ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଡାକ୍ତରଙ୍କ ଆନ୍ଦୋଳନ ସ୍ଥଗିତ, କାର୍ଯ୍ୟରେ ଯୋଗ ଦେବା ନେଇ ସୂଚନା

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସହ ଓମ୍‌ସାର ଆଲୋଚନା ପରେ ଡାକ୍ତର ଆନ୍ଦୋଳନ ସ୍ଥଗିତ । ଲୋକସେବା ଭବନଠାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ସଫଳ ଆଲୋଚନା ପରେ ଓଡ଼ିଶାରେ ଡାକ୍ତରମାନେ ସେମାନଙ୍କର ୪ ଦିନିଆ ଧର୍ମଘଟକୁ ସ୍ଥଗିତ ରଖିଛନ୍ତି। ଓଡ଼ିଶା ଡାକ୍ତରୀ ସେବା ସଂଘ (OMSA) ପକ୍ଷରୁ ସୂଚନା ଦିଆଯାଇଛି ଯେ, ଶନିବାରଠାରୁ ଡାକ୍ତରମାନେ ନିଜ କାର୍ଯ୍ୟରେ ଯୋଗଦେବେ।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ କାରଣ: ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଓମ୍‌ସା (OMSA) ପକ୍ଷରୁ ଉଠାଯାଇଥିବା ଦାବିଗୁଡ଼ିକର ସମୀକ୍ଷା ପାଇଁ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି କମିଟିରେ ଅର୍ଥ, ସାଧାରଣ ପ୍ରଶାସନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ଆଇନ ବିଭାଗର ବରିଷ୍ଠ ଅଧିକାରୀମାନେ ସାମିଲ ହେବେ। ଆସନ୍ତା ଜୁଲାଇ ୨୨ ତାରିଖରେ ଏହି କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଡାକ୍ତରମାନଙ୍କ ନ୍ୟାଯ୍ୟ ଦାବି ପ୍ରତି ସରକାର ସହାନୁଭୂତିଶୀଳ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରକାଶ କରିବା ସହ ସମସ୍ତ ସମସ୍ୟାର ସମୀକ୍ଷା କରାଯିବ ବୋଲି ଆଶ୍ୱାସନା ଦେଇଛନ୍ତି। ଅନ୍ୟପକ୍ଷରେ ଓମ୍‌ସା ସଭାପତି ଡାକ୍ତର କିଶୋର ଚନ୍ଦ୍ର ମିଶ୍ର ସରକାରଙ୍କ ସହ ଆଲୋଚନା ସଫଳ ହୋଇଥିବା ନେଇ ସ୍ପଷ୍ଟ କରିଛନ୍ତି। ନୂତନ କମିଟି ମାଧ୍ୟମରେ ସମସ୍ୟାର ସମାଧାନ କରାଯିବା ନେଇ ସରକାରଙ୍କ ପ୍ରତିଶ୍ରୁତି ପରେ ସଂଘ ପକ୍ଷରୁ ଧର୍ମଘଟ ପ୍ରତ୍ୟାହାର କରିବାକୁ ସହମତି ପ୍ରକାଶ ପାଇଛି। ଡାକ୍ତରମାନେ କାର୍ଯ୍ୟରେ ଯୋଗଦେବାକୁ ନିଷ୍ପତ୍ତି ନେଇଥିବାରୁ ଏହା ରୋଗୀମାନଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ଆଣିଦେଇଛି ଏବଂ ରାଜ୍ୟରେ ସ୍ୱାସ୍ଥ୍ୟସେବା ପୁଣିଥରେ ସ୍ୱାଭାବିକ ହେବ ବୋଲି ଆଶା କରାଯାଉଛି।

ଆହୁରି ପଢ଼ନ୍ତୁ: OUSSSC ପକ୍ଷରୁ ୭୨୬୮ କନେଷ୍ଟବଳ ଏବଂ ଅଗ୍ନିଶମ କର୍ମଚାରୀ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର