ଭୁବନେଶ୍ଵର: ବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଉପସ୍ଥାପନା କରିଛନ୍ତି । ଏଥର ରାଜ୍ୟ ବଜେଟରେ ୨ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେପଟେ କିଛି ନୂତନ ଯୋଜନା ଲାଗୁ କରିବା ସହ କିଛି ପୁରୁଣା ଯୋଜନାର ନାମ ବଦଳାଇଛନ୍ତି ମୁଖ୍ୟମନ୍ତ୍ରୀ ।
ସେପଟେ ରାଜ୍ୟ ବଜେଟକୁ ନେଇ ଡବଲ ଇଂଜିନ ଡବଲ ନୈରାଶ୍ୟ ବୋଲି କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ ପଟ୍ଟନାୟକ କହିଛନ୍ତି ଯେ, ଡବଲ୍ ଇଞ୍ଜିନ ସରକାର ଦୁଇଗୁଣ ନିରାଶ କରିଛି । ମୋ’ ସରକାର ସମୟର ୪୦ଟି ଯୋଜନାର ନାଁ ପରିବର୍ତ୍ତନ କରାଯାଇଛି । କେଉଁ କେଉଁ ଯୋଜନାର ନାମ ବଦଳାଯାଇଛି ପରେ କହିବି । ଅନୁଶୀଳନ ପରେ ବିସ୍ତୃତ ପ୍ରତିକ୍ରିୟା ରଖିବି ବୋଲି କହିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ ।