ଏକତା, ମୈତ୍ରୀ ଓ ଭାତୃତ୍ବର ପର୍ବ ନୂଆଁଖାଇ….

The Sakala Picture
Published On

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଅନ୍ନ ପୂଜା ସହିତ ପରିବାରକୁ ଗୋଟିଏ ସୂତ୍ରରେ ବାନ୍ଧୁଥିବା ବନ୍ଧନ ହେଲା ନୂଆଁଖାଇ। ଧାନ ଅମଳର ଖୁସିରେ ଚାଷୀମାନେ ଏହାକୁ ପାଳନ କରିଥାନ୍ତି। ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଅମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ। ଚାଷୀ ପ୍ରଥମକରି ଅମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ […]

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଅନ୍ନ ପୂଜା ସହିତ ପରିବାରକୁ ଗୋଟିଏ ସୂତ୍ରରେ ବାନ୍ଧୁଥିବା ବନ୍ଧନ ହେଲା ନୂଆଁଖାଇ। ଧାନ ଅମଳର ଖୁସିରେ ଚାଷୀମାନେ ଏହାକୁ ପାଳନ କରିଥାନ୍ତି। ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଅମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ। ଚାଷୀ ପ୍ରଥମକରି ଅମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଁଖାଇ ପାଳନ ନିମନ୍ତେ ଆଗରୁ ‘‘ଲଗନ’’ ବା ‘‘ତିଥି’’ ନିର୍ଣ୍ଣୟ କରାଯାଇଥାଏ । ବିଦ୍ୟା ଦାତା ପ୍ରଭୁ ଗଣେଶଙ୍କ ପୂଜା ପର ଦିନ ଅର୍ଥାତ ଭାଦ୍ରବ ମାସ ପଞ୍ଚମୀ ତିଥିରେ ନୂଆଁଖାଇ ପର୍ବ ପାଳନ କରାଯାଏ | ଏହି ଦିନ ବର୍ଷର ପ୍ରଥମ ଅନ୍ନ ଇଷ୍ଟ ଦେବୀଙ୍କୁ ଅର୍ପଣ କରିବାର ବିଧି ରହିଛି। ନୂଆଁଖାଇ ପୂର୍ବରୁ ଲୋକଙ୍କ ମଧ୍ୟରେ ଆନନ୍ଦ ଉଲ୍ଲାସ ଭରି ରହିଥାଏ। ଧନୀ ଗରିବ ନିର୍ବିଶେଷରେ ସମସ୍ତେ ଏ ପର୍ବରେ ନିଜ ଘର ସଜାନ୍ତି ଘରର ସ୍ତ୍ରୀ ଲୋକମାନେ ଘରଦ୍ବାର ଲିପା ପୋଛା କରି ଘରର ସମସ୍ତ ବ୍ୟବହୃତ ଜିନିଷ ସଫା କରି ସଜାଇ ରଖନ୍ତି । ମିଠା ଓ ପିଠା ତିଆରି ପାଇଁ ସମସ୍ତ ସାମଗ୍ରୀ ଯୋଗାଡ଼ ନୂଆଁଖାଇ ପୂର୍ବଦିନଗୁଡ଼ିକରୁ କରାଯାଏ। ଗାଁ ଠାରୁ ସହର ପର୍ଯ୍ୟନ୍ତ ସମସ୍ତେ ନୂଆ ନୂଆ ଜିନିଷ କିଣା ବିକାରେ ବ୍ୟସ୍ତ ରୁହନ୍ତି। କୁଟୁମ୍ବର ଯିଏ ଯେଉଁଠି ଥିଲେ ବି ଏହି ପର୍ବ ପାଳନ ପାଇଁ ଗାଁକୁ ଫେରି ଆସିଥାନ୍ତି। ଯେଉଁ ଘରେ ପରିବାରର ବୟସ୍କ ଲୋକେ ବାସ କରୁଥାନ୍ତି ସେଇଠାରେ ହିଁ ନୂଆଖାଇ ପାଳନ କରାଯାଏ। ନୂଆଁଖାଇର ସମସ୍ତ ଜରୁରୀ ସାମଗ୍ରୀ ପାଇଁ ଗାଁ ଗାଁରେ ବସେ ସ୍ବତନ୍ତ୍ର ହାଟ ।

ଆହୁରି ପଢ଼ନ୍ତୁ: Blogger Vs Vlogger: ବ୍ଲଗର୍ କିଏ ଏବଂ ଭ୍ଲଗର୍ କିଏ? ଜାଣନ୍ତୁ ଏମାନଙ୍କ ମଧ୍ୟରେ ଥିବା ପ୍ରକୃତ ଫରକ

ସେହିପରି ନୂଆଁଖାଇ ପାଇଁ ବ୍ୟବହୃତ ହୁଏ ବିଭିନ୍ନ ଗଛର ପତ୍ର । ମହୁଲ, କୁରେଇ, ସିଆଳି, ସରଗି ଭଳି ଗଛକୁ ପୂଜାର୍ଚ୍ଚନା କରିବା ପରେ ସେଥିରୁ ପତ୍ର ସଂଗ୍ରହ କରାଯାଏ । ସେହି ପତ୍ରରେ ତିଆରି ଖଲି, ଚଉପତି, ଦନା, ଠୋଲାରେ ମାଆଙ୍କ ନିକଟରେ ନବାନ୍ନ ଲାଗି ହୁଏ, ଆଉ ତା’ ପରେ ସମସ୍ତେ ନୂଆଁ ଖାଇଥା’ନ୍ତି ।  ପଶ୍ଚିମ ଓଡ଼ିଶା ଶକ୍ତିପୀଠ ଭାବେ ପରିଚିତ । କଳାହାଣ୍ଡିର ମାଣିକେଶ୍ୱରୀ, ଜୁନାଗଡ଼ ଓ ଆଖପାଖର ଲଙ୍କେଶ୍ୱରୀ, ସମ୍ବଲପୁରର ସମଲେଶ୍ୱରୀ, ବଲାଙ୍ଗୀର ଓ ପାଟଣାଗଡ଼ର ପାଟଣେଶ୍ୱରୀ, ସୋନପୁରର ସୁରେଶ୍ୱରୀ ଆଦି ଦେବଦେବୀଙ୍କ ପୀଠରେ ପ୍ରଥମେ ନବାନ୍ନ ଭୋଗଲାଗି ହେବାପରେ ସେହି ନୂଆ ଅନ୍ନକୁ ସମସ୍ତେ ଗ୍ରହଣ କରିବାର ପରମ୍ପରା ରହିଆସିଛି। ନୂଆଁଖାଇ ଦିନ ସମସ୍ତେ ଶୀଘ୍ର ଶଯ୍ୟାତ୍ୟାଗ କରି ନିଜ ନିଜର ନିତ୍ୟକର୍ମ ସାରନ୍ତି। ସମସ୍ତେ ନୂତନ ବସ୍ତ୍ର ପରିଧାନ କରି ପୂଜାପାଠରେ ବସନ୍ତି। ନୂଆ ଧାନରୁ ପ୍ରସ୍ତୁତ ଚୁଡ଼ା, ପିଠାପଣା ଦେବଦେବୀଙ୍କୁ ସମର୍ପଣ କରନ୍ତି। ଧୂପ ଦୀପ ଦେଇ ପୂଜା କରନ୍ତି। ନବନିର୍ମିତ ଚୁଲିରେ ନୂଆହାଣ୍ଡିରେ ଧାନ ପକାଇ ଚୁଡ଼ା ଭଜା ଯାଇଥାଏ । ସେହି ନୂତନ ଚୂଡ଼ାରେ ଗାଈ ଘିଅ, କ୍ଷୀର, ନଡ଼ିଆ, କଦଳୀ, ଗୁଡ଼ ଆଦି ମିଶ୍ରଣ କରାଯାଇ ପ୍ରସାଦ ବା ନବାନ୍ନ ପ୍ରସ୍ତୁତ କରାଯାଇଥାଏ। ନୂଆଁଖାଇରେ ସର୍ବଶୁଦ୍ଧି ଓ ଦେବଦେବୀଙ୍କ ମାନ୍ୟତା ପ୍ରାପ୍ତ କୁରେଇ ପତ୍ର ପୂର୍ବରୁ ସଂଗ୍ରହ କରି ରଖାଯାଇଥାଏ । ସେହି କୁରେଇ ପତ୍ରରେ ହିଁ ଘରର ମୁଖିଆ ସମସ୍ତଙ୍କୁ ନବାନ୍ନ ବଣ୍ଟନ କରିଥାନ୍ତି। ଜାତି ଅନୁସାରେ ଭିନ୍ନ ଭିନ୍ନ ପତ୍ରରେ ନୂଆଁ ଖାଇଥାନ୍ତି। ପ୍ରଥମେ ଇଷ୍ଟ ଦେବଦେବୀଙ୍କ ପାଖରେ ନୂଆ ଧାନର ବେଣୀ କରି ଝୁଲାଇ ଦିଆଯାଇଥାଏ ଏବଂ ଇଷ୍ଟ ଦେବଦେବୀ ଓ ପୂର୍ବପୁରୁଷଙ୍କୁ ନବାନ୍ନ ଅର୍ପଣ କରିସାରିବା ପରେ ପ୍ରତ୍ୟେକ ବ୍ୟକ୍ତି ସାନରୁ ବଡ଼ ଯାଏ ସମସ୍ତେ ନିଜ ନିଜ ମୁଣ୍ଡରେ ଲଗାଇ ନବାନ୍ନ ପ୍ରସାଦ ଭକ୍ଷଣ କରିଥାନ୍ତି। ଯିଏ ଯେତେ ବଡ଼ ପଦବୀରେ ଥାଆନ୍ତୁ ନା କାହିଁକି ସେହିଦିନ ଧୋତି ଗାମୁଛା ପିନ୍ଧ ଇଷ୍ଟଦେବୀଙ୍କୁ ପୂଜା କରନ୍ତି ଓ ତଳେ ବସି ପତ୍ର ଖଲିରେ ଅନ୍ନ ଗ୍ରହଣ କରନ୍ତି। ଏହିଦିନ ଜ୍ଞାତି କୁଟୁମ୍ବ, ବନ୍ଧୁ ପରିଜନଙ୍କୁ ନିମନ୍ତ୍ରଣ କରାଯାଇ ଭୂରି ଭୋଜନରେ ଆପ୍ୟାୟିତ କରାଯାଏ। ନୂଆଁଖାଇ ଅବସରରେ ସାନମାନେ ବଡ଼ମାନଙ୍କୁ ନୂଆଁଖାଇ ଜୁହାର କରନ୍ତି। ପ୍ରଥମେ ଗ୍ରାମଦେବତୀଙ୍କ ପୀଠ ବା ଭାଗବତ ଟୁଙ୍ଗିରେ ଏକାଠି ହୋଇ ମୁଣ୍ଡିଆ ମାରିସାରିବା ପରେ ସାନମାନେ ବଡ଼ମାନଙ୍କଠୁ ଆଶୀର୍ବାଦ କାମନା କରିଥାନ୍ତି । ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଶେଷ ହେବାପରେ ଗାଁରେ ଖେଳକୁଦ ପ୍ରତିଯୋଗିତା ହୋଇଥାଏ । ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜିତ ହୋଇଥାଏ ।  ବହୁ ଶତାବ୍ଦୀ ଧରି ପାଳିତ ହୋଇ ଆସୁଥିବା ଏହି ପର୍ବ ସମଗ୍ର ପଶ୍ଚିମ ଓଡ଼ିଶା ପାଇଁ ପାଲଟିଛି ଏକ ପରିଚୟ। ପରମ୍ପରା, ଖାଦ୍ୟ, ପାରିବାରିକ ସମାବେଶ, ନୂତନ ସଦସ୍ୟଙ୍କୁ ସ୍ବାଗତ କରିବା ଆଦି କେବଳ ଉତ୍ସବର ଗୋଟିଏ ଦିଗ ନୁହେଁ ଭାଇଚାରା ସଂସ୍କୃତିର ଅନନ୍ୟ ପ୍ରତିଫଳନ।  ନୂଆଁଖାଇ ପର୍ବ ସାମାଜିକ ବନ୍ଧନର ଗୁରୁତ୍ବ ଶିଖାଇବା ସହ ଲୋକଙ୍କ ମଧ୍ୟରେ ମାନବିକତା ଓ ଭାତୃତ୍ବ ଭାବନା ସୃଷ୍ଟି କରିଥାଏ ।

ଆହୁରି ପଢ଼ନ୍ତୁ: ହୋଲି ରଙ୍ଗରୁ କେଶକୁ କିଭଳି ସୁରକ୍ଷିତ ରଖିବେ? ଜାଣନ୍ତୁ ରଙ୍ଗ ଛଡ଼ାଇବାର କିଛି ସହଜ ଘରୋଇ ଉପାୟ

28 Aug 2025 By The Sakala

https://www.thesakala.in/latest-odisha-news/nuakhai-festival-2025-western-odisha-unites-in-harvest-and-tradition/article-42160
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର