ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବିଭାଗର ବଡ଼ ପ୍ରସ୍ତୁତି, ମୁତୟନ ହେବେ ୨୦୫ ଟିମ୍

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ ଏକ ସମ୍ଭାବ୍ୟ ବାତ୍ୟାର ଆଶଙ୍କା ଥିବା ବେଳେ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଯେକୌଣସି ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ବିଭାଗ ସମ୍ପୂର୍ଣ୍ଣ ରୂପେ ସଜାଗ ରହିଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବିଭାଗ ପକ୍ଷରୁ ୨୦୫ଟି ଟିମ୍ ଗଠନ କରାଯାଇଛି। ଏହି ଟିମ୍‌ଗୁଡ଼ିକୁ ବିଶେଷ ପ୍ରଭାବିତ ହେବାର ଆଶଙ୍କା ଥିବା ସମ୍ବେଦନଶୀଳ ଜିଲ୍ଲାଗୁଡ଼ିକରେ ମୁତୟନ କରାଯିବ। ଝଡ଼ବାତ୍ୟା ସମୟରେ ଉପୁଜିବାକୁ ଥିବା ଯେକୌଣସି ଜରୁରୀକାଳୀନ ପରିସ୍ଥିତିର ତୁରନ୍ତ ମୁକାବିଲା ପାଇଁ ସେମାନଙ୍କୁ ଷ୍ଟାଣ୍ଡବାଏ ରଖାଯିବ। ବିଶେଷକରି ବନ୍ୟା, ଗଛ ଉପୁଡ଼ିବା, ଘର ଭାଙ୍ଗିବା ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି। 

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଡିଭାଇଡରରେ ପିଟି ହେଲା ସ୍କର୍ପିଓ, ଶାଶୂ ଓ ଜ୍ୱାଇଁଙ୍କ ମୃତ୍ୟୁ

ପ୍ରତିକୂଳ ପରିସ୍ଥିତିର ମୁକାବିଲା ପାଇଁ ଅଗ୍ନିଶମ କର୍ମଚାରୀମାନଙ୍କୁ ଆବଶ୍ୟକୀୟ ଉଦ୍ଧାର ଉପକରଣ, ଡଙ୍ଗା, କଟର ଏବଂ ଅନ୍ୟାନ୍ୟ ବିପର୍ଯ୍ୟୟ ପରିଚାଳନା ସାମଗ୍ରୀ ଯୋଗାଇ ଦିଆଯାଇଛି। ସମ୍ପୃକ୍ତ ଅଧିକାରୀଙ୍କ ସୂଚନା ଅନୁଯାୟୀ, କଣ୍ଟ୍ରୋଲ ରୁମ୍ ଦିନରାତି ୨୪ ଘଣ୍ଟା କାର୍ଯ୍ୟ କରିବ। ତୁରନ୍ତ ସହାୟତା ପହଞ୍ଚାଇବା ପାଇଁ ଜିଲ୍ଲା ପ୍ରଶାସନ ସହିତ ନିରନ୍ତର ସମନ୍ୱୟ ରକ୍ଷା କରାଯିବ। ଏଥିସହ ପାଣିପାଗର ପରିବର୍ତ୍ତନକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଏବଂ ସରକାରଙ୍କ ପକ୍ଷରୁ ଜାରି କରାଯାଉଥିବା ପରାମର୍ଶକୁ ପାଳନ କରିବାକୁ ବିଭାଗ ପକ୍ଷରୁ ସାଧାରଣ ଜନତାଙ୍କୁ ନିବେଦନ କରାଯାଇଛି।

ଆହୁରି ପଢ଼ନ୍ତୁ: ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର, ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର