧିବଦ୍ଧ ଭାବେ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ।

ଓଡ଼ିଶାର ୪ ସଂସଦୀୟ କ୍ଷେତ୍ରରେ ମତଦାନ ନେଇ ସମୟ ନିର୍ଘଣ୍ଟ ହୋଇିଛି। ସବୁଠି ସକାଳ ୭ରୁ ଆରମ୍ଭ ।  ମାତ୍ର ମତଦାନ ଶେଷ ସମୟ ଭିନ୍ନ ରହିଛି। କଳାହାଣ୍ଡି ନୂଆପଡ଼ାରେ ୩୯ଟି ପୋଲିଂ ଷ୍ଟେସନ୍‌ରେ ୭ରୁ ୪ଟା ଭୋଟିଂ ହେବ। ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣାରେ ସକାଳ ୭ରୁ ୫ଟା ପର୍ଯ୍ୟନ୍ତ ଭୋଟିଂ ପ୍ରକ୍ରିୟା ଚାଲିବ। ସେହିପରି ନର୍ଲାରେ ୧୯ଟି ପୋଲିଂ ଷ୍ଟେସନରେ ସକାଳ ୭ରୁ ୪ଟା ପର୍ଯ୍ୟନ୍ତ ଭୋଟିଂ ହେବ । ନର୍ଲାର ଅନ୍ୟ ପୋଲିଂ ଷ୍ଟେସନରେ ୭ଟାରୁ ୫ଟା ପର୍ଯ୍ୟନ୍ତ ମତଦାନ ହେବ ।  ନୂଆପଡ଼ାର ଅନ୍ୟ ପୋଲିଂ ଷ୍ଟେସନରେ ୭ରୁ ୫ଟା ପର୍ଯ୍ୟନ୍ତ ମତଦାନ ହେବାକୁ ଥିବାବେଳେ ଖଡ଼ିଆଳରେ ୨୯ଟି ପୋଲିଂ ଷ୍ଟେସନ୍‌ରେ ୭ଟାରୁ ୪ଟା ପର୍ଯ୍ୟନ୍ତ ଭୋଟିଂ ହେବ। ଖଡ଼ିଆଳର ଅନ୍ୟ ପୋଲିଂ ଷ୍ଟେସନରେ ୭ରୁ ୫ଟା ପର୍ଯ୍ୟନ୍ତ ମତଦାନ ଚାଲୁରହିବ। ଲାଞ୍ଜିଗଡ଼ରେ ସବୁଠି ସକାଳ ୭ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ହେବ।

ସେହିପରି ଆସନ୍ତା ୨୫ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ୨୬ ତାରିଖରେ ନାମାଙ୍କନ ଯାଞ୍ଚ ହେବାକୁ ଥିବାବେଳେ ୨୯ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଶେଷ ତାରିଖ ଭାବେ ଧାର୍ଯ୍ୟ କରାଯାଇଛି। ଏହି ପର୍ଯ୍ୟାୟରେ ବ୍ରହ୍ମପୁର, ନବରଙ୍ଗପୁର, କୋରାପୁଟ ଓ କଳାହାଣ୍ଡି ଲୋକସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ ହେବ। ଉପରୋକ୍ତ ୪ ଲୋକସଭା କ୍ଷେତ୍ର ଅନ୍ତର୍ଗତ ୨୮ ଆସନ ପାଇଁ ମଧ୍ୟ ଜନସାଧରାଣ ନିଜ ପ୍ରତିନିଧି ବାଛିବେ। ସେହିପରି ମତଦାନ ହେଉଥିବା ବିଧାନସଭା ଆସନ ମଧ୍ୟରେ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ନୂଆପଡ଼ା, ଖଡିଆଳ, ଲାଞ୍ଜିଗଡ, ଜୁନାଗଡ, ଧର୍ମଗଡ, ଭବାନୀପାଟଣା, ନର୍ଲା, ଗୁଣପୁର, ବିଷମ କଟକ ରହିଛି। ରାୟଗଡା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟାଙ୍ଗୀ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ, ମାଲକାନଗିରି ଓ ଚିତ୍ରକୋଣ୍ଡା ବିଧାନସଭା ଆସନ ପାଇଁ ମଧ୍ୟ ଆସନ୍ତା ମେ ୧୩ ତାରିଖରେ ଭୋଟ ଗ୍ରହଣ ହେବାକୁ ଯାଉଛି।

About The Author: The Sakala