ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍ ବୈଠକରେ ଆଜି ୬ଟି ବିଭାଗର ୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସରକାର କୃଷି, ଅର୍ଥ, ସ୍ବାସ୍ଥ୍ୟ, ପରିବହନ, ସଂସ୍କୃତି ଓ ସମବାୟ ବିଭାଗରୁ ଏହି ପ୍ରସ୍ତାବଗୁଡ଼ିକୁ ଅନୁମୋଦନ ଦେଇଛନ୍ତି। କ୍ୟାବିନେଟ୍ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ବିଭିନ୍ନ ଜିଲ୍ଲାରେ ୩୮ଟି ଆଧୁନିକ ମଣ୍ଡି ଖୋଲିବେ। କ୍ୟାବିନେଟ୍ରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ମଣ୍ଡିଗୁଡ଼ିକରେ ଚାଷୀମାନଙ୍କ ପାଇଁ ବିଭିନ୍ନ ପ୍ରକାରର ସୁବିଧା ରହିବ। ବିଶ୍ରାମ, ପାନୀୟଜଳ, ଶୌଚାଳୟ, ପାର୍କିଂ ଇତ୍ୟାଦି ଏଥିରେ ସାମିଲ ରହିଛି। ଏହା ଦ୍ବାରା ଚାଷୀମାନଙ୍କୁ ଭଲ ସୁବିଧା ମିଳିବ। ଏହି ପ୍ରକଳ୍ପରେ ମୋଟ୍ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥି ପାଇଁ ଆରଏମ୍ସି ୧୫୦ କୋଟି ଟଙ୍କା ଖର୍ଚ୍ଚ କରିବ ଏବଂ ରାଜ୍ୟ ସରକାର ୧୫୦ ଟଙ୍କା ଖର୍ଚ୍ଚ ଦେବେ।
ଆଉ ୮ଟି ସରକାରୀ ନର୍ସିଂ କଲେଜ ପ୍ରତିଷ୍ଠା ହେବ। ଓଡ଼ିଶା ନର୍ସିଂ ଏଜୁକେସନ ସର୍ଭିସ୍ ରୁଲ୍ ୨୦୨୫କୁ ମଧ୍ୟ ମଞ୍ଜୁରୀ ମିଳିଛ। ସମ୍ବଲପୁରରେ ୨୪ ଘଣ୍ଟିଆ ପାଣି ପ୍ରକଳ୍ପକୁ ମଧ୍ଯ ଅନୁମୋଦନ ମିଳଥିବା ଜଣାପଡ଼ିଛି।