ଓଡ଼ିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି । ବାଚସ୍ପତି ଭାବେ ବିଧାୟିକା ପ୍ରମିଳା ମଲ୍ଲିକ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ଅନ୍ୟ କେହି ନାମାଙ୍କନ ଭରିନଥିବାରୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ଏଥିସହ ଆଜି ବିଧିବଦ୍ଧ ଭାବେ ଦାୟିତ୍ବ ନେଇଛନ୍ତି ପ୍ରମିଳା ମଲ୍ଲିକ । ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ବିଧାନସଭାରେ ସର୍ବସମତି କ୍ରମେ ଏହି ପ୍ରସ୍ତାବ ପାରିତ ହୋଇଥିଲା । ଏଥିସହ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ବିରୋଧୀ ଦଳର ନେତା ମୋହନ ମାଝୀ […]

ଭୁବନେଶ୍ବର: ଓଡ଼ିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି । ବାଚସ୍ପତି ଭାବେ ବିଧାୟିକା ପ୍ରମିଳା ମଲ୍ଲିକ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ଅନ୍ୟ କେହି ନାମାଙ୍କନ ଭରିନଥିବାରୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ଏଥିସହ ଆଜି ବିଧିବଦ୍ଧ ଭାବେ ଦାୟିତ୍ବ ନେଇଛନ୍ତି ପ୍ରମିଳା ମଲ୍ଲିକ । ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ବିଧାନସଭାରେ ସର୍ବସମତି କ୍ରମେ ଏହି ପ୍ରସ୍ତାବ ପାରିତ ହୋଇଥିଲା । ଏଥିସହ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ବିରୋଧୀ ଦଳର ନେତା ମୋହନ ମାଝୀ ଓ କଂଗ୍ରେସ ପକ୍ଷରୁ ନରସିଂହ ମିଶ୍ର ଶୁଭେଚ୍ଛା ଜଣାଇଥିଲେ। ପରେ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହର ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଆହୁରି ପଢ଼ନ୍ତୁ: ନିଜ ବନ୍ଧୁକରେ ନିଜକୁ ଗୁଳି କରି ଆତ୍ମହତ୍ୟା କଲେ ପୋଲିସ କନେଷ୍ଟବଳ !

ବଚସ୍ପତି ପ୍ରମିଳା ମଲ୍ଲିକ  ୧୯୯୦, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ ବିଞ୍ଝାରପୁର ଆସନରୁ ହୋଇଛନ୍ତି ବିଧାୟିକା । ସେ ୧୯୯୦ରେ ପ୍ରଥମେ ଜନତା ଦଳରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ । ୨୦୦୦ ମସିହାରୁ କ୍ରମାଗତ ଭାବେ ସେ ବିଜେଡିରୁ ବିଧାୟିକା ଭାବେ ଜିତିଛନ୍ତି । ବିଭିନ୍ନ ସମୟରେ ସେ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ମନ୍ତ୍ରୀ ଦାୟିତ୍ବରେ ରହିଛନ୍ତି । ୨୦୧୯ରୁ ୨୦୨୨ ପର୍ୟ୍ୟନ୍ତ ସେ ସରକାରୀ ମୁଖ୍ୟ ସଚେତକ ଭାବେ ଦାୟିତ୍ବ ତୁଲାଇଛନ୍ତି । ୨୦୨୨ରେ ତାଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଦାୟିତ୍ବ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ, ବିଦ୍ୟୁତ ସଂଯୋଗ ପାଇଁ ନେଉଥିଲେ ୨୦ ହଜାର ଲାଞ୍ଚ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp