ଜୁନ୍ ୧୩ରେ ରାଜ୍ୟ ବିଧାନସଭାର ବାଚସ୍ପତି ନିର୍ବାଚନ : ଆସନ୍ତା ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ

The Sakala Picture
Published On

ଭୁବନେଶ୍ବର : ଆସନ୍ତା ୧୩ରେ ହେବ ବାଚସ୍ପତି ନିର୍ବାଚନ । ବାଚସ୍ପତି ନିର୍ବାଚନ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବାଚସ୍ପତି ପଦ ପାଇଁ ଆସନ୍ତା ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ପ୍ରାର୍ଥୀପତ୍ର ଦାଖଲ ପରେ ସୋମବାର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ । ତେବେ ଶାସକ ଦଳ ପକ୍ଷରୁ କାହାକୁ ବାଚସ୍ପତି ପ୍ରାର୍ଥୀ କରାଯିବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନଥିବା ବେଳେ ବିଜେଡିର ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ […]

ଭୁବନେଶ୍ବର : ଆସନ୍ତା ୧୩ରେ ହେବ ବାଚସ୍ପତି ନିର୍ବାଚନ । ବାଚସ୍ପତି ନିର୍ବାଚନ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବାଚସ୍ପତି ପଦ ପାଇଁ ଆସନ୍ତା ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ପ୍ରାର୍ଥୀପତ୍ର ଦାଖଲ ପରେ ସୋମବାର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ । ତେବେ ଶାସକ ଦଳ ପକ୍ଷରୁ କାହାକୁ ବାଚସ୍ପତି ପ୍ରାର୍ଥୀ କରାଯିବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନଥିବା ବେଳେ ବିଜେଡିର ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ପରବର୍ତ୍ତୀ ବାଚସ୍ପତି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ଆହୁରି ପଢ଼ନ୍ତୁ: ଓଇଆରସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ କୁମାର ଜେନା

ସୂଚନାଯୋଗ୍ୟ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଇସ୍ତଫା ପରେ ବାଚସ୍ପତି ପଦ ଖାଲି ପଡିଥିଲା । ଗତ ୪ ତାରିଖ ଦିନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ଇସ୍ତଫା ଦେଇଥିଲେ। ସୂର୍ଯ୍ୟଙ୍କ ସ୍ଥାନରେ ପୂର୍ବତନ ମନ୍ତ୍ରୀ ବିକ୍ରମ ଆରୁଖଙ୍କୁ ବିଜେଡି ବାଚସ୍ପତି ପ୍ରାର୍ଥୀ କରିପାରେ ବୋଲି ଏକପ୍ରକାର ସ୍ଥିର ହୋଇଥିବା ଚର୍ଚ୍ଚା ହେଉଛି । ପୂର୍ବରୁ ବିକ୍ରମ ଆରୁଖ ସଂସଦୀୟ ବ୍ୟାପର ସହ ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ଥିଲେ। ଅଭିଜ୍ଞତା ଦୃଷ୍ଟିରୁ ତାଙ୍କୁ ଏହି ପଦ ମିଳିପାରେ ବୋଲି ଚର୍ଚ୍ଚା ହେଉଛି।

ଆହୁରି ପଢ଼ନ୍ତୁ: ୪ ଦିନ ହେଲା ଲାଇନ ନଥିଲା, ତାତିଲେ ଲୋକେ; ମରାମତି ପାଇଁ ଆସିଥିବା କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଦେଲେ

08 Jun 2022 By The Sakala

ଜୁନ୍ ୧୩ରେ ରାଜ୍ୟ ବିଧାନସଭାର ବାଚସ୍ପତି ନିର୍ବାଚନ : ଆସନ୍ତା ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ

ଭୁବନେଶ୍ବର : ଆସନ୍ତା ୧୩ରେ ହେବ ବାଚସ୍ପତି ନିର୍ବାଚନ । ବାଚସ୍ପତି ନିର୍ବାଚନ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବାଚସ୍ପତି ପଦ ପାଇଁ ଆସନ୍ତା ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ପ୍ରାର୍ଥୀପତ୍ର ଦାଖଲ ପରେ ସୋମବାର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ । ତେବେ ଶାସକ ଦଳ ପକ୍ଷରୁ କାହାକୁ ବାଚସ୍ପତି ପ୍ରାର୍ଥୀ କରାଯିବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନଥିବା ବେଳେ ବିଜେଡିର ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ପରବର୍ତ୍ତୀ ବାଚସ୍ପତି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଇସ୍ତଫା ପରେ ବାଚସ୍ପତି ପଦ ଖାଲି ପଡିଥିଲା । ଗତ ୪ ତାରିଖ ଦିନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ଇସ୍ତଫା ଦେଇଥିଲେ। ସୂର୍ଯ୍ୟଙ୍କ ସ୍ଥାନରେ ପୂର୍ବତନ ମନ୍ତ୍ରୀ ବିକ୍ରମ ଆରୁଖଙ୍କୁ ବିଜେଡି ବାଚସ୍ପତି ପ୍ରାର୍ଥୀ କରିପାରେ ବୋଲି ଏକପ୍ରକାର ସ୍ଥିର ହୋଇଥିବା ଚର୍ଚ୍ଚା ହେଉଛି । ପୂର୍ବରୁ ବିକ୍ରମ ଆରୁଖ ସଂସଦୀୟ ବ୍ୟାପର ସହ ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ଥିଲେ। ଅଭିଜ୍ଞତା ଦୃଷ୍ଟିରୁ ତାଙ୍କୁ ଏହି ପଦ ମିଳିପାରେ ବୋଲି ଚର୍ଚ୍ଚା ହେଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର