ବିଧାନସଭା ମୌସୁମୀ ଅଧିବେଶନ: ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ, ଅପରାହ୍ନ ୧.୧୦ ଯାଏଁ ଗୃହ ମୁଲତବୀ

Madhusudan Das Picture
Published On

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଥିବା ବିଧାନସଭାର ମୌସୁମୀ ଅଧିବେଶନର ପ୍ରଥମ ଦିନରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ପ୍ରଶ୍ନକାଳ ଆରମ୍ଭରୁ ହିଁ ବିରୋଧୀ ଦଳର ସଦସ୍ୟମାନେ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋହଲ୍ଲା କରିବାରୁ ଗୃହକାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଥିଲା। ଏହି କାରଣରୁ କୌଣସି କାର୍ଯ୍ୟ ସମ୍ପାଦନ ହୋଇନପାରିବାରୁ ବାଚସ୍ପତି ଗୃହକୁ ଅପରାହ୍ନ ୧:୧୦ ମିନିଟ୍ ଯାଏଁ ମୁଲତବୀ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଚିକେନ୍ ଦୋକାନୀଙ୍କୁ ହତ୍ୟା, ପୁଅ ଗୁରୁତର

ଏହାପୂର୍ବରୁ ଗୃହକାର୍ଯ୍ୟ ଆରମ୍ଭ ହେବା କ୍ଷଣି ଦିବଂଗତ ନେତା ଏବଂ ନେପାଳ ବନ୍ୟାରେ ପ୍ରାଣ ହରାଇଥିବା ଲୋକଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ, ସୁଶାନ୍ତ ସିଂହ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ସତ୍ୟଭୂଷଣ ସାହୁ, ରାମମୂର୍ତ୍ତି ଗମାଙ୍ଗ, ହାଜି ମହମ୍ମଦ ଆୟୁବ ଖାନ ଏବଂ ଶିବାଜୀ ମାଝୀଙ୍କ ସ୍ମୃତିରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ବିରୋଧୀ ଦଳ ପକ୍ଷରୁ ମଧ୍ୟ ଏହି ପ୍ରସ୍ତାବକୁ ସମର୍ଥନ କରାଯାଇଥିଲା। ସମସ୍ତ ସଦସ୍ୟ ନୀରବ ପ୍ରାର୍ଥନା କରିବା ସହ ଦିବଂଗତ ଆତ୍ମାର ସଦ୍‌ଗତି କାମନା କରିଥିଲେ।

ଆହୁରି ପଢ଼ନ୍ତୁ: ଉତ୍ତର ଆଣ୍ଡାମାନରେ ପଶିଲା ଘୂର୍ଣ୍ଣିବଳୟ; ଆଜି ସନ୍ଧ୍ୟା ସୁଦ୍ଧା ଲଘୁଚାପ ସମ୍ଭାବନା, ୨୨ରୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଶୋକ ପ୍ରସ୍ତାବ ଆଗତ ହେବା ପରେ ଗୃହରେ ପ୍ରଶ୍ନକାଳ ଆରମ୍ଭ ହୋଇଥିଲା। ତେବେ ଏହି ସମୟରେ ବିରୋଧୀ ଦଳର ସଦସ୍ୟମାନେ ହଟ୍ଟଗୋଳ କରିବା ଆରମ୍ଭ କରିଦେଇଥିଲେ। ବିଶେଷ କରି ଏମଏମଡିଆର (MMDR) ସଂଶୋଧନ ବିଲ୍ ଏବଂ ବିଦ୍ୟାଳୟ ପାଠ୍ୟପୁସ୍ତକରେ ଥିବା ତ୍ରୁଟି ସଂଶୋଧନ ଆଦି ପ୍ରସଙ୍ଗ ଉଠାଇ ସେମାନେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିଥିଲେ। ବିରୋଧୀଙ୍କ ଏଭଳି ପ୍ରବଳ ନାରାବାଜି ଓ ଅସହଯୋଗ କାରଣରୁ ଗୃହରେ ସ୍ୱାଭାବିକ କାର୍ଯ୍ୟ ପରିଚାଳନା ସମ୍ଭବ ହୋଇପାରି ନଥିଲା, ଯାହା ଫଳରେ ଗୃହକୁ ମୁଲତବୀ ରଖିବାକୁ ପଡ଼ିଥିଲା।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଫେସବୁକ୍ ଲାଇଭ୍‌କୁ ନେଇ ସଂଘର୍ଷ: ୨ ରାଉଣ୍ଡ ଗୁଳିଚାଳନା, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର