ମନୋରଞ୍ଜନ
ମୁଖ୍ୟମନ୍ତ୍ରୀଙ୍କ ମହାନତା : କୋଭିଡରୋଗୀଙ୍କ ଚିକିତ୍ସା ପାଇଁ ମୁମ୍ବାଇ ଓଡ଼ିଶା ଭବନରେ ଡାକ୍ତର ମାନଙ୍କ ରହଣି ବାବଦ ଦେୟ ଛାଡ
ଭୁବନେଶ୍ୱର : କୋଭିଡ ରୋଗୀଙ୍କ ଚିକିତ୍ସା କରୁଥିବା ନଭୀ ମୁମ୍ୱାଇ ମହାନଗର ନିଗମର ଡାକ୍ତର ଓ ନର୍ସ ମାନଙ୍କ ମୁମ୍ୱାଇ ସ୍ଥିତ ଓଡ଼ିଶା ଭବନରେ ରହୁଣୀ ବାବଦ 61 ଲକ୍ଷ 5 ହଜାର ଟଙ୍କା ଦେୟକୁ ଓଡ଼ିଶା ସରକାର ଛାଡ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ଦେୟ ଛାଡ଼ କରାଯାଇଛି। ୨୦୨୧ ଏପ୍ରିଲ୍ ୧୨ ତାରିଖ ଠାରୁ ୨୦୨୧ ନଭେମ୍ବର ୨୭ ପର୍ଯ୍ୟନ୍ତ ଓଡ଼ିଶା ଭବନର ଚତୁର୍ଥ ମହଲାରେ ୮ ଟି ରୁମ୍ […]
ଭୁବନେଶ୍ୱର : କୋଭିଡ ରୋଗୀଙ୍କ ଚିକିତ୍ସା କରୁଥିବା ନଭୀ ମୁମ୍ୱାଇ ମହାନଗର ନିଗମର ଡାକ୍ତର ଓ ନର୍ସ ମାନଙ୍କ ମୁମ୍ୱାଇ ସ୍ଥିତ ଓଡ଼ିଶା ଭବନରେ ରହୁଣୀ ବାବଦ 61 ଲକ୍ଷ 5 ହଜାର ଟଙ୍କା ଦେୟକୁ ଓଡ଼ିଶା ସରକାର ଛାଡ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ଦେୟ ଛାଡ଼ କରାଯାଇଛି।
ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା
୨୦୨୧ ଏପ୍ରିଲ୍ ୧୨ ତାରିଖ ଠାରୁ ୨୦୨୧ ନଭେମ୍ବର ୨୭ ପର୍ଯ୍ୟନ୍ତ ଓଡ଼ିଶା ଭବନର ଚତୁର୍ଥ ମହଲାରେ ୮ ଟି ରୁମ୍ ଓ ଗୋଟିଏ dormitory ରେ ନଭୀ ମୁମ୍ୱାଇ ମହାନଗରର ଡାକ୍ତର ଓ ନର୍ସଙ୍କ ମାନେ ଦୀର୍ଘ ୭ ମାସରୁ ଅଧିକ ସମୟ ରହି କରୋନା ଚିକିତ୍ସା କରୁଥିଲେ। ଓଡ଼ିଶା ସରକାର ବର୍ତମାନ ଏହା ବାବଦ ଦେୟ ଛାଡ଼ କରିଛନ୍ତି। ସୂଚନାଯୋଗ୍ୟ ପୂର୍ବରୁ ପ୍ରଥମ ଲହରୀ ସମୟରେ ମଧ୍ୟ ନବୀ ମୁମ୍ୱାଇ ମହାନଗର ନିଗମର ୨ କୋଟି ୧୬ ହଜାର ଟଙ୍କା ଛାଡ କରାଯାଇଥିଲା।






