ଓଡ଼ିଶା ସିଭିଲ୍ ସର୍ଭିସ ୨୦୨୧ ଫଳ ପ୍ରକାଶ ଉପରେ ଅନ୍ତରୀଣ ଅଙ୍କୁଶ

କଟକ: ଓଡିଶା ସିଭିଲ ସର୍ଭିସ ୨୦୨୧ ର ଫଳ ପ୍ରକାଶ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ। ଚୟନ ପ୍ରକ୍ରିୟା ଜାରି ରହିଲେ ବି କୋର୍ଟଙ୍କ ବିନାନୁମତିରେ ଫଳ ପ୍ରକାଶ ନ କରିବାକୁ ଓଡ଼ିଶା ଲୋକସେବା ଆୟୋଗକୁ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ। ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀ ସତୀଶ କୁମାର ପାଣିଗ୍ରାହୀଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣୀ ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ।

About The Author: The Sakala