ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ଶେଷକୃତ୍ୟ

The Sakala Picture
Published On

ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ। ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ। ପରିବେଶର ସୁରକ୍ଷା ପାଇଁ ତାଙ୍କର ଅମୂଲ୍ୟ […]

ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ। ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ। ପରିବେଶର ସୁରକ୍ଷା ପାଇଁ ତାଙ୍କର ଅମୂଲ୍ୟ ଅବଦାନ ରାଜ୍ୟ ଓ ଦେଶ କେବେ ଭୁଲି ପାରିବ ନାହିଁ। ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସ୍ବର୍ଗତ ପୂଜାରୀଙ୍କ ପୁଅ ଟଙ୍କଧର ପୂଜାରୀଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇ ଶାନ୍ତ୍ବନା ଦେଇଛନ୍ତି। ଏଥିସହ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସ୍ବର୍ଗତ ପୂଜାରୀଙ୍କ ଶେଷକୃତ୍ୟ ସଂପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର