ବାଇକ- ଟ୍ରକ ମୁହାଁମୁହିଁ ଧକ୍କା: ୪ମୃତ, ଜଣେ ଗରୁତର

The Sakala Picture
Published On

ନୂଆପଡ଼ା: ନୂଆପଡ଼ା ଜିଲ୍ଲା କୋମନା ନିକଟ କ୍ରିଷ୍ଣା ଗାଁ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି।  ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଥିବା ଜଣାପଡ଼ିଛି। ସ୍ଥାନୀୟଲୋକଙ୍କ କହିବା ଅନୁଯାୟୀ। ୩ ଜଣ ଯୁବକ, ଜଣେ ମହିଳା ଓ ଜଣେ ଛୋଟ ଶିଶୁ ବାଇକରେ କୋମନା ପାର୍ଶ୍ୱରୁ ନୂଆପଡ଼ା ଅଭିମୁଖେ ଯାଉଥିଲେ। ଏହି ସମୟରେ କୋମନା ନିକଟସ୍ଥ କ୍ରିଷ୍ଣା ଗାଁ ଛକରେ ବାଇକକୁ […]

ନୂଆପଡ଼ା: ନୂଆପଡ଼ା ଜିଲ୍ଲା କୋମନା ନିକଟ କ୍ରିଷ୍ଣା ଗାଁ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି।  ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଥିବା ଜଣାପଡ଼ିଛି। ସ୍ଥାନୀୟଲୋକଙ୍କ କହିବା ଅନୁଯାୟୀ। ୩ ଜଣ ଯୁବକ, ଜଣେ ମହିଳା ଓ ଜଣେ ଛୋଟ ଶିଶୁ ବାଇକରେ କୋମନା ପାର୍ଶ୍ୱରୁ ନୂଆପଡ଼ା ଅଭିମୁଖେ ଯାଉଥିଲେ। ଏହି ସମୟରେ କୋମନା ନିକଟସ୍ଥ କ୍ରିଷ୍ଣା ଗାଁ ଛକରେ ବାଇକକୁ ଧକ୍କା ଦେଇଥିଲା ସମ୍ମୁଖରୁ ଆସୁଥିବା ଏକ ଟ୍ରକ୍‌।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ସୂଚନା ଅନୁଯାୟୀ, ଗୋଟିଏ ବାଇକରେ ୫ଜଣ ଯାଉଥିବାବେଳେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା।ଫଳରେ ଘଟଣା ସ୍ଥଳରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ମହିଳା ଓ ଶିଶୁକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କୋମନା ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ଶିଶୁକୁ ମୃତ ଘୋଷଣା କରିଥିଲେ । ତେବେ ମହିଳାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ମୃତ ଓ ଆହତଙ୍କ ପରିଚୟ ମିଳିପାରି ନାହିଁ। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

04 Jul 2022 By The Sakala

ବାଇକ- ଟ୍ରକ ମୁହାଁମୁହିଁ ଧକ୍କା: ୪ମୃତ, ଜଣେ ଗରୁତର

ନୂଆପଡ଼ା: ନୂଆପଡ଼ା ଜିଲ୍ଲା କୋମନା ନିକଟ କ୍ରିଷ୍ଣା ଗାଁ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି।  ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଥିବା ଜଣାପଡ଼ିଛି। ସ୍ଥାନୀୟଲୋକଙ୍କ କହିବା ଅନୁଯାୟୀ। ୩ ଜଣ ଯୁବକ, ଜଣେ ମହିଳା ଓ ଜଣେ ଛୋଟ ଶିଶୁ ବାଇକରେ କୋମନା ପାର୍ଶ୍ୱରୁ ନୂଆପଡ଼ା ଅଭିମୁଖେ ଯାଉଥିଲେ। ଏହି ସମୟରେ କୋମନା ନିକଟସ୍ଥ କ୍ରିଷ୍ଣା ଗାଁ ଛକରେ ବାଇକକୁ ଧକ୍କା ଦେଇଥିଲା ସମ୍ମୁଖରୁ ଆସୁଥିବା ଏକ ଟ୍ରକ୍‌।

ସୂଚନା ଅନୁଯାୟୀ, ଗୋଟିଏ ବାଇକରେ ୫ଜଣ ଯାଉଥିବାବେଳେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା।ଫଳରେ ଘଟଣା ସ୍ଥଳରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ମହିଳା ଓ ଶିଶୁକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କୋମନା ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ଶିଶୁକୁ ମୃତ ଘୋଷଣା କରିଥିଲେ । ତେବେ ମହିଳାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ମୃତ ଓ ଆହତଙ୍କ ପରିଚୟ ମିଳିପାରି ନାହିଁ। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

https://www.thesakala.in/latest-odisha-news/nuapada/bike-truck-collision-4-dead-one-seriously-injured/article-13027
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର