ରାଷ୍ଟ୍ରପତି ନିର୍ବାଚନ: ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ନାହିଁ ରାଜ୍ୟ କଂଗ୍ରେସ

The Sakala Picture
Published On

ଭୁବନେଶ୍ବର: ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ତଥା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ନାହିଁ ରାଜ୍ୟ କଂଗ୍ରେସ । ଓଡ଼ିଶା କଂଗ୍ରେସ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେବନି କିମ୍ବା ସମର୍ଥନ କରିବନି ବୋଲି ସ୍ପଷ୍ଟ କରିଛନ୍ତି ଓଡ଼ିଶା କଂଗ୍ରେସ ଦଳ ବିଧାୟକ ନେତା ନରସିଂହ ମିଶ୍ର। ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ହେବାର ପ୍ରାୟ ୪୮ ଘଣ୍ଟା ପରେ ଆଜି ରାଜ୍ୟ କଂଗ୍ରେସ ଆଭିମୁଖ୍ୟ ସ୍ପଷ୍ଟ କରିଛି। ଆଶା ଥିଲା […]

ଭୁବନେଶ୍ବର: ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ତଥା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ନାହିଁ ରାଜ୍ୟ କଂଗ୍ରେସ । ଓଡ଼ିଶା କଂଗ୍ରେସ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେବନି କିମ୍ବା ସମର୍ଥନ କରିବନି ବୋଲି ସ୍ପଷ୍ଟ କରିଛନ୍ତି ଓଡ଼ିଶା କଂଗ୍ରେସ ଦଳ ବିଧାୟକ ନେତା ନରସିଂହ ମିଶ୍ର। ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ହେବାର ପ୍ରାୟ ୪୮ ଘଣ୍ଟା ପରେ ଆଜି ରାଜ୍ୟ କଂଗ୍ରେସ ଆଭିମୁଖ୍ୟ ସ୍ପଷ୍ଟ କରିଛି। ଆଶା ଥିଲା ଯେହେତୁ କୌଣସି ଓଡ଼ିଆ, ତାହା ପୁଣି ଜଣେ ଆଦିବାସୀ ମହିଳା ଦେଶର ପ୍ରଥମ ନାଗରିକ ନିର୍ବାଚନକୁ ଓହ୍ଲାଉଛନ୍ତି, ରାଜ୍ୟ କଂଗ୍ରେସ ସମର୍ଥନ ଦେବ । ହେଲେ ରାଜ୍ୟ କଂଗ୍ରେସ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ନାହିଁ ବୋଲି ସ୍ପଷ୍ଟ କରିଛି ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି କି, ଦ୍ରୌପଦୀ ମୁର୍ମୁ ଜଣେ ଭଲ ମଣିଷ ଏବଂ ଭଲ ବିଧାୟିକା ମଧ୍ୟ ଥିଲେ । ମୋ ସହିତ ତାଙ୍କର ସମ୍ପର୍କ ବହୁତ ଭଲ ଏବଂ ମୁଁ ତାଙ୍କୁ ବ୍ୟକ୍ତିଗତ ଭାବରେ ଜାଣେ । କିନ୍ତୁ ଯେହେତୁ ସେ ବିଜେପିର ନୀତି ଆଦର୍ଶରେ ପରିଚାଳିତ ହେଉଛନ୍ତି, ତେଣୁ ତାଙ୍କୁ ରାଜ୍ୟ କଂଗ୍ରେସ ସମର୍ଥନ କରିବ ନାହିଁ। ତାଙ୍କୁ ଏନ୍‌ଡିଏ ପ୍ରାର୍ଥୀ ଘୋଷଣା କରିବା ପୂର୍ବରୁ ବିରୋଧି ଦଳ ତାଙ୍କର ପ୍ରାର୍ଥୀ ଘୋଷଣା କରିସାରିଛନ୍ତି, ତେଣୁ ଯାହାଙ୍କୁ ପ୍ରାର୍ଥି କରାଯାଇଛି ତାଙ୍କୁ ପଛରେ ପକାଇ ଦୌପଦୀଙ୍କୁ ସମର୍ଥନ କରିବା ଉଚିିତ୍‌ ହେବ ନାହିଁ।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର