୬୩ ହଜାର ୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି: ହ୍ରାସ ହେଲା ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସମୟ ସୀମା

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡ୍‌କୁ କମ୍ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ । ତା’ ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ । ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡ୍‌କୁ କମ୍ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ । ତା’ ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ । ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ୱାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

ଏହି ପ୍ରସ୍ତାବ କାର୍ଯ୍ଯକାରୀ ହେବା ଦ୍ୱାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ । ଏହାସହିତ ଲେଭେଲ ଲେଭଲ-୪ରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩କୁ ପଦୋନ୍ନତି ପାଇବେ । ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି । ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଥରକେ ୫୦ ଲିଟରରୁ ଅଧିକ ପେଟ୍ରୋଲ ବିକ୍ରି ଉପରେ କଟକଣା, ପେଟ୍ରୋଲ ପମ୍ପଗୁଡ଼ିକୁ ନୋଟିସ୍ ଜାରି

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତାରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି

ଆହୁରି ପଢ଼ନ୍ତୁ: ମହାନଦୀ ଜଳ ବିବାଦ: ଟ୍ରିବ୍ୟୁନାଲଙ୍କ କଡ଼ା ଆଭିମୁଖ୍ୟ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସସ୍ମିତ ପାତ୍ରଙ୍କ ଚିଠି

30 Jul 2021 By The Sakala

୬୩ ହଜାର ୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି: ହ୍ରାସ ହେଲା ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସମୟ ସୀମା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡ୍‌କୁ କମ୍ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ । ତା’ ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ । ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ୱାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଏହି ପ୍ରସ୍ତାବ କାର୍ଯ୍ଯକାରୀ ହେବା ଦ୍ୱାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ । ଏହାସହିତ ଲେଭେଲ ଲେଭଲ-୪ରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩କୁ ପଦୋନ୍ନତି ପାଇବେ । ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି । ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତାରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର