ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ଅନ୍ତର୍ଗତ ସରେଇପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ି ୨ ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗାଁର ଜନଉ ବରିହାଙ୍କ ପୁଅ ହେମରାଜ ଓ ବେଦରାମ ବରିହାଙ୍କ ପୁଅ ଶଙ୍କର। ଉଭୟ ନାବାଳକ ଆଜି ଅପରାହ୍ନରେ ଗାଁ ନିକଟରେ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। କିନ୍ତୁ ଆଉ ଫେରି ନଥିଲେ। ତେଣୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ପରେ ପୋଖରୀରେ ସେମାନେ ଭାସୁଥିବା ଦେଖିବାକୁ ମିଳିଥିଲା। ସେମାନଙ୍କୁ ଉଦ୍ଧାର କରାଯାଇ ନୂଆପଡ଼ା ଜିଲ୍ଲା ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ଉଭଯଙ୍କୁ ମୃତ ଘୋଷଣା କରିଥିଲେ।
ପୋଖରୀରେ ବୁଡ଼ି ୨ ନାବାଳକଙ୍କ ମୃତ୍ୟୁ
ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ଅନ୍ତର୍ଗତ ସରେଇପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ି ୨ ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗାଁର ଜନଉ ବରିହାଙ୍କ ପୁଅ ହେମରାଜ ଓ ବେଦରାମ ବରିହାଙ୍କ ପୁଅ ଶଙ୍କର। ଉଭୟ ନାବାଳକ ଆଜି ଅପରାହ୍ନରେ ଗାଁ ନିକଟରେ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। କିନ୍ତୁ ଆଉ ଫେରି ନଥିଲେ। ତେଣୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ପରେ ପୋଖରୀରେ ସେମାନେ ଭାସୁଥିବା ଦେଖିବାକୁ ମିଳିଥିଲା। […]