ଓଡ଼ିଶାରେ ଖାଲି ହୋଇଥିବା ୩ ରାଜ୍ୟସଭା ଆସନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର: ଓଡ଼ିଶାରେ ଖାଲି ହୋଇଥିବା ୩ଟି ରାଜ୍ୟସଭା ଆସନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଧାନସଭାର ରିଟର୍ଣ୍ଣିଂ ଅଫିସ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩୧ ହେଉଛି ନାମାଙ୍କନ ଦାଖଲର ଶେଷ ତାରିଖ। ସୂଚନାଯୋଗ୍ୟ, ନିର୍ବାଚନ କମିସନ୍ ଗତ ଗୁରୁବାର ଦିନ ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ। ଜୁନ୍ ୧୦ ତାରିଖରେ ଓଡ଼ିଶା ସମେତ ୧୫ ରାଜ୍ୟରେ ୫୭ […]

ଭୁବନେଶ୍ବର: ଓଡ଼ିଶାରେ ଖାଲି ହୋଇଥିବା ୩ଟି ରାଜ୍ୟସଭା ଆସନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଧାନସଭାର ରିଟର୍ଣ୍ଣିଂ ଅଫିସ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩୧ ହେଉଛି ନାମାଙ୍କନ ଦାଖଲର ଶେଷ ତାରିଖ।

ସୂଚନାଯୋଗ୍ୟ, ନିର୍ବାଚନ କମିସନ୍ ଗତ ଗୁରୁବାର ଦିନ ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ। ଜୁନ୍ ୧୦ ତାରିଖରେ ଓଡ଼ିଶା ସମେତ ୧୫ ରାଜ୍ୟରେ ୫୭ ରାଜ୍ୟସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ। ଆସନ୍ତା ୨୪ରେ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ଏବଂ ୩୧ ହେବ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ବୋଲି ସୂଚନା ଦିଆଯାଇଥିଲା।

About The Author: The Sakala