ବର୍ଷର ଶେଷ କ୍ୟାବିନେଟ ବୈଠକରେ ୧୩ ପ୍ରସ୍ତାବ ଉପରେ ଲାଗିଲା ମୋହର : ସିଭିଲ୍ ସର୍ଭିସ ବୟସ ସୀମା ୩୨ରୁ ୩୮କୁ ବୃଦ୍ଧି
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା ବସିଥିବା ଚଳିତ ବର୍ଷର ଶେଷ କ୍ୟାବିନେଟ୍ ବୈଠକ ଶେଷ ହୋଇଛି। ବର୍ଷର ଶେଷ କ୍ୟାବିନେଟ ବୈଠକରେ ୧୦ ବିଭାଗର ୧୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ୟାବିନେଟ୍ ନିଷ୍ପତ୍ତି ଅନୁସାରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସ ସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ପରୀକ୍ଷା ପାଇଁ ବୟସ ସୀମା ୩୨ ବର୍ଷ ଥିଲା। ଏବେ ଏହାକୁ ୬ ବର୍ଷ ବୃଦ୍ଧି କରାଯାଇଛି। ଅର୍ଥାତ ପ୍ରାର୍ଥୀମାନେ ଆଗାମୀ ଦିନରେ […]
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା ବସିଥିବା ଚଳିତ ବର୍ଷର ଶେଷ କ୍ୟାବିନେଟ୍ ବୈଠକ ଶେଷ ହୋଇଛି। ବର୍ଷର ଶେଷ କ୍ୟାବିନେଟ ବୈଠକରେ ୧୦ ବିଭାଗର ୧୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି।
କ୍ୟାବିନେଟ୍ ନିଷ୍ପତ୍ତି ଅନୁସାରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସ ସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ପରୀକ୍ଷା ପାଇଁ ବୟସ ସୀମା ୩୨ ବର୍ଷ ଥିଲା। ଏବେ ଏହାକୁ ୬ ବର୍ଷ ବୃଦ୍ଧି କରାଯାଇଛି। ଅର୍ଥାତ ପ୍ରାର୍ଥୀମାନେ ଆଗାମୀ ଦିନରେ ୩୮ ବର୍ଷ ବୟସ ପର୍ଯ୍ୟନ୍ତ ସଭିଲ ସର୍ଭିସ ଦେଇପାରିବେ। ଏଥି ସହିତ ପବ୍ଲିକ ହେଲଥ ଫାଉଣ୍ଡେସନ ଅଫ୍ ଇଣ୍ଡିଆକୁ ଜମି ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର । ରାଜ୍ୟର ଗମନା ଗମନକୁ ଆହୁରି ସୁଗମ କରିବାକୁ ରାଜ୍ୟ ସରକାର ପୁଣି ୨୦୦ଟି ଇଲେକ୍ଟିକ୍ ବସ ଚଳାଇବା ନେଇ କ୍ୟାବିନେଟରେ ପ୍ରସ୍ତାବ ପାରିତ ହୋଇଛି । ଏହି ବସ୍ ଗୁଡିକ ଭୁବନେଶ୍ୱର ସମେତ ଅନ୍ୟ କିଛି ଜିଲ୍ଲାରେ ଗଡିବ । ରାଜ୍ୟ ସରକାର ନଗର ଉନ୍ନୟନ ବିଭାଗରେ ୩୬୫ଟି ଜୁନିଅର ଇଞ୍ଜିନିୟର ପଦବି ସୃଷ୍ଟି କରିଛନ୍ତି। ଏଥି ସହିତ ସହରାଞ୍ଚଳରେ ଏଲଇଡି ଲାଇଟ୍ ପାଇଁ ୧୧୨ କୋଟି ୧୮ ଲକ୍ଷ ଟଙ୍କା ଅନୁମୋଦନ ଦେଇଛନ୍ତି ।
ସେହିପରି କ୍ୟାବିନେଟ୍ ବୈଠକରେ ମୁଖ୍ୟ ଶାସନ ସଚିବ କହିଛନ୍ତି, ଜଗନ୍ନାଥ ସଂସ୍କୃତିର ପ୍ରଚାରପ୍ରସାର ପାଇଁ ଗ୍ରାମାଞ୍ଚଳରେ ଜନସାଧାରଣଙ୍କୁ ସାମିଲ କରାଯିବ। ଜାନୁଆରି ୫ରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ୩୧୪ଟି ବ୍ଲକର ସବୁ ପଞ୍ଚାୟତରେ ଘରକୁ ଘର ଯାଇ ଗୁଆ ଚାଉଳ ସଂଗ୍ରହ କରିବା ସହ ଜଗନ୍ନାଥ ରଥ ବୁଲିବ। ପ୍ରତ୍ୟେକ ପଞ୍ଚାୟତରୁ ସଂଗୃହୀତ ହେଲା ପରେ ବ୍ଲକର ଏକ ମନ୍ଦିରରେ ରଖାଯିବ। ପ୍ରତ୍ୟେକ ପଞ୍ଚାୟତରୁ ଲୋକେ ପୁରୀ ଆସିବେ ଓ ପରିକ୍ରମା ପ୍ରକଳ୍ପରେ ସାମିଲ ହେବେ। ପଞ୍ଚାୟତରେ ଏଲ୍ଇଡି ମାଧ୍ୟମରେ ପରିକ୍ରମା ପ୍ରକଳ୍ପର ଟେଲିକାଷ୍ଟ କରାଯିବ। ଏଥିରେ ୧୫୬ କୋଟି ଟଙ୍କା ବ୍ୟୟ ହେବ। ୧୭ ତାରିଖ ପରେ ପ୍ରତ୍ୟେକ ବ୍ଲକରୁ ବଛାବଛା ଲୋକଙ୍କୁ ପୁରୀ ଆଣି ଜଗନ୍ନାଥ ଦର୍ଶନ ସହ ପରିକ୍ରମା ପ୍ରକଳ୍ପ ଦେଖାଯିବ।
ଅନ୍ୟପଟେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ମଧ୍ୟ ବ୍ୟାପକ କରିବାକୁ ନିଷ୍ପତ୍ତି ହୋଇଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ଗ୍ରାମାଞ୍ଚଳରେ ସଚେତନତା କରିବା ପାଇଁ କାର୍ଯ୍ୟକ୍ରମ ହେବ। ୬୭୯୪ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲିବ। ପଞ୍ଚାୟତରେ ବୈଠକ ହେବ, ଏହି ବୈଠକରେ ସମସ୍ତ ଅଧିକାରୀ ଓ ଜନସାଧାରଣ ଯୋଗଦେବେ। ଅଞ୍ଚଳରେ ଭଲ କାମ କରିଥିବା ବ୍ୟକ୍ତିଙ୍କୁ ପୁରସ୍କୃତ କରାଯିବ। ପଞ୍ଚାୟତର ସାମଗ୍ରିକ ବିକାଶର ଫିଲ୍ମ ତିଆରି ହେବ। ପ୍ରତ୍ୟେକ ପଞ୍ଚାୟତକୁ ୩ ଲକ୍ଷ ଟଙ୍କା ଦିଆଯିବ। ଏଥି ପାଇଁ ୨୦୪ କୋଟି ଟଙ୍କାଖର୍ଚ୍ଚ ହେବ ବୋଲି କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ହୋଇଛି।

About The Author