ରାଜ୍ୟରେ ୩ ହଜାର ମୋ ସେବା କେନ୍ଦ୍ର ଓ ଓଡ଼ିଶାଓ୍ୱାନ୍ ପୋର୍ଟାଲ ଲୋକାର୍ପିତ

The Sakala Picture
Published On

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୫ ତମ ଜନ୍ମ ଜୟନ୍ତୀ ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ ଓଡ଼ିଶାଓ୍ୱାନ୍ ପୋର୍ଟାଲ ଲୋକାର୍ପିତ କରିଛନ୍ତି । ଏହି କାର୍ଯ୍ଯକ୍ରମରେ ମୁଖ୍ୟମନ୍ତ୍ରୀ  ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୂଳମନ୍ତ୍ର। ଗଣତନ୍ତ୍ରରେ ଲୋକେ ହେଉଛନ୍ତି ମାଲିକ। ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ସହିତ ବ୍ୟବସ୍ଥାରେ […]

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୫ ତମ ଜନ୍ମ ଜୟନ୍ତୀ ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ ଓଡ଼ିଶାଓ୍ୱାନ୍ ପୋର୍ଟାଲ ଲୋକାର୍ପିତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଗୁଜରାଟରୁ ଆସିଲେ ୧୪ଟି ବିଦେଶୀ ପ୍ରଜାତିର ୫୮ଟି ବନ୍ୟଜନ୍ତୁ

ଏହି କାର୍ଯ୍ଯକ୍ରମରେ ମୁଖ୍ୟମନ୍ତ୍ରୀ  ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୂଳମନ୍ତ୍ର। ଗଣତନ୍ତ୍ରରେ ଲୋକେ ହେଉଛନ୍ତି ମାଲିକ। ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ସହିତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ।

ଆହୁରି ପଢ଼ନ୍ତୁ: ମାଲକାନଗିରିରେ ଲଗାଣ ବର୍ଷା: ଜଳମଗ୍ନ ପୋଲ, ବିଚ୍ଛିନ୍ନ ହେଲା ଯୋଗାଯୋଗ

ମୁଖ୍ୟମନ୍ତ୍ରୀ କହିଛନ୍ତି ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଗୋଟିଏ ମୋ ସେବାକେନ୍ଦ୍ର ଖୋଲାଯିବ। ଏହାଦ୍ୱାରା ୮୦୦୦ ଯୁବକ ଯୁବତୀ ଆତ୍ମ ନିଯୁକ୍ତିର ସୁଯୋଗ ପାଇବେ । ସେହିପରି ସହରବାସୀ ତଥା କମ୍ପୁଟର ଜାଣିଥିବା ଲୋକମାନଙ୍କ ପାଇଁ ଓଡ଼ିଶାଓ୍ୱାନ୍ ପୋର୍ଟାଲ ସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆହୁରି ପଢ଼ନ୍ତୁ: ଶ୍ମଶାନକୁ ଯିବା ପାଇଁ ନାହିଁ ରାସ୍ତା, ଶବ ସତ୍କାର କରିବାକୁ ଉଛୁଳା ନଈ ପାର୍ ହେଉଛନ୍ତି ସମ୍ପର୍କୀୟ

ଏହି ଦୁଇ କାର୍ଯ୍ଯକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ତଥା ସେବାର ଗୁଣାତ୍ମକ ମାନ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତୀଙ୍କ ସଚିବ (୫ଟି) ଭି.କେ.ପାଣ୍ଡିଆନ୍ କାର୍ଯ୍ଯକ୍ରମ ସଂଚାଳନ କରିଥିଲା ବେଳେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ସଚିବ ମନୋଜ ମିଶ୍ର କାର୍ଯ୍ଯକ୍ରମ ସଂପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ । ଏହି କାର୍ଯ୍ଯକ୍ରମରେ ବିଭିନ୍ନ ସ୍ଥାନରେ ସ୍ଥାନୀୟ ସାଂସଦ ଓ ବିଧାୟକମାନଙ୍କ ସମେତ ବିଭାଗୀୟ ଉପଦେଷ୍ଟା ଅନୁଭବ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର