ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ାଙ୍କ ଆତ୍ମହତ୍ଯା

The Sakala Picture
Published On

ଭୁବନେଶ୍ବର: ଆତ୍ମହତ୍ୟା କଲେ ବରିଷ୍ଠ ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା । ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ତେବେ ଆତ୍ମହତ୍ୟାର କାରଣ କଣ ତାହା ଅସ୍ପଷ୍ଟ ରହିଛି । ନିଜ ବାସଭାନରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା । ସେପଟେ ରାଇମୋହନ ପରିଡାଙ୍କ ମୃତ୍ୟୁ ପରେ ପୁରା ଓଲିଉଡ ସ୍ତବ୍ଧ ହୋଇଯାଇଛି । ଖବର ପାଇ ଘଟଣା ସ୍ଥଳରେ ମଞ୍ଚେଶ୍ୱର […]

ଭୁବନେଶ୍ବର: ଆତ୍ମହତ୍ୟା କଲେ ବରିଷ୍ଠ ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା । ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ତେବେ ଆତ୍ମହତ୍ୟାର କାରଣ କଣ ତାହା ଅସ୍ପଷ୍ଟ ରହିଛି । ନିଜ ବାସଭାନରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା । ସେପଟେ ରାଇମୋହନ ପରିଡାଙ୍କ ମୃତ୍ୟୁ ପରେ ପୁରା ଓଲିଉଡ ସ୍ତବ୍ଧ ହୋଇଯାଇଛି । ଖବର ପାଇ ଘଟଣା ସ୍ଥଳରେ ମଞ୍ଚେଶ୍ୱର ଥାନା ପୁଲିସ ପହଞ୍ଚିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ସୂଚନା ଅନୁଯାୟୀ, ରାଇମୋହନଙ୍କର ପତ୍ନୀ ଓ ୨ ଝିଅ ଥିଲେ। ସେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଛାତ୍ର ଥିଲେ। ସେ ଦୀର୍ଘ ବର୍ଷ ଧରି ଫିଲ୍ମ ଜଗତ ସହ ଜଡ଼ିତ ଥିଲେ। କେତେବେଳେ ଖଳନାୟକ ରୋଲ୍‌ରେ ତାଙ୍କ ଡାଏଲଗ ଦର୍ଶକଙ୍କ ହୃଦସ୍ପନ୍ଦନ ବଢ଼ାଇ ଦେଉଥିବା ବେଳେ କେତେବେଳେ ଇମୋସନାଲ ରୋଲରେ ଆଖିରେ ଲୁହ ନେଇ ଆସୁଥିଲେ। ଫିଲ୍ମ ସହ ଯାତ୍ରାରେ ବି ଅଭିନୟ କରି ନିଜ ସ୍ୱତନ୍ତ୍ର ଛାପ ସେ ଛାଡ଼ି ଯାଇଛନ୍ତି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଉଲ୍ଲେଖଯୋଗ୍ୟ, ରାଇମୋହନ ପରିଡ଼ା ୧୯୬୩ ଜୁଲାଇ ୧୦ରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ଜନ୍ମ ସ୍ଥାନ ହେଉଛି କେଉଁଝର ର ଉଦୟପୁର ଗ୍ରାମରେ । ସେ ଚାରି ଝିଅରେ ଗୋଟିଏ ପୁଅ ଥିଲେ । ସେଥିପାଇଁ ପରିବାରରେ ସେ ବହୁତ ଗେଲ୍ହା ଥିଲେ । ତାଙ୍କ ବାପାଙ୍କ ନାମ ହେଉଛି ତ୍ରିଲୋକନାଥ ପରିଡା । ସେ ବିଏଲଡବ୍ଲ୍ୟୁ ଭାବେ କାର୍ଯ୍ଯ କରୁଥିଲେ । ମାଆ ହେଉଛନ୍ତି ତିଳୋତ୍ତମା ପରିଡା । ରାଇମୋହନ ପରିଡାଙ୍କ ପତ୍ନୀଙ୍କ ନାମ ହେଉଛି ରଞ୍ଜିତା ପରିଡା ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

୧୯୮୫ ମସିହାରୁ ଥିଏଟରରୁ କ୍ୟାରିୟର ଆରମ୍ଭ କରିଥିଲେ ରାଇମୋହନ । ୧୯୮୭ରେ ସାଗର ସିନେମାରେ ଖଳନାୟକ ଭୂମିକା ଦେଇଥିଲା ଖ୍ୟାତି । ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ଖଳନାୟକ ଭୂମିକାରେ ନଜର ଆସିଥିଲେ ରାଇମୋହନ । ସେ ପ୍ରାୟ ୧୦୦ ଫିଲ୍ମରେ ଅଭିନୟ କରିଛନ୍ତି । ୧୫ ବେଙ୍ଗଲୀ ଫିଲ୍ମ ଓ ୪୦ ନାଟକରେ ଅଭିନୟ କରିଥିଲେ ରାଇମୋହନ ପରିଡ଼ା । ଏଥିମଧ୍ୟରେ ରହିଛି କୋଟିଏ ମଣିଷ ଗୋଟି ଜଗା, ଲକ୍ଷେ ଶିବ ପୂଜି ପାଇଚି ପୁଅ, ସୁନା ସଂସାର, ସ୍ତ୍ରୀ, ରଣଭୂମି, ରସିକ ନାଗର, ତୁ ଥିଲେ ମୋ’ ଡର କାହାକୁ, ଲକ୍ଷ୍ମୀ ପ୍ରତିମା , ମେଣ୍ଟାଲ୍, ‘ତୁ ମୋ’ ସୁନାଚଢେଇ’ ଏବଂ ‘ମିଷ୍ଟର ମଜନୁ’ ଆଦି ସମେତ ଅନେକ ଓଡ଼ିଆ ସିନେମା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର