ଲିଭର ଟ୍ରାନ୍ସପ୍ଲାଣ୍ଟ ପାଇଁ ଦିଲ୍ଲୀ ଗଲେ ଅଭିନେତା ପିଣ୍ଟୁ ନନ୍ଦ

The Sakala Picture
Published On

ଭୁବନେଶ୍ବର:  ଅପରେସନ ପାଇଁ ଆଜି ଦିଲ୍ଲୀ ଗଲେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ ।  ଆଜି ସକାଳେ ଭୁବନେଶ୍ୱରରୁ ସେ ବିମାନ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ଦିଲ୍ଲୀରେ ଥିବା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର ଆଣ୍ଡ୍‌ ବିଲିଆରି ସାଇନସେସ(ILVS ) ହସ୍ପିଟାଲରେ ଚିକିତ୍ସିତ ହେବେ। ସେଠାରେ ପିଣ୍ଟୁ ନନ୍ଦଙ୍କ ଲିଭର୍ ଟ୍ରାନ୍ସପ୍ଲାଣ୍ଟ କରାଯିବ। ସୂଚନା ଅନୁଯାୟୀ, ଲିଭର୍ ସିରୋସିସରେ ପୀଡ଼ିତ ହେବା ପରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ପିଣ୍ଟୁ। […]

ଭୁବନେଶ୍ବର:  ଅପରେସନ ପାଇଁ ଆଜି ଦିଲ୍ଲୀ ଗଲେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ ।  ଆଜି ସକାଳେ ଭୁବନେଶ୍ୱରରୁ ସେ ବିମାନ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ଦିଲ୍ଲୀରେ ଥିବା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର ଆଣ୍ଡ୍‌ ବିଲିଆରି ସାଇନସେସ(ILVS ) ହସ୍ପିଟାଲରେ ଚିକିତ୍ସିତ ହେବେ। ସେଠାରେ ପିଣ୍ଟୁ ନନ୍ଦଙ୍କ ଲିଭର୍ ଟ୍ରାନ୍ସପ୍ଲାଣ୍ଟ କରାଯିବ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

ସୂଚନା ଅନୁଯାୟୀ, ଲିଭର୍ ସିରୋସିସରେ ପୀଡ଼ିତ ହେବା ପରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ପିଣ୍ଟୁ। ଏଥିପାଇଁ ପ୍ରାୟ ୫୦ ଲକ୍ଷ ଟଙ୍କା ଆବଶ୍ୟକ। ଯାହାକୁ ଯୋଗାଡ଼ କରିବା ତାଙ୍କ ପରିବାର ପକ୍ଷେ ସମ୍ଭବ ନଥିଲା। ତେଣୁ ସେ ସହାୟତା ପାଇଁ ନିବେଦନ କରିଥିଲେ । ବହୁ ଶୁଭେଛୁ ତାଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି । ଆହୁରି ଅଧିକ ଅର୍ଥର ଆବଶ୍ୟକତା ରହିଛି । ଏଣୁ ଅଧିକ ସହାୟତା ପାଇଁ ଶ୍ରୀତମ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ସେଣ୍ଟ୍ରିଂ କାଢ଼ିବା ବେଳେ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

ଓଲିଉଡର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ ବହୁ ବର୍ଷ ହେବ ଓଡିଆ ସିନେମା ଜଗତରେ ସକ୍ରିୟ ଅଛନ୍ତି। ଦର୍ଶକ ପିଣ୍ଟୁ ନନ୍ଦଙ୍କୁ କେତେବେଳେ ଖଳନାୟକ, କେତେବେଳେ ସହନାୟକ ପୁଣି କେତେବେଳେ କମେଡିଆନ୍‌ ଚରିତ୍ରରେ ଦେଖିଛନ୍ତି। ପିଣ୍ଟୁ ବିଭିନ୍ନ ସମୟରେ ନାୟକ/ନାୟିକାଙ୍କ ଭାଇ,ଦାଦା ଭଳି ଚରିତ୍ରରେ ବି ନଜର ଆସିଛନ୍ତି। ପିଣ୍ଟୁ ଶତାଧିକ ଓଡ଼ିଆ ଛବିରେ ଅଭିନୟ କରିଛନ୍ତି।

ଆହୁରି ପଢ଼ନ୍ତୁ: ଓରାଙ୍ଗଉଟାନ ଚାଲାଣକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର