ଆସନ୍ତାକାଲି ପାଳନ ହେବ ମାଣ୍ଡିଆ ଦିବସ, ସାଧାରଣରେ ଆଦୃତ କରିବା ନେଇ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର : ଆସନ୍ତାକାଲି ମାର୍ଗଶିର ମାସ ପ୍ରଥମ ଗୁରୁବାରରେ ପ୍ରଥମଥର ପାଇଁ ସାରା ରାଜ୍ୟରେ ପାଳନ ହେବ ‘ମାଣ୍ଡିଆ ଦିବସ ପାଳନ’। ମାଣ୍ଡିଆଚାଷକୁ ପ୍ରୋତ୍ସାହିତ କରିବା ସହିତ ଜନସାଧାରଣଙ୍କ ମଧ୍ୟରେ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟର ଗ୍ରହଣୀୟତା ବୃଦ୍ଧି କରିବା ପାଇଁ ମାଣ୍ଡିଆ ଦିବସ ପାଳନ ପାଇଁ ଯୋଜନା କରାଯାଇଛି । ଏହି ହିତକର ଶସ୍ୟର ବହୁଳ ପ୍ରଚାର ଓ ବ୍ୟବହାର ଏହି ଦିବସ ପାଳନର ମୂଳ ଉଦ୍ଦେଶ୍ୟ ରହିଛି। ମାଣ୍ଡିଆ ଉତ୍ପାଦନ ଓ ଏହାର ପ୍ରଚାର ପ୍ରସାରକୁ […]

ଭୁବନେଶ୍ବର : ଆସନ୍ତାକାଲି ମାର୍ଗଶିର ମାସ ପ୍ରଥମ ଗୁରୁବାରରେ ପ୍ରଥମଥର ପାଇଁ ସାରା ରାଜ୍ୟରେ ପାଳନ ହେବ ‘ମାଣ୍ଡିଆ ଦିବସ ପାଳନ’। ମାଣ୍ଡିଆଚାଷକୁ ପ୍ରୋତ୍ସାହିତ କରିବା ସହିତ ଜନସାଧାରଣଙ୍କ ମଧ୍ୟରେ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟର ଗ୍ରହଣୀୟତା ବୃଦ୍ଧି କରିବା ପାଇଁ ମାଣ୍ଡିଆ ଦିବସ ପାଳନ ପାଇଁ ଯୋଜନା କରାଯାଇଛି । ଏହି ହିତକର ଶସ୍ୟର ବହୁଳ ପ୍ରଚାର ଓ ବ୍ୟବହାର ଏହି ଦିବସ ପାଳନର ମୂଳ ଉଦ୍ଦେଶ୍ୟ ରହିଛି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା CBSE ଦଶମ ବୋର୍ଡ ରେଜଲ୍ଟ, results.cbse.nic.inରେ ରେଜଲ୍ଟ ଉପଲବ୍ଧ

ମାଣ୍ଡିଆ ଉତ୍ପାଦନ ଓ ଏହାର ପ୍ରଚାର ପ୍ରସାରକୁ ଗୁରୁତ୍ବ ଦେବା ଉଦ୍ଦେଶ୍ୟରେ ମାଣ୍ଡିଆ ଦିବସ ପାଳନ କରୁଛନ୍ତି ରାଜ୍ୟ ସରକାର। ଓଡ଼ିଶା ମିଲେଟ ମିଶନ ଦ୍ବାରା ନିଆଯାଇଥିବା ପଦକ୍ଷେପକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସ୍ବୀକୃତି ମିଳିଛି । କେନ୍ଦ୍ର ସରକାର ଏହି ମଡେଲକୁ ଆପଣାଇବାକୁ ବିଭିନ୍ନ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରଣାଳୟ ଓ ବିଭାଗରେ ହେବାକୁ ଥିବା ମିଟିଂ ଓ କ୍ୟାଣ୍ଟିନରେ ମାଣ୍ଡିଆ ପ୍ରସ୍ତୁତ ଲଡୁ, ମିକ୍ସଚର, ସ୍ନାକ୍ସ୍, ପୁରି, ଇଡିଲି, ଦୋଷା ଓ ବିସ୍କୁଟ୍ ପରଷିବାକୁ ନିର୍ଦ୍ଦେଶ ଦିଆଯାଇଛି।କେବଳ ସେତିକି ନୁହେଁ ନୀତି ଆୟୋଗ ମଧ୍ୟ ଏହାକୁ ଏକାଧିକ ଥର ପ୍ରଶଂସା କରିଛନ୍ତି ।

ଆହୁରି ପଢ଼ନ୍ତୁ: ବିଜେପିକୁ ବିଜେଡିର ସିଧା ପ୍ରଶ୍ନ: ଓଡ଼ିଶାର ପ୍ରତିନିଧିତ୍ୱ ହ୍ରାସ ପ୍ରସଙ୍ଗରେ ନିରବ କାହିଁକି ?

ଆହୁରି ପଢ଼ନ୍ତୁ: କାକବନ୍ଧ ଆଶ୍ରମ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ମାମଲା: ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ହରତାଳ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ ଭାବେ କୃଷି ବିଭାଗ ଅଧୀନରେ ଓଡ଼ିଶା ମିଲେଟ୍ ମିଶନ୍ ପକ୍ଷରୁ ମିଲେଟ୍ ଦିବସ ପାଳନ କରାଯିବ। ଏଥିପାଇଁ ମାଣ୍ଡିଆର ମହତ୍ତ୍ୱ ପ୍ରତି ଜନସଚେତନତା ବୃଦ୍ଧି ନିମନ୍ତେ ମାଣ୍ଡିଆ ରଥ ପରିଭ୍ରମଣ କରୁଛି। ଘରେ ଘରେ ମାଣ୍ଡିଆ ଓ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟ ପହଞ୍ଚାଇବା ପାଇଁ ପ୍ରୟାସ କରାଯାଇଛି। ରାଜ୍ୟ ସରକାର ମାଣ୍ଡିଆ ଚାଷ ନିମନ୍ତେ ୩ବର୍ଷ ପାଇଁ ହେକ୍ଟର ପିଛା ୧୦ହଜାର ଟଙ୍କା ଆର୍ଥିକ ପ୍ରୋତ୍ସାହନ ରାଶିକୁ ବୃଦ୍ଧି କରି ୫ବର୍ଷ ପାଇଁ ହେକ୍ଟର ପିଛା ୨୬ହଜାର ୫ଶହ ଟଙ୍କା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଅତିରିକ୍ତ ୧୧ଟି ଜିଲ୍ଲାର ୩୪ଟି ବ୍ଲକକୁ ଓଡ଼ିଶା ମିଲେଟ୍ ମିଶନ୍କୁ ସମ୍ପ୍ରସାରିତ କରାଯାଇଛି। ଫଳରେ ରାଜ୍ୟର ୩୦ଟି ଜିଲ୍ଲାର ୧୭୭ଟି ବ୍ଲକରେ ଓଡ଼ିଶା ମିଲେଟ୍ ମିଶନ କାର୍ଯ୍ୟ କରୁଛି। ମାଣ୍ଡିଆ ଚାଷ ପାଇଁ ଚାଷୀଙ୍କୁ ଉନ୍ନତମାନର ବିହନ ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି।ଏହାସହିତ ବର୍ଷାପୁଷ୍ଟ ଅଞ୍ଚଳରେ ମଧ୍ୟ ମାଣ୍ଡିଆ ଚାଷ ପାଇଁ ପଦକ୍ଷେପ ନିଆଯାଇଛି ଓ ବୃହତ୍ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳରେ ମଧ୍ୟ ମାଣ୍ଡିଆ ଚାଷ ନିମନ୍ତେ ଯୋଜନା ପ୍ରସ୍ତୁତ କରାଯାଉଛି। ମାଣ୍ଡିଆ ଚାଷ ମାଧ୍ୟମରେ ମହିଳାମାନେ ସ୍ୱାବଲମ୍ବୀ ହୋଇପାରିବେ। ଏହାସହିତ ଆସନ୍ତାକାଲି ବିଭିନ୍ନ ସ୍ଥାନରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ମାଣ୍ଡିଆ ଷ୍ଟଲର ବ୍ୟବସ୍ଥା କରାଯିବ। ଆସନ୍ତାକାଲି ମାଣବସା ପ୍ରଥମ ଗୁରୁବାର ହୋଇଥିବାରୁ ମାଆ ଲକ୍ଷ୍ମୀଙ୍କ ପାଖରେ ଅନ୍ୟ ଭୋଗ ସହିତ ମାଣ୍ଡିଆକୁ ମଧ୍ୟ ଭୋଗ ଭାବରେ ବ୍ୟବହାର କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ସମସ୍ତ ମା’ଙ୍କୁ ଅନୁରୋଧ କରିଛନ୍ତି।

ଆସନ୍ତାକାଲି ଲୋକସେବା ଭବନର କନଫରେନ୍ସ ହଲରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ବୈଠକର ଆୟୋଜନ କରାଯିବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଯୋଗ ଦେବାର ଯୋଜନା ରହିଛି ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି। ଏଥିପାଇଁ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାର ବିଦ୍ୟାଳୟସ୍ତରରେ କୁଇଜ୍ ପ୍ରତିଯୋଗିତା, ଫୁଡ଼୍ ଫେଷ୍ଟିଭାଲ ପ୍ରଦର୍ଶନୀ ଆଦିର ଆୟୋଜନ କରାଯିବ। ଏହି ଅବସରରେ କୃଷି ଭବନଠାରେ ମଧ୍ୟ ଆକର୍ଷଣୀୟ ପ୍ରଦର୍ଶନୀର ଆୟୋଜନ କରାଯିବ। ଏହାସହ ସଫଳ ଚାଷୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ସଂପ୍ରସାରଣ ଅଧିକାରୀଙ୍କୁ ପୁରସ୍କାର ଓ ସମ୍ବର୍ଦ୍ଧନା ପ୍ରଦାନ କରାଯିବ। ମାଣ୍ଡିଆ ଦିବସ ଅବସରରେ ରେଷ୍ଟୁରାଣ୍ଟ ଆସୋସିଏସନ୍ ସହଯୋଗରେ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟ ପରଷା ଯିବ। ଆଦିବାସୀମାନେ ‘ମିଲେଟ୍(ସୁଆଁ, କାଙ୍ଗୁ, ମାଣ୍ଡିଆ ଆଦି)କୁ ଆଦିଅନ୍ନ’ଭାବେ ଗ୍ରହଣ କରି ଦେବାଦେବୀଙ୍କୁ ଅର୍ପଣ କରୁଥିବାରୁ ଏବଂ ଓଡ଼ିଆ ଘରର ମାର୍ଗଶିର ଗୁରୁବାର କୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି। ଚଳିତବର୍ଷ ବାଲିଯାତ୍ରା ସହ ଅନ୍ୟ ରାଜ୍ୟସ୍ତରୀୟ ଓ ଜିଲ୍ଲାସ୍ତରୀୟ ମହୋତ୍ସବମାନଙ୍କରେ ମାଣ୍ଡିଆର ବହୁଳ ବ୍ୟବହାର ଓ ପ୍ରଚାରପ୍ରସାର ନିମନ୍ତେ ବ୍ୟବସ୍ଥା କରାଯାଇଛି।

ଜାତୀୟ ତଥା ଅନ୍ତର୍ଜାତୀୟସ୍ତରରେ ମିଲେଟ୍‍ ଉତ୍ପାଦନ ତଥା ବ୍ୟବହାର ପାଇଁ ପ୍ରଚାର ପ୍ରସାର କ୍ଷେତ୍ରରେ ଓଡ଼ିଶା ଆଗରେ ରହିଛି। କୃଷି ଓଡ଼ିଶାରେ ମିଲେଟ୍‍ ଏବେ ‘ମାସ୍କଟ’ ଭାବେ ପରିଚିତ। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ମାଣ୍ଡିଆର ପ୍ରଚାର ପ୍ରସାର ଓ ଖାଦ୍ୟ ଥାଳିରେ ଲଘୁ କ୍ଷୁଦ୍ରଶସ୍ୟର ପୁନରୁଦ୍ଧାର ପାଇଁ ୨୦୧୭ ମସିହାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ‘ଓଡ଼ିଶା ମିଲେଟ୍‍ ମିଶନ୍‍’।ଜାତିସଂଘ ଦ୍ୱାରା ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍‍ ବର୍ଷ ଭାବରେ ଘୋଷଣା କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ମିଲେଟ୍‍ ବର୍ଷକୁ ସକ୍ରିୟ ଭାବରେ ପାଳନ କରିବା ସହିତ ମିଲେଟ୍‍ ବ୍ୟବହାରର ପୁନଃମୂଲ୍ୟାୟନ ଦିଗରେ ପଦକ୍ଷେପ ନିଆଯାଇଛି।

ଓଡ଼ିଶା ମିଲେଟ୍‍ ମିଶନ ପକ୍ଷରୁ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ମିଶନ୍‍ ଶକ୍ତି ଅନ୍ତର୍ଗତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ମାଧ୍ୟମରେ ମୂଲ୍ୟଯୁକ୍ତ ଉଦ୍ୟୋଗକୁ ପ୍ରୋତ୍ସାହିତ କରାଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ମିଲେଟ୍‍ ଶକ୍ତି ଆଉଲେଟ୍‌ ଓ କାଫେ ଖୋଲାଯାଉଛି। ୨୦୧୮-୧୯ ରେ ୫ ହଜାର ୭୪୦ ଜଣ ଚାଷୀ ମାଣ୍ଡିଆ ଚାଷ କରୁଥିବା ବେଳେ ୨୦୨୦-୨୧ ରେ ୨୪ ହଜାର ୩୨୪ ଚାଷୀ ମାଣ୍ଡିଆ ଚାଷ କରିଛନ୍ତି। ୨୦୧୮-୧୯ ରେ ୧୮ ହଜାର କୁଇଣ୍ଟାଲ, ୨୦୧୯-୨୦ ରେ ୯୪ ହଜାର କୁଇଣ୍ଟାଲ ଓ ୨୦୨୦-୨୧ ରେ ୧ ଲକ୍ଷ ୯୪ ହଜାର ୪୮୦ କ୍ୱିଣ୍ଟାଲ ମାଣ୍ଡିଆ ଉତ୍ପାଦନ ହୋଇଛି।

09 Nov 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର