୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର : ସହରାଞ୍ଚଳରେ ବିଦ୍ୟୁତ ସେବା ପାଇଁ ନୂଆ ଯୋଜନା, ଆମ ହସ୍ପିଟାଲ ଯୋଜନାକୁ ମଞ୍ଜୁରୀ

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟ ବୈଠକରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ଲାଭ କରିଛି। କ୍ୟାବିନେଟ ବୈଠକରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ୫ଟି ଉପକ୍ରମରେ ନୂଆ ଯୋଜନା ଆମ ହସ୍ପିଟାଲକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ପ୍ରଦାନ କରିଛି। ସେହିପରି ରାଜ୍ୟର ସହରାଞ୍ଚଳରେ ଉତ୍ତମ ବିଦ୍ୟୁତ ସେବା ପାଇଁ ସରକାର ନୂଆ ଯୋଜନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ କାର୍ଯ୍ୟକ୍ରମ ଅଧୀନରେ […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟ ବୈଠକରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ଲାଭ କରିଛି। କ୍ୟାବିନେଟ ବୈଠକରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ୫ଟି ଉପକ୍ରମରେ ନୂଆ ଯୋଜନା ଆମ ହସ୍ପିଟାଲକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ପ୍ରଦାନ କରିଛି। ସେହିପରି ରାଜ୍ୟର ସହରାଞ୍ଚଳରେ ଉତ୍ତମ ବିଦ୍ୟୁତ ସେବା ପାଇଁ ସରକାର ନୂଆ ଯୋଜନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ କାର୍ଯ୍ୟକ୍ରମ ଅଧୀନରେ କାମ କରିବ ନୂଆ ଯୋଜନା SCRIPS। ଶକ୍ତି ବିଭାଗର ଏହି ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟ୍ ଅନୁମୋଦନ ପ୍ରଦାନ କରିଛି।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ସେହିପରି ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ଆଉ ପାଦେ ଆଗେଇଛି। କାରଣ ଆଜି କଟକ-ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ରିପୋର୍ଟକୁ କ୍ୟାବିନେଟ୍ ମୋହର ମାରିଛି। ମେଟ୍ରୋ ରେଳ ପ୍ରକଳ୍ପ ଡିପିଆର୍‌କୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇଛି। ଫେଜ୍-୧ ଡିପିଆର୍‌ରେ ୫ହଜାର ୯୨୯ କୋଟି ୩୮ ଲକ୍ଷ ଟଙ୍କାର ବ୍ୟୟ ଅଟକଳକୁ ମଞ୍ଜୁରୀ ମିଳିଛି। ଫେଜ୍-୧ ଭୁବନେଶ୍ୱର ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ଗଡିବ। ପ୍ରଥମ ପର୍ଯ୍ୟାୟ କାମ ୪ ବର୍ଷ ମଧ୍ୟରେ ସାରିବାକୁ ଲକ୍ଷ୍ୟ  ରଖାଯାଇଛି। ଏୟାରପୋର୍ଟରୁ ତ୍ରିଶୁଳିଆ ମଧ୍ୟରେ ମୋଟ ୨୦ ଷ୍ଟେସନ ରହିବ। ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପୂରା ଓଭରବ୍ରିଜ୍‌ ଉପରେ ସମସ୍ତ ଷ୍ଟେସନ ଓ ରେଳ ଧାରଣା ରହିବ। ଏଥି ସହିତ ଅତ୍ୟାଧୁନିକ କୋଚ୍, ଟିକେଟ ଓ ସିଗ୍ନାଲ ବ୍ୟବହାର କରାଯିବ। ଦିଲ୍ଲୀ ମେଟ୍ରୋ ରେଳ ନିଗମ ଦ୍ବାରା ନିର୍ମାଣ କାମ ପାଇଁ ନିଷ୍ପତ୍ତି ହୋଇଛି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଅନ୍ୟପଟେ ଆଜିର କ୍ୟାବିନେଟ ବୈଠକରେ ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଜାନିବିଲି ଗାଁ ନିକଟ ଋଶିକୁଲ୍ୟା ନଦୀରେ ବ୍ୟାରେଜ୍ ନିର୍ମାଣ କରିବା ପାଇଁ ନିଷ୍ପତ୍ତି ହୋଇଛି। ୫ବର୍ଷ ଭିତରେ ଏହି ବହୁମୁଖୀ ପ୍ରକଳ୍ପ ନିର୍ମାଣ ହେବ। ଏଥିରେ ବିଦ୍ୟୁତ ଶକ୍ତି ଉତ୍ପାଦନ ସହିତ ରାସ୍ତା ସଂଯୋଗୀକରଣ ପାଇଁ ଲକ୍ଷ୍ୟ ରଖାଯାଇଛି । ସେହିପରି ବ୍ରହ୍ମପୁରରେ ପ୍ରସ୍ତାବିତ ରିଂ ରୋଡକୁ କ୍ୟାବିନେଟ୍ ଗ୍ରୀନ୍ ସିଗନାଲ ଦେଇଛି।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର