ଲୋକପ୍ରିୟ ଓଲିଉଡ୍‌ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ

ଭୁବନେଶ୍ବର: ଲୋକପ୍ରିୟ ଓଲିଉଡ୍‌ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। ସେ ଥଣ୍ଡା, ଜ୍ବରରେ ପୀଡ଼ିତ ହୋଇ କଟକର ସିଡିଏସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଫୁସ୍‌ଫୁସ୍‌ ସଂକ୍ରମଣଜନୀତ ସମସ୍ୟା ପାଇଁ ସେ ଅସୁସ୍ଥ ହୋଇ ପଡ଼ିଥିବା ଡାକ୍ତରମାନେ ପ୍ରାଥମିକ ଭାବେ ସୂଚନା ଦେଇଛନ୍ତି। ବୁଦ୍ଧାଦିତ୍ୟ ମହାନ୍ତି କେବଳ ଓଲିଉଡ୍‌ ନୁହେଁ‌; ବଲିଉଡ୍‌ରେ ବି ଏକ ଚିହ୍ନା ନାମ। ପ୍ରଥମେ ହିନ୍ଦୀ ଧାରାବାହିକରେ ଅବତୀର୍ଣ୍ଣ ହୋଇ ସମୟକ୍ରମେ ଓଲଉଡ୍‌କୁ ଆସିଥିଲେ ସେ। ଓଡ଼ିଆ ରିୟାଲିଟି ସୋ’ ‘ସାଧବ […]

ଭୁବନେଶ୍ବର: ଲୋକପ୍ରିୟ ଓଲିଉଡ୍‌ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। ସେ ଥଣ୍ଡା, ଜ୍ବରରେ ପୀଡ଼ିତ ହୋଇ କଟକର ସିଡିଏସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଫୁସ୍‌ଫୁସ୍‌ ସଂକ୍ରମଣଜନୀତ ସମସ୍ୟା ପାଇଁ ସେ ଅସୁସ୍ଥ ହୋଇ ପଡ଼ିଥିବା ଡାକ୍ତରମାନେ ପ୍ରାଥମିକ ଭାବେ ସୂଚନା ଦେଇଛନ୍ତି।

ବୁଦ୍ଧାଦିତ୍ୟ ମହାନ୍ତି କେବଳ ଓଲିଉଡ୍‌ ନୁହେଁ‌; ବଲିଉଡ୍‌ରେ ବି ଏକ ଚିହ୍ନା ନାମ। ପ୍ରଥମେ ହିନ୍ଦୀ ଧାରାବାହିକରେ ଅବତୀର୍ଣ୍ଣ ହୋଇ ସମୟକ୍ରମେ ଓଲଉଡ୍‌କୁ ଆସିଥିଲେ ସେ। ଓଡ଼ିଆ ରିୟାଲିଟି ସୋ’ ‘ସାଧବ ବୋହୂ’ ଜରିଆରେ ଘରେ ଘରେ ପ୍ରିୟ ପାଲଟି ପାରିଛନ୍ତି ଏହି କଳାକାର। ‘ନନ୍ଦିନୀ ଆଇ ଲଭ୍‌ ୟୁ’, ‌‘ପ୍ରେମ ରୋଗୀ’, ‘ପ‌ଗଳ କରିଛି ପାଉଁଜି ତୋର’ ଆଦି ମନଛୁଆଁ ଚଳଚ୍ଚିତ୍ରରେ ଅଭିନୟ କରି ସେ ପାଲଟି ଯାଇଛନ୍ତି ଓଲିଉଡ୍‌ର ମଉଡ଼ମଣି।

About The Author: The Sakala