ମାଆ ସମଲେଶ୍ୱରୀଙ୍କ ଠାରେ ଲାଗି ହେଲା ନବାନ୍ନ

The Sakala Picture
Published On

ସମ୍ବଲପୁର: ମାଆ ସମଲେଶ୍ୱରୀଙ୍କ ଠାରେ ଲାଗି ହେଲା ନବାନ୍ନ । ନିର୍ଦ୍ଧାରିତ ସମୟରେ ଲାଗିହେଲା ନବାନ୍ନ । ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇଛି ପଶ୍ଚିମ ଓଡ଼ିଶା । ଘରେଘରେ ନୂଆ ଖାଉଛନ୍ତି ପଶ୍ଚିମ ଓଡ଼ିଶାବାସୀ । ନୂଆଁଖାଇ ମାଟି ମା’ର ପର୍ବ । ବହୁ ଆଡ଼ମ୍ବରରେ ପଶ୍ଚିମ ଓଡ଼ିଶାର ଘରେ ଘରେ ନୂଆଁଖାଇ ପର୍ବ ପାଳିତ ହୋଇଥାଏ । କୃଷିଭିତ୍ତିକ ଏହି ପର୍ବ ଚାଷୀ ପରିବାରରେ ନୂଆ ଆନନ୍ଦ ଆଣିଦେଇ ଥାଏ। ସମସ୍ତେ ବର୍ଷକର ଦୁଃଖକଷ୍ଟ ଭୁଲି […]

ସମ୍ବଲପୁର: ମାଆ ସମଲେଶ୍ୱରୀଙ୍କ ଠାରେ ଲାଗି ହେଲା ନବାନ୍ନ । ନିର୍ଦ୍ଧାରିତ ସମୟରେ ଲାଗିହେଲା ନବାନ୍ନ । ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇଛି ପଶ୍ଚିମ ଓଡ଼ିଶା । ଘରେଘରେ ନୂଆ ଖାଉଛନ୍ତି ପଶ୍ଚିମ ଓଡ଼ିଶାବାସୀ ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ନୂଆଁଖାଇ ମାଟି ମା’ର ପର୍ବ । ବହୁ ଆଡ଼ମ୍ବରରେ ପଶ୍ଚିମ ଓଡ଼ିଶାର ଘରେ ଘରେ ନୂଆଁଖାଇ ପର୍ବ ପାଳିତ ହୋଇଥାଏ । କୃଷିଭିତ୍ତିକ ଏହି ପର୍ବ ଚାଷୀ ପରିବାରରେ ନୂଆ ଆନନ୍ଦ ଆଣିଦେଇ ଥାଏ। ସମସ୍ତେ ବର୍ଷକର ଦୁଃଖକଷ୍ଟ ଭୁଲି ପର୍ବରେ ସାମିଲ ହୁଅନ୍ତି। ଏକାଠି ହୋଇ ଉତ୍ସବ କରି ଏକତାର ସୂତ୍ରରେ ବାନ୍ଧି ହେବାପାଇଁ ଅବସରଟିଏ ଦେଇଥାଏ ଏହି ପର୍ବ। ନୂଆଁଖାଇକୁ ନବାନ୍ନ ଭକ୍ଷଣ ମଧ୍ୟ କୁହାଯାଏ। ଏହି ପର୍ବ ପାଞ୍ଜି ଅନୁସାରେ ଭାଦ୍ରକ ଶୁକ୍ଳ ପଞ୍ଚମୀ ତିଥିରେ (ଗଶେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ଏହା ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି, ଭାଷା, ପରମ୍ପରା, ଚାଲି-ଚଳଣ ଏବଂ ସର୍ବୋପରି ଭାବାବେଗ ସହିତ ଓତପ୍ରୋତ ଭାବେ ଜଡ଼ିତ । ପଶ୍ଚିମ ଓଡ଼ିଶାବାସୀଙ୍କର ମୁଖ୍ୟଜୀବିକା ହେଉଛି କୃଷି। କୃଷିଜାତ ଅନ୍ନର ମହତ୍ତ୍ବକୁ ନେଇ କେଉଁ ଆବହମାନ କାଳରୁ ଏହି ନୂଆଁଖାଇ ପର୍ବ ପାଳିତ ହୋଇଆସୁଛି। ଓଡ଼ିଶାର ଅବିଭକ୍ତ କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର, ସୁନ୍ଦରଗଡ ଓ ବୌଦ୍ଧ ଜିଲ୍ଲା ସମେତ କୋରାପୁଟର କେତେକ ଅଞ୍ଚଳ ଏବଂ ଛତିଶଗଡ଼ ରାଜ୍ୟର ଦେଓଭୋଗ ସମେତ କେତେକ ଅଞ୍ଚଳରେ ଏହି ନୂଆଁଖାଇ ପର୍ବ ଖୁବ ଧୁମଧାମ୍‌ରେ ପାଳିତ ହୋଇଥାଏ।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ନୂଆଁଖାଇ ଯେ, କେବଳ ପାରମ୍ପରିକ ପର୍ବ ନୁହେଁ, ବରଂ ଏହି ପର୍ବ ଭ୍ରାତୃତ୍ବଭାବ ଓ ଏକତାର ପର୍ବ, ସୌହାର୍ଦ୍ଦ୍ୟ ମହାମିଳନର ପର୍ବ। କାରଣ ଯିଏ ଯେଉଁଠି ଯେତେଦୂରରେ ଥାଆନ୍ତୁ ନା କାହିଁକି ଅନ୍ତତଃ ବର୍ଷକୁ ଥରେ ଏହି ନିର୍ଦ୍ଦିଷ୍ଟ ପର୍ବ ସମୟରେ ସମସ୍ତେ ଏକତ୍ର ହୋଇଥାନ୍ତି। ସ୍ରଷ୍ଟାଙ୍କ ପ୍ରତି ସମର୍ପଣ ଓ କୃତଜ୍ଞ ହେବାର ପ୍ରତୀକ ମହାନ୍‌ ଗଣପର୍ବ ନୂଆଁଖାଇ। ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସଅଳ ଅମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର ଆରମ୍ଭ ହୋଇଥାଏ। ଚାଷୀ ପ୍ରଥମକରି ଏହି ଅମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିଥାଏ। ପରେ ଏଥିରୁ ପ୍ରସ୍ତୁତ ଭୋଗକୁ ପରିବାର ସମସ୍ତେ ଖାଇଥାନ୍ତି। ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ କୁହାଯାଏ ନୂଆଁଖାଇ ।

20 Sep 2023 By The Sakala

ମାଆ ସମଲେଶ୍ୱରୀଙ୍କ ଠାରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ମାଆ ସମଲେଶ୍ୱରୀଙ୍କ ଠାରେ ଲାଗି ହେଲା ନବାନ୍ନ । ନିର୍ଦ୍ଧାରିତ ସମୟରେ ଲାଗିହେଲା ନବାନ୍ନ । ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇଛି ପଶ୍ଚିମ ଓଡ଼ିଶା । ଘରେଘରେ ନୂଆ ଖାଉଛନ୍ତି ପଶ୍ଚିମ ଓଡ଼ିଶାବାସୀ ।

ନୂଆଁଖାଇ ମାଟି ମା’ର ପର୍ବ । ବହୁ ଆଡ଼ମ୍ବରରେ ପଶ୍ଚିମ ଓଡ଼ିଶାର ଘରେ ଘରେ ନୂଆଁଖାଇ ପର୍ବ ପାଳିତ ହୋଇଥାଏ । କୃଷିଭିତ୍ତିକ ଏହି ପର୍ବ ଚାଷୀ ପରିବାରରେ ନୂଆ ଆନନ୍ଦ ଆଣିଦେଇ ଥାଏ। ସମସ୍ତେ ବର୍ଷକର ଦୁଃଖକଷ୍ଟ ଭୁଲି ପର୍ବରେ ସାମିଲ ହୁଅନ୍ତି। ଏକାଠି ହୋଇ ଉତ୍ସବ କରି ଏକତାର ସୂତ୍ରରେ ବାନ୍ଧି ହେବାପାଇଁ ଅବସରଟିଏ ଦେଇଥାଏ ଏହି ପର୍ବ। ନୂଆଁଖାଇକୁ ନବାନ୍ନ ଭକ୍ଷଣ ମଧ୍ୟ କୁହାଯାଏ। ଏହି ପର୍ବ ପାଞ୍ଜି ଅନୁସାରେ ଭାଦ୍ରକ ଶୁକ୍ଳ ପଞ୍ଚମୀ ତିଥିରେ (ଗଶେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ ।

ଏହା ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି, ଭାଷା, ପରମ୍ପରା, ଚାଲି-ଚଳଣ ଏବଂ ସର୍ବୋପରି ଭାବାବେଗ ସହିତ ଓତପ୍ରୋତ ଭାବେ ଜଡ଼ିତ । ପଶ୍ଚିମ ଓଡ଼ିଶାବାସୀଙ୍କର ମୁଖ୍ୟଜୀବିକା ହେଉଛି କୃଷି। କୃଷିଜାତ ଅନ୍ନର ମହତ୍ତ୍ବକୁ ନେଇ କେଉଁ ଆବହମାନ କାଳରୁ ଏହି ନୂଆଁଖାଇ ପର୍ବ ପାଳିତ ହୋଇଆସୁଛି। ଓଡ଼ିଶାର ଅବିଭକ୍ତ କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର, ସୁନ୍ଦରଗଡ ଓ ବୌଦ୍ଧ ଜିଲ୍ଲା ସମେତ କୋରାପୁଟର କେତେକ ଅଞ୍ଚଳ ଏବଂ ଛତିଶଗଡ଼ ରାଜ୍ୟର ଦେଓଭୋଗ ସମେତ କେତେକ ଅଞ୍ଚଳରେ ଏହି ନୂଆଁଖାଇ ପର୍ବ ଖୁବ ଧୁମଧାମ୍‌ରେ ପାଳିତ ହୋଇଥାଏ।

ନୂଆଁଖାଇ ଯେ, କେବଳ ପାରମ୍ପରିକ ପର୍ବ ନୁହେଁ, ବରଂ ଏହି ପର୍ବ ଭ୍ରାତୃତ୍ବଭାବ ଓ ଏକତାର ପର୍ବ, ସୌହାର୍ଦ୍ଦ୍ୟ ମହାମିଳନର ପର୍ବ। କାରଣ ଯିଏ ଯେଉଁଠି ଯେତେଦୂରରେ ଥାଆନ୍ତୁ ନା କାହିଁକି ଅନ୍ତତଃ ବର୍ଷକୁ ଥରେ ଏହି ନିର୍ଦ୍ଦିଷ୍ଟ ପର୍ବ ସମୟରେ ସମସ୍ତେ ଏକତ୍ର ହୋଇଥାନ୍ତି। ସ୍ରଷ୍ଟାଙ୍କ ପ୍ରତି ସମର୍ପଣ ଓ କୃତଜ୍ଞ ହେବାର ପ୍ରତୀକ ମହାନ୍‌ ଗଣପର୍ବ ନୂଆଁଖାଇ। ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସଅଳ ଅମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର ଆରମ୍ଭ ହୋଇଥାଏ। ଚାଷୀ ପ୍ରଥମକରି ଏହି ଅମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିଥାଏ। ପରେ ଏଥିରୁ ପ୍ରସ୍ତୁତ ଭୋଗକୁ ପରିବାର ସମସ୍ତେ ଖାଇଥାନ୍ତି। ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ କୁହାଯାଏ ନୂଆଁଖାଇ ।

https://www.thesakala.in/latest-odisha-news/nuakhai-festival-agricultural-festival-of-people-of-western-odisha/article-25594
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର