ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ ପୁଣିଥରେ ବନ୍ୟା ପରିସ୍ଥିତି ଉପୁଜିଛି। ସୁବର୍ଣ୍ଣରେଖା ଏବଂ ବୈତରଣୀ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ ଶହ ଶହ ଗ୍ରାମ ଜଳମଗ୍ନ ହୋଇଛି ଏବଂ ହଜାର ହଜାର ଲୋକଙ୍କ ଜୀବନଯାତ୍ରା ପ୍ରଭାବିତ ହୋଇଛି।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ଉପରମୁଣ୍ଡରେ ପ୍ରବଳ ବର୍ଷା ଏବଂ ଝାଡ଼ଖଣ୍ଡର ଗାଲୁଡିହ ବ୍ୟାରେଜ୍‌ର ୧୩ଟି ଗେଟ୍ ଦେଇ ୫,୦୩୯ କ୍ୟୁସେକ୍ ଜଳ ନିଷ୍କାସନ ଯୋଗୁଁ ସୁବର୍ଣ୍ଣରେଖା ନଦୀର ଜଳସ୍ତର ହଠାତ୍ ବୃଦ୍ଧି ପାଇଛି। ରାଜଘାଟ ଠାରେ ନଦୀର ସତର୍କ ସଙ୍କେତ ୯.୪୫ ମିଟର ଏବଂ ବିପଦ ସଙ୍କେତ ୧୦.୩୬ ମିଟର ଥିବାବେଳେ, ସକାଳ ୭ଟା ସୁଦ୍ଧା ଏହା ୧୧.୫୪ ମିଟରରେ ପ୍ରବାହିତ ହେଉଥିଲା। ଚଳିତ ଋତୁରେ ଏହା ହେଉଛି ତୃତୀୟ ବନ୍ୟା।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ଏହି ନୂଆ ବନ୍ୟା ଯୋଗୁଁ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ଜଳେଶ୍ୱର ଏବଂ ଭୋଗରାଇ ବ୍ଲକ୍ର ଅନେକ ଗାଁ ଜଳମଗ୍ନ ହୋଇଛି। ରାସ୍ତାଘାଟ ଉପରେ ପ୍ରାୟ ୫ ଫୁଟ୍ ଉଚ୍ଚର ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଯାଇଛି। ସାଧାରଣ ଲୋକମାନେ ଘରୁ ବାହାରି ନପାରି ଅତ୍ୟାବଶ୍ୟକ ସାମଗ୍ରୀ ପାଇବାରୁ ବଞ୍ଚିତ ହେଉଛନ୍ତି।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଅନ୍ୟପଟେ, ବୈତରଣୀ ନଦୀରେ ବନ୍ୟା ଆସିବା ଫଳରେ ଯାଜପୁର ଜିଲ୍ଲାରେ ଘାଇ ସୃଷ୍ଟି ହୋଇଛି ଏବଂ ଅନେକ ରାସ୍ତା ଧୋଇଯାଇଛି। ପୂର୍ବ ବନ୍ୟା ଜଳ ସମ୍ପୂର୍ଣ୍ଣ ନ ଖସୁଣୁ ପୁଣି ବନ୍ୟା ଆସିଥିବାରୁ ପ୍ରଶାସନ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି। ତେବେ, ମୟୂରଭଞ୍ଜ ଜିଲ୍ଲାରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର କମିବାରୁ ଲୋକେ ଆଶ୍ୱସ୍ତ ହୋଇଛନ୍ତି ଏବଂ ରିଲିଫ୍ କ୍ୟାମ୍ପରୁ ନିଜ ଘରକୁ ଫେରୁଛନ୍ତି। ବର୍ତ୍ତମାନ ବିପର୍ଯ୍ୟୟ ମୁକାବିଲା ବାହିନୀ ପ୍ରଭାବିତ ଅଞ୍ଚଳରେ ମୁତୟନ ଅଛନ୍ତି ଏବଂ ପ୍ରଶାସନ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର