ନୂଆପଡ଼ାରେ ହେଉ ମୁକ୍ତ ଓ ଅବାଧ ନିର୍ବାଚନ: ନବୀନ ପଟ୍ଟନାୟକ

Deviprasad Mohanty Picture
Published On

ଭୁବନେଶ୍ବର: ନୂଆପଡ଼ାରେ ହେଉ ମୁକ୍ତ ଓ ଅବାଧ ନିର୍ବାଚନ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଅପିଲ କରିଛନ୍ତି। ଜିଲ୍ଲା ପ୍ରଶାସନ ଓ ପୋଲିସ ନିରପେକ୍ଷ ଭାବେ ନିର୍ବାଚନ ପରିଚାଳନା କରନ୍ତୁ। ଏହାସହ ସାଇଲେଣ୍ଟ ପିରିୟଡ଼ରେ ବିଭ୍ରାଟକୁ ନେଇ ମଧ୍ୟ ଉଦବେଗ ପ୍ରକାଶ କରିଛନ୍ତି ନବୀନ। ଜିଲ୍ଲା ବାହାରର ନେତାଙ୍କୁ ତଡ଼ିବା ପାଇଁ ପଦକ୍ଷେପ ନେବାକୁ ଅପିଲ କରିଛନ୍ତି। ନବୀନ କହିଛନ୍ତି, ନିର୍ବାଚନକୁ ପରିଚାଳନା କରିବା ହେଉଛି ଗଣତନ୍ତ୍ର ହଲମାର୍କ। କିନ୍ତୁ ନୂଆପଡ଼ା ଉପନିର୍ବାଚନର ନିରବ ଅବଧିରେ ଏହାର ବ୍ୟତିକ୍ରମ ହେବା ଅତ୍ୟନ୍ତ ଦୁଃଖଦାୟକ ଓ ଆଇନ ବିରୁଦ୍ଧ।

ଆହୁରି ପଢ଼ନ୍ତୁ: ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର, ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ନିର୍ବାଚନ କମିଶନଙ୍କ ଗାଇଡଲାଇନ ଅନୁସାରେ, ସାଇଲେଣ୍ଟ ପିରିୟଡରେ ଜିଲ୍ଲା ବାହାରର କୌଣସି ରାଜନେତା ଓ ପ୍ରଚାରକ ରହିପାରିବେ ନାହିଁ। କିନ୍ତୁ ବିଶ୍ବସ୍ତ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ଏହି ନିୟମର ଖୋଲାଖୋଲି ଉଲ୍ଲଂଘନ ହେଉଛି। ବିଜେପିର କିଛି ଜିଲ୍ଲା ବାହାରର ନେତା ଏବେ ବି ନୂଆପଡ଼ାରେ ଅବାଧରେ ବୁଲିବା ସହ ଭୋଟରକୁ ଅନୈତିକ ଭାବେ ପ୍ରଭାବିତ କରିବାକୁ ଚେଷ୍ଟା କରୁଛନ୍ତି। ଯାହା ଅତ୍ୟନ୍ତ ଚିନ୍ତାଜନକ। ଯେତେବେଳେ ସ୍ଥାନୀୟ ବିଜେଡି ନେତା ଏନେଇ ଅଭିଯୋଗ କରୁଛନ୍ତି, ତାଙ୍କୁ ପୁଲିସ ଅଟକ ରଖୁଛି।

ଆହୁରି ପଢ଼ନ୍ତୁ: ଚିଲିକାରେ ଜାଲବାଡ଼ ଯୋଗୁଁ ଲଞ୍ଚ ଚଳାଚଳ ବାଧାପ୍ରାପ୍ତ

ଏହା ସୂଚାଇ ଦେଉଛି ଯେ, ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ପୋଲିସ ଶାସକ ଦଳର ହାତବାରିସି ସାଜି ନିର୍ବାଚନର ନିରପେକ୍ଷତାକୁ ଭଣ୍ଡୁର କରିବାକୁ ଉଦ୍ୟମ କରୁଛନ୍ତି। ଏହା ଗଣତନ୍ତ୍ରର ମୂଳଦୂଆକୁ ପ୍ରଭାବିତ କରିବା ସହ ଲୋକଙ୍କ ବିଶ୍ବାସକୁ ନଷ୍ଟ କରୁଛନ୍ତି। ଏଭଳି କାର୍ଯ୍ୟ ଯଦି ଅବୈଧ ଭାବେ ଜାରି ରହେ, ତେବେ ନୂଆପଡ଼ା ଉପନିର୍ବାଚନର ବିଶ୍ବସନୀୟତା ଉପରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିବ। ତେଣୁ ନିର୍ବାଚନ କମିଶନ ତୁରନ୍ତ ଏଦିଗରେ ପଦକ୍ଷେପ ନେବାକୁ ଅପିଲ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ସାଇଲେଣ୍ଟ ପରିୟଡ଼କୁ କଡ଼ାକଡ଼ି ପାଳନ କରାଯାଉ। ନିର୍ବାଚନ କମିଶନ ଜିଲ୍ଲା ବାହାରର ରାଜନେତାଙ୍କ ତୁରନ୍ତ ବାହାର କରାଯାଉ। ଏହାସହ ଜିଲ୍ଲା ପ୍ରଶାସନ ଓ ପୋଲିସ ମିଳିତ ଭାବେ ପଦକ୍ଷେପ ନେଇ ନିରପେକ୍ଷତାର ସହିତ ନିର୍ବାଚନର ପ୍ରକ୍ରିୟାକୁ ପବିତ୍ରତାର ସହିତ ପାଳନ କରିବାକୁ ଦାବି କରିଛନ୍ତି ନବୀନ। ଭାରତୀୟଭାବେ ଗଣତନ୍ତ୍ରର ଏହି ମହାନ ପର୍ବକୁ ପାଳନ କରିବା ପାଇଁ ଯୁଗ ଯୁଗ ଧରି ପୂର୍ବ ପୂରୁଷଙ୍କ ତ୍ୟାଗ ଓ ବଳିଦାନ ଫଳ ସ୍ବରୂପ ପାଇଛନ୍ତି। ପ୍ରତ୍ୟେକ ସାମ୍ବିଧାନିକ ସଂସ୍ଥା ବିଶେଷ କରି ନିର୍ବାଚନ କମିଶନ ମୁକ୍ତ ଓ ଅବାଧ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ପ୍ରତିଶୃତି ହେବା ଦରକାର।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବିଭାଗର ବଡ଼ ପ୍ରସ୍ତୁତି, ମୁତୟନ ହେବେ ୨୦୫ ଟିମ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର