ମଧ୍ୟପ୍ରଦେଶରେ ଭାସିଯାଇ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ବିରୋଧୀ ଦଳ ନେତା

Madhusudan Das Picture
Published On

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏହି ଅଭାବନୀୟ ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଆନ୍ତରିକ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, 'ମଧ୍ୟପ୍ରଦେଶରେ ଏକ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ପ୍ରାଣ ହରାଇବା ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କର ସଦ୍‌ଗତି କାମନା କରୁଛି ।' ​

ଆହୁରି ପଢ଼ନ୍ତୁ: ଅଗ୍ନିଶମ କେନ୍ଦ୍ରରେ ହାଇଡ୍ରାମା: ବରିଷ୍ଠ ଅଧିକାରୀଙ୍କ ନିର୍ଯାତନା ଅଭିଯୋଗ କରି ଛାତ ଉପରକୁ ଚଢ଼ିଲେ କର୍ମଚାରୀ

ଘଟଣା ସମ୍ପର୍କରେ ମଧ୍ୟପ୍ରଦେଶ ସରକାର ତଥା ସ୍ଥାନୀୟ ପ୍ରଶାସନ ସହିତ ନିରନ୍ତର ସମନ୍ୱୟ ରକ୍ଷା କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛି। ଉଦ୍ଧାର ଓ ବ୍ୟବଚ୍ଛେଦ ପ୍ରକ୍ରିୟା ତ୍ୱରାନ୍ୱିତ କରିବା ସହ ପାର୍ଥିବ ଶରୀରକୁ ସସମ୍ମାନେ ଓଡ଼ିଶା ଫେରାଇ ଆଣିବା ଲାଗି ସମସ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଛି । ସମସ୍ତ ପାର୍ଥିବ ଶରୀରକୁ ବିମାନରେ ଅଣାଯିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ପୁଣି ଅଶାନ୍ତ ରାଜଧାନୀ; ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ମଧ୍ୟପ୍ରଦେଶରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ଦୁଃଖପ୍ରକାଶ କରିଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ସଭିଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ନବୀନ ।

ଆହୁରି ପଢ଼ନ୍ତୁ: ଆସିକା ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ଘଟଣାରେ ବିଧାୟକଙ୍କ ପୁଅଙ୍କୁ ତୁରନ୍ତ ଗିରଫ କରାଯାଉ: ବିଜେଡି

ସୂଚନାଯୋଗ୍ୟ, ମଧ୍ୟପ୍ରଦେଶରେ କେନାଲରେ କାର୍ ଭାସିଯାଇ ମୃତ୍ୟୁ ହୋଇଥିବା ୭ ଓଡ଼ିଆ ଭୁବନେଶ୍ବର ଜୟଦେବବିହାର ଅଞ୍ଚଳର । ଏମାନେ ସମସ୍ତେ ମଧ୍ୟପ୍ରଦେଶର ପ୍ରସିଦ୍ଧ ବଗଳାମୁଖୀ ମନ୍ଦିର ଦର୍ଶନ ପାଇଁ ଯାଉଥିଲେ । ନଲଖେଡା ଥାନା ଅନ୍ତର୍ଗତ ଅଞ୍ଚଳରେ ପ୍ରବଳ ବର୍ଷା ହେତୁ ରାସ୍ତା କଡ଼ରେ ଥିବା ଏକ ନାଳ ପାଣିରେ ଭର୍ତ୍ତି ହୋଇ ଯାଇଥିଲା । ଭୋର ସମୟରେ ନିୟନ୍ତ୍ରଣ ହରାଇ ସେମାନଙ୍କ କାର୍ ନାଳ ଭିତରକୁ ଖସିପଡ଼ିଥିଲା । ଘଟଣା ସମ୍ପର୍କରେ ଖବର ପାଇ ନଲଖେଡା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ବହୁ ପରିଶ୍ରମ ପରେ ପୋଲିସ ସମସ୍ତ ୮ ଜଣଙ୍କ ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଇଛି । ପୋଲିସ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର