ୟୁକ୍ରେନରୁ ସୁରକ୍ଷିତ ଫେରିଲେ ଓଡ଼ିଆ ଛାତ୍ର, ଆଶ୍ୱସ୍ତ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଯୁଦ୍ଧଗ୍ରସ୍ତ ୟୁକ୍ରେନରୁ ଫେରିଥିବା ଓଡ଼ିଆଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ଛାତ୍ରମାନେ ସୁରକ୍ଷିତ ଫେରିଆସିଥିବାରୁ ଆଶ୍ୱସ୍ତି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ୟୁକ୍ରେନରୁ ଫେରି ଆସି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଛାତ୍ରୀଙ୍କ ସହିତ ଅନ୍‌ଲାଇନ୍ ଜରିଆରେ ଆଲୋଚନା ବେଳେ ଅନ୍ୟ ଛାତ୍ରଛାତ୍ରୀଙ୍କ ଫେରିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଛାତ୍ରଛାତ୍ରୀ ମାନଙ୍କ ଫେରିବା […]

ଭୁବନେଶ୍ୱର: ଯୁଦ୍ଧଗ୍ରସ୍ତ ୟୁକ୍ରେନରୁ ଫେରିଥିବା ଓଡ଼ିଆଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ଛାତ୍ରମାନେ ସୁରକ୍ଷିତ ଫେରିଆସିଥିବାରୁ ଆଶ୍ୱସ୍ତି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ୟୁକ୍ରେନରୁ ଫେରି ଆସି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଛାତ୍ରୀଙ୍କ ସହିତ ଅନ୍‌ଲାଇନ୍ ଜରିଆରେ ଆଲୋଚନା ବେଳେ ଅନ୍ୟ ଛାତ୍ରଛାତ୍ରୀଙ୍କ ଫେରିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଛାତ୍ରଛାତ୍ରୀ ମାନଙ୍କ ଫେରିବା ସଂପର୍କରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ଏବଂ ସେ ଆଉଥରେ ମଧ୍ୟ ଏ ବିଷୟରେ କଥାବାର୍ତ୍ତା କରି ପଦକ୍ଷେପ ନେବେ ବୋଲି କହିଥିଲେ ।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ସେମାନେ ସମସ୍ତେ ରୋମାନିଆ ସୀମା ଅତିକ୍ରମ କରି ଭାରତୀୟ ଅଧିକାରୀ ମାନଙ୍କ ସହିତ ବୁକାରେଷ୍ଟ ଯାଇଥିଲେ ଏବଂ ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀ ଆସିଥିଲେ । ନୂଆଦିଲ୍ଲୀରେ ଅବସ୍ଥାପିତ ରେସିଡେଣ୍ଟ କମିଶନର ସେମାନଙ୍କ ସହିତ ସବୁ ସମୟରେ ଅନ୍‌ଲାଇନ ଜରିଆରେ ଯୋଗାଯୋଗରେ ଥିଲେ ବୋଲି ସେମାନେ କହିଥିଲେ । ୟୁକ୍ରେନର ଅନ୍ୟ ସ୍ଥାନରେ ଥିବା, ବିଶେଷକରି ଖାରକିବ୍‌ରେ ବହୁ ଓଡିଆ ଛାତ୍ରଛାତ୍ରୀ ଅଛନ୍ତି ଓ ସେମାନଙ୍କୁ ଫେରାଇ ଆଣିବାପାଇଁ ପଦକ୍ଷେପ ନେବାକୁ ସେମାନେ ଅନୁରୋଧ କରିଥିଲେ ।

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

ୟୁକ୍ରେନରୁ ଫେରୁଥିବା ପିଲାଙ୍କ ସୁବିଧା ପାଇଁ ମୁମ୍ବାଇ ବିମାନ ବନ୍ଦରରେ ହେଲ୍ପ ଡେସ୍କ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଭୁବନେଶ୍ୱରରେ ପହଞ୍ଚି ବା ପରେ ପିଲାମାନଙ୍କୁ ଓଟିଡିସି ବସ୍ ଯୋଗେ ସେମାନଙ୍କ ଘରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଲୋଚନାକୁ ସଂଯୋଜନା କରିଥିଲେ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର