ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Madhusudan Das Picture
Published On

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିବସ । ଏହି ବିଶେଷ ଅବସରରେ ସମଗ୍ର ଦେଶରେ ବିଭିନ୍ନ ଉତ୍ସବ ସହ 'ଆଶୀର୍ବାଦ' ଦୀପ ପ୍ରଜ୍ଜ୍ୱଳନ ଭଳି ବହୁ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ସୋସିଆଲ ମିଡିଆ ପୋଷ୍ଟ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। 

ଆହୁରି ପଢ଼ନ୍ତୁ: ଏରସମା ଶିଆଳି ବେଳାଭୂମି ନିକଟରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ନେଇଗଲେ ଦୁବୃର୍ତ୍ତ

ନିଜ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପ୍ରଧାନମନ୍ତ୍ରୀଙ୍କୁ 'ବିକଶିତ ଭାରତ'ର ସ୍ୱପ୍ନଦ୍ରଷ୍ଟା, ଜଣେ ପ୍ରେରଣାଦାୟୀ ଜନନାୟକ ତଥା କୋଟି କୋଟି ଭାରତୀୟଙ୍କ ଆତ୍ମସମ୍ମାନର ପ୍ରତୀକ ଭାବେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ରୂପାନ୍ତରଣକାରୀ ଦୂରଦୃଷ୍ଟି ଏବଂ ଓଡ଼ିଶା ପ୍ରତି ତାଙ୍କର ଅତୁଟ ଭଲପାଇବା ଏକ ଶକ୍ତିଶାଳୀ, ଆତ୍ମନିର୍ଭରଶୀଳ ଓ ସମୃଦ୍ଧ ରାଜ୍ୟ ଗଠନ ଦିଗରେ ନିରନ୍ତର ଉତ୍ସାହ ଯୋଗାଉଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ବିରୂପା ନଦୀକୁ ଡେଇଁଲେ ଦମ୍ପତି, ସ୍ତ୍ରୀ ଉଦ୍ଧାର ଓ ସ୍ୱାମୀ ନିଖୋଜ

ଜନସେବା ପ୍ରତି ମୋଦୀଙ୍କ ସମର୍ପିତ ଜୀବନ ସାଧାରଣ ଲୋକଙ୍କ କଲ୍ୟାଣ ତଥା ନିଷ୍ଠାର ସହ ଦେଶର ସେବା କରିବା ପାଇଁ ସମସ୍ତଙ୍କୁ ଅନୁପ୍ରାଣିତ କରିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଏପ୍ରିଲ ମାସରେ ଖୋଲିବ 'ସୁଭଦ୍ରା' ପୋର୍ଟାଲ, ୨୧ ବର୍ଷ ହୋଇଥିଲେ କରିପାରିବେ ଆବେଦନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର